ନ୍ୟାୟ ମାଗି ରାଜରାସ୍ତାକୁ ଓହ୍ଲାଇଥିଲେ: ଅସୁସ୍ଥ ହୋଇ ପଡ଼ିଲେ ତାରା,

ଭୁବନେଶ୍ୱର,୨୬।୩: ସାରାରାତି ଧାରଣାର ଦେବା ପରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀ ପତିଙ୍କ ସ୍ବାସ୍ଥାବସ୍ଥା ବିଗିଡ଼ିଯାଇଛି। ସେ ଅସୁସ୍ଥ ହୋଇପଡ଼ିଛନ୍ତି ।
ସକାଳୁ ସକାଳୁ କ୍ୟାପିଟାଲ ହପିଟାଲରୁ ଡାକ୍ତର ଆସି ତାରାଙ୍କ ସୱାସ୍ଥ୍ୟ ପରୀକ୍ଷା କରିଛନ୍ତି।
ଗତକାଲି ୧୨ ବିଧାୟକଙ୍କୁ ବାଚସ୍ପତି ନିଲମ୍ବନ କରିବା ପରେ ଜୋରଦାର ପ୍ରତିବାଦ କରିଛି କଂଗ୍ରେସ। ବାଚସ୍ପତିଙ୍କ ଆକ୍ସନ ପରେ ରିଆକ୍ସନ ଦେଖାଇଛନ୍ତି କଂଗ୍ରେସ ବିଧାୟକ। ଗତକାଲି ବିଧାନସଭା ଭିତରେ ଓ ବାହାରେ ତମ୍ବିତଫାନ ପରେ ରାଜରାସ୍ତାକୁ ଓହ୍ଲାଇଛନ୍ତି କଂଗ୍ରେସ ବିଧାୟକ।
 କଂଗ୍ରେସ ବିଧାୟକ ଧାରଣାରେରେ ବସିଛନ୍ତି। ସେମାନଙ୍କ ସହ କଂଗ୍ରେସ କର୍ମୀ ସାମିଲ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତି ଯାଏ କଂଗ୍ରେସ ବିଧାୟକମାନେ ଗୃହ ଭିତରେ ରହିଥିଲେ। ସେମାନଙ୍କୁ ବିଧାନସଭା ସୁରକ୍ଷାକର୍ମୀ ବସ୍ ଯୋଗେ କଂଗ୍ରେସ ଭବନରେ ଛାଡିଥିଲେ। ଏହାପରେ କଂଗ୍ରେସ ବିଧାୟକମାନେ ମାଷ୍ଟରକ୍ୟାଣ୍ଟିନ ଛକରେ ଧାରଣାରେ ବସିଛନ୍ତି। ଏଥିସହ ରାତିସାରା ରାତି କଟାଇଛନ୍ତି।କଂଗ୍ରେସ ବିଧାୟକ ତାରା ବାହିନୀ ପତି କହିଛନ୍ତି, ଗଣତନ୍ତ୍ରକୁ ହତ୍ୟା କରିଛନ୍ତି, ମୋତେ ନ୍ୟାୟ ଦରକାର।’ ମହିଳାଙ୍କ ସୁରକ୍ଷା ପାଇଁ ସର୍ବଦଳୀୟ କମିଟି ଆମର ଦାବି ଥିଲା। ପିସିସି ସଭାପତି ଭକ୍ତ ଚରଣ ଦାସ, ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ, ନରସିଂହ ମିଶ୍ର ଓ ଜୟଦେବ  ଜେନା ଆମକୁ ଦେଖିବାକୁ ଆସିଥିଲେ। ଆମକୁ ଦେଖିବାକୁ ଆସିଥିବା ଏହି ପୂର୍ବତନ ମନ୍ତ୍ରୀମାନଙ୍କୁ ବିଧାନସଭା ଭିତରକୁ ଛଡ଼ାଗଲାନି। ଆମକୁ ପୋଲିସ ଲଗାଇ ମାଡ଼ ମାରିଲେ, ଗାଳିଗୁଲଜ କଲେ। ମରିଯିବୁ ପଛେ ଡରିବୁନି, ମୋତେ ନ୍ୟାୟ ଦରକାର ବୋଲି କହିଛନ୍ତି ତାରା।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri