Posted inରାଜ୍ୟ

ମା’ଙ୍କ ଦର୍ଶନ ପାଇ ଭାବବିହ୍ବଳ ହେଲେ ଶ୍ରଦ୍ଧାଳୁ

ସମ୍ବଲପୁର,୩।୧(ବ୍ୟୁରୋ): ସମ୍ବଲପୁର ସମଲେଶ୍ୱରୀ ମନ୍ଦିର ନିର୍ଦ୍ଧାରିତ ସମୟ ରବିବାର ଭୋର ୬ଟାରୁ ଦର୍ଶନ ପାଇଁ ଖୋଲାଯାଇଛି। ପ୍ରଥମ ଦିନରେ ପ୍ରାୟ ୧୦ହଜାର ସ୍ଥାନୀୟ ଶ୍ରଦ୍ଧାଳୁ ମା’ଙ୍କ ଦର୍ଶନ କରିଥିବା ମନ୍ଦିର ଟ୍ରଷ୍ଟ ପକ୍ଷରୁ ସୂଚନା ଦିଆଯାଇଛି। ମନ୍ଦିର ମୁଖ୍ୟ ଗେଟ୍‌ ଖୋଲିବା ପୂର୍ବରୁ ଶ୍ରଦ୍ଧାଳୁମାନେ ଧାଡିରେ ଛିଡା ହୋଇଥିଲେ। ଗେଟ୍‌ ଖୋଲିବା ପରେ ଶ୍ରଦ୍ଧାଳୁ କୋଭିଡ କଟକଣା ଅନୁସାରେ ମନ୍ଦିର ଭିତରକୁ ପ୍ରବେଶ କରିଥିଲେ। ସ୍ଥାନୀୟ ବାସିନ୍ଦା ଆଧାର କିମ୍ବା ପରିଚୟପତ୍ର ଦେଖାଇବା ପରେ ଦର୍ଶନ କରିବାକୁ ଅନୁମତି ଦିଆଯାଇଥିଲା। ପୋଲିସ ଓ ଟ୍ରଷ୍ଟ ପକ୍ଷରୁ ଗେଟ୍‌ ବାହାରେ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ପରିଚୟପତ୍ର ଯାଞ୍ଚ କରିବା ସହ ସାନିଟାଇଜ ଉପରେ ସେମାନେ କାର୍ଯ୍ୟ କରୁଥିଲେ। ଶ୍ରଦ୍ଧାଳୁ ମାନେ ପ୍ରାୟ ୯ମାସ ପରେ ମା’ଙ୍କ ଦର୍ଶନ ପାଇଥିବାରୁ ବେଶ୍‌ ଭାବବିହ୍ବଳ ହେଉଥିବା ଦେଖିବାକୁ ମିଳିଥିଲା।
ପ୍ରଥମ ପର୍ଯ୍ୟାୟରେ ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ୩୦ମିନିଟ୍‌ ଓ ଦ୍ୱିତୀୟ ପର୍ଯ୍ୟାୟରେ ଅପରାହ୍ନ ୩ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଦର୍ଶନ ସୁଯୋଗ ରହିଥିଲା। ଅନ୍ୟ ସମୟରେ ମନ୍ଦିରର ନୀତିକାନ୍ତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା। ଶ୍ରଦ୍ଧାଳୁଙ୍କ ଆଗମନ ପୂର୍ବରୁ ମନ୍ଦିର ପରିସରକୁ ସାନିଟାଇଜ କରାଯାଇଥିଲା। ଶୁଖିଲା ଭୋଗ, ଫୁଲ, ଦୀପ, ଧୂପ ସବୁ ନେବା ଉପରେ ରୋକ୍‌ ଲଗାଯାଇଥିଲା। ଫଳରେ ମୁଖ୍ୟ ଗେଟ୍‌ ବାହାରେ ଶ୍ରଦ୍ଧାଳୁମାନେ ଦୀପ ପ୍ରଜ୍ୱଳନ କରୁଥିଲେ। ମନ୍ଦିର ଗମ୍ଭିରା ଭିତରକୁ ପ୍ରବେଶ ପାଇଁ ବାରଣ କରାଯାଉଥିବାରୁ ଶ୍ରଦ୍ଧାଳୁମାନେ ବେଢାରେ ଅନ୍ୟ ପ୍ରତିମା ଦର୍ଶନ କରି ମା’ଙ୍କୁ ଗମ୍ଭିରା ଦ୍ୱାରରୁ ଦର୍ଶନ କରୁଥିଲେ। ପ୍ରତିମା ଓ ମନ୍ଦିର କାନ୍ଥ ଛୁଇଁବାକୁ ବାରଣ କରାଯାଇଥିଲା। ସେହିପରି ଜିଲାର ଅନ୍ୟ ସମସ୍ତ ଧାର୍ମିକ ଅନୁଷ୍ଠାନଗୁଡିକ ଖୋଲା ଯାଇଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri