ପ୍ରେମିକଙ୍କ ପରେ ଜୀବନ ହାରିଲେ ପ୍ରେମିକା

ପାତ୍ରପୁର,୨୫ା୫(ଡି.ଏନ.ଏ.): ଗଞ୍ଜାମ ଜିଲା ଜରଡ଼ା ଥାନା ସାମନ୍ତରାପୁର ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମକୁ ଦୁଇ ପରିବାରର ଅନୁମତି ନ ମିଳିବାରୁ ପ୍ରଥମେ ପ୍ରେମିକଙ୍କ ପରେ ପ୍ରେମିକା ଆତ୍ମହତ୍ୟା କରିଛନ୍ତି। ସାମନ୍ତରାପୁର ଗ୍ରାମର ଯୁବତୀ ଓ ଯୁବକ ପରସ୍ପରକୁ ଦୀର୍ଘ ଦିନ ଧରି ଭଲ ପାଉଥିଲେ। ସାରା ଜୀବନ ଏକାଠି ବିତାଇବେ ବୋଲି ଉଭୟ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ଏଥିପାଇଁ ସେମାନେ ପରିବାର ଲୋକଙ୍କୁ ଅନୁମତି ମାଗିଥିଲେ। ହେଲେ ସେମାନଙ୍କ ପ୍ରେମକୁ କେହି ବୁଝି ନ ପାରି ସମ୍ପର୍କରେ ପୂର୍ଣ୍ଣଚ୍ଛେଦ ପକାଇଦେଇଥିଲେ। ପରିବାର ଲୋକଙ୍କଠାରୁ ବିବାହ ପାଇଁ ଅନୁମତି ନ ମଳିବାରୁ ପ୍ରେମୀଯୁଗଳ ସବୁବେଳେ ମାନସିକ ଚିନ୍ତାରେ ରହୁଥିଲେ। ସୋମବାର ରାତିରେ ପୁଣି ସେମାନେ ନିଜ ନିଜ ପରିବାରରେ ବିବାହ କରିବାକୁ ନିବେଦନ କରିଥିଲେ ମଧ୍ୟ ଘର ଲୋକେ ମନା କରିଦେଇଥିଲେ। ଫଳରେ ମଙ୍ଗଳବାର ଭୋର୍‌ରେ ଯୁବକ ଜଣକ ଗ୍ରାମର ଏକ ଆମ୍ବ ଗଛରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଥିଲେ। ଖବର ପାଇ ଯୁବତୀ ଜଣକ ସେଠାରେ ପହଞ୍ଚତ୍ ଯୁବକଙ୍କ ଗୋଡ଼କୁ ଧରି କାନ୍ଦିଥିଲେ। ହେଲେ ମୃତ ଯୁବକଙ୍କ ପରିବାର ଲୋକ ଆସି ମୋ ପୁଅ ତୋ ପାଇଁ ଆତ୍ମହତ୍ୟା କରିଛି ବୋଲି ଯୁବତୀଙ୍କୁ ଗାଳି କରିଥିଲେ। ଏହା ଶୁଣି ଯୁବକଙ୍କ ମୃତ୍ୟୁର ଘଣ୍ଟାଏ ପରେ ଯୁବତୀ ମଧ୍ୟ ଅନ୍ୟ ଏକ ଗଛରେ ଚୁନି ବାନ୍ଧି ଆତ୍ମହତ୍ୟା କରିଥିଲେ। ଜରଡ଼ା ଥାନା ପୋଲିସ ପହଞ୍ଚତ୍ ଉଭୟଙ୍କ ଝୁଲନ୍ତା ମୃତଦେହ ଜବତ କରି ନଂ.୯,୧୦/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲ ପଠାଯାଇଛି। ପ୍ରେମୀଯୁଗଳଙ୍କ ମୃତ୍ୟୁ ନେଇ ଜରଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri