ପ୍ରେମିକଙ୍କ ପରେ ଜୀବନ ହାରିଲେ ପ୍ରେମିକା

ପାତ୍ରପୁର,୨୫ା୫(ଡି.ଏନ.ଏ.): ଗଞ୍ଜାମ ଜିଲା ଜରଡ଼ା ଥାନା ସାମନ୍ତରାପୁର ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମକୁ ଦୁଇ ପରିବାରର ଅନୁମତି ନ ମିଳିବାରୁ ପ୍ରଥମେ ପ୍ରେମିକଙ୍କ ପରେ ପ୍ରେମିକା ଆତ୍ମହତ୍ୟା କରିଛନ୍ତି। ସାମନ୍ତରାପୁର ଗ୍ରାମର ଯୁବତୀ ଓ ଯୁବକ ପରସ୍ପରକୁ ଦୀର୍ଘ ଦିନ ଧରି ଭଲ ପାଉଥିଲେ। ସାରା ଜୀବନ ଏକାଠି ବିତାଇବେ ବୋଲି ଉଭୟ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ଏଥିପାଇଁ ସେମାନେ ପରିବାର ଲୋକଙ୍କୁ ଅନୁମତି ମାଗିଥିଲେ। ହେଲେ ସେମାନଙ୍କ ପ୍ରେମକୁ କେହି ବୁଝି ନ ପାରି ସମ୍ପର୍କରେ ପୂର୍ଣ୍ଣଚ୍ଛେଦ ପକାଇଦେଇଥିଲେ। ପରିବାର ଲୋକଙ୍କଠାରୁ ବିବାହ ପାଇଁ ଅନୁମତି ନ ମଳିବାରୁ ପ୍ରେମୀଯୁଗଳ ସବୁବେଳେ ମାନସିକ ଚିନ୍ତାରେ ରହୁଥିଲେ। ସୋମବାର ରାତିରେ ପୁଣି ସେମାନେ ନିଜ ନିଜ ପରିବାରରେ ବିବାହ କରିବାକୁ ନିବେଦନ କରିଥିଲେ ମଧ୍ୟ ଘର ଲୋକେ ମନା କରିଦେଇଥିଲେ। ଫଳରେ ମଙ୍ଗଳବାର ଭୋର୍‌ରେ ଯୁବକ ଜଣକ ଗ୍ରାମର ଏକ ଆମ୍ବ ଗଛରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଥିଲେ। ଖବର ପାଇ ଯୁବତୀ ଜଣକ ସେଠାରେ ପହଞ୍ଚତ୍ ଯୁବକଙ୍କ ଗୋଡ଼କୁ ଧରି କାନ୍ଦିଥିଲେ। ହେଲେ ମୃତ ଯୁବକଙ୍କ ପରିବାର ଲୋକ ଆସି ମୋ ପୁଅ ତୋ ପାଇଁ ଆତ୍ମହତ୍ୟା କରିଛି ବୋଲି ଯୁବତୀଙ୍କୁ ଗାଳି କରିଥିଲେ। ଏହା ଶୁଣି ଯୁବକଙ୍କ ମୃତ୍ୟୁର ଘଣ୍ଟାଏ ପରେ ଯୁବତୀ ମଧ୍ୟ ଅନ୍ୟ ଏକ ଗଛରେ ଚୁନି ବାନ୍ଧି ଆତ୍ମହତ୍ୟା କରିଥିଲେ। ଜରଡ଼ା ଥାନା ପୋଲିସ ପହଞ୍ଚତ୍ ଉଭୟଙ୍କ ଝୁଲନ୍ତା ମୃତଦେହ ଜବତ କରି ନଂ.୯,୧୦/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲ ପଠାଯାଇଛି। ପ୍ରେମୀଯୁଗଳଙ୍କ ମୃତ୍ୟୁ ନେଇ ଜରଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri