Posted inଜାତୀୟ

ଗଣବଳାତ୍କାର ପରେ ହତ୍ୟା କରାଯାଇଥିଲା

ଲକ୍ଷ୍ନୌ,୧୯।୧୨(ପି.ଟି.): ଉତ୍ତରପ୍ରଦେଶର ହାଥ୍‌ରସ୍‌ରେ ଦଳିତ ଯୁବତୀଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ବହୁଚର୍ଚ୍ଚିତ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଶୁକ୍ରବାର ୪ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରିଛି। ସେମାନେ ହେଲେ ସନ୍ଦୀପ୍‌, ଲବକୁଶ, ରବି ଓ ରାମୁ। ହାଥରସ୍‌ର ସ୍ଥାନୀୟ ଅଦାଲତ ସିବିଆଇ ଚାର୍ଜଶିଟ୍‌କୁ ବିଚାର ପାଇଁ ଗ୍ରହଣ କରିଛନ୍ତି।
ହାଥରସ୍‌ର ୧୯ ବର୍ଷୀୟା ଦଳିତ ଯୁବତୀଙ୍କୁ ସେପ୍ଟେମ୍ବର ୧୪ରେ ଉଚ୍ଚଜାତିର ୪ ଜଣ ଯୁବକ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ୧୫ ଦିନର ଚିକିତ୍ସା ପରେ ସେପ୍ଟେମ୍ବର ୨୯ରେ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ପୀଡ଼ିତାଙ୍କର ମୃତ୍ୟୁ ହୋଇଥିଲା। ସେହିଦିନ ରାତିରେ ଅତି ତରବରିଆ ଭାବେ ପୀଡ଼ିତାଙ୍କ ଶେଷକୃତ୍ୟ କରାଯାଇଥିଲା। ଏଥିପାଇଁ ପରିବାର ଉପରେ ପୋଲିସ ଚାପ ପକାଇଥିବା ଅଭିଯୋଗ ହୋଇଥିଲା। ସିବିଆଇ ଅଭିଯୁକ୍ତମାନଙ୍କୁ ଜେରା କରିବା ସହ ଫୋରେନ୍‌ସିକ୍‌ ପରୀକ୍ଷା କରାଇଥିଲା। ଏଥିସହିତ ପୀଡ଼ିତା ପ୍ରଥମେ ଚିକିତ୍ସିତ ହେଉଥିବା ଜବାହରଲାଲ୍‌ ନେହେରୁ ମେଡିକାଲ କଲେଜ ହସ୍ପିଟାଲର ଡାକ୍ତରମାନଙ୍କଠାରୁ ତଦନ୍ତକାରୀ ଅଧିକାରୀମାନେ ବୟାନ ନେଇଥିଲେ।
ହାଥରସ୍‌ ମାମଲାକୁ ନେଇ ସେତେବେଳେ ଜୋର୍‌ଦାର ତୁମ୍ବିତୋଫାନ ହେବା ସହ ଯୋଗୀ ଆଦିତ୍ୟନାଥ ସରକାର ସମାଲୋଚିତ ହୋଇଥିଲେ। ଫଳରେ ମାମଲା ସିବିଆଇକୁ ହସ୍ତାନ୍ତର କରାଯାଇଥିଲା। ସିବିଆଇ ତଦନ୍ତ ପାଇଁ ଏକ ଟିମ୍‌ ଗଠନ କରିବା ସହ ଏହାର ଗାଜିଆବାଦ ଶାଖାକୁ ତଦନ୍ତ ଦାୟିତ୍ୱ ଦେଇଥିଲା।

ସତ୍ୟମେବ ଜୟତେ

ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଅନ୍ୟାୟକୁ ସୁରକ୍ଷା ଦେବା ପାଇଁ ଉଦ୍ୟମ କରିଥିଲେ। ଏହା ସତ୍ତ୍ୱେ ସତ୍ୟର ବିଜୟ ହୋଇଛି ବୋଲି ହାଥ୍‌ରସ୍‌ ମାମଲାରେ ସିବିଆଇ ପକ୍ଷରୁ ଚାର୍ଜଶିଟ୍‌ ଦାଖଲ ପରେ ଏଆଇସିସି ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଟୁଇଟ୍‌ କରିଛନ୍ତି। ପ୍ରିୟଙ୍କା କହିଛନ୍ତି, ଗୋଟିଏପଟେ ସରକାର ଅନ୍ୟାୟକୁ ସୁରକ୍ଷା ଦେଉଥିବାବେଳେ ଅନ୍ୟପଟେ ନ୍ୟାୟ ଆଶାରେ ପୀଡ଼ିତାଙ୍କ ପରିବାର ଅପେକ୍ଷା କରିଥିଲେ। ପୀଡ଼ିତାଙ୍କ ମୃତଦେହକୁ ଜୋରଜବରଦସ୍ତ ପୋଡ଼ି ଦିଆଯାଇଥିଲା। ଏପରି କି ପୀଡ଼ିତାଙ୍କୁ ବଦନାମ କରିବାକୁ ମଧ୍ୟ ଉଦ୍ୟମ ହୋଇଥିଲା। କିନ୍ତୁ ଶେଷରେ ସତ୍ୟର ବିଜୟ ହୋଇଛି ବୋଲି ପ୍ରିୟଙ୍କା ସିବିଆଇକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?