୨୪ ଘଣ୍ଟାରେ ଉଦ୍ଧାର ନ ହେଲେ ଧାରଣା

ଭୁବନେଶ୍ୱର,୨୯।୫(ବ୍ୟୁରୋ): ମଞ୍ଚେଶ୍ୱର ଥାନା ପୁରୁଷୋତ୍ତମ ବସ୍ତିରୁ ଜଣେ ନାବାଳିକା ଅପହରଣ ହେବାର ୮ମାସ ବିତିଗଲାଣି। ହେଲେ ଏପର୍ଯ୍ୟନ୍ତ ପୋଲିସ ନାବାଳିକାଙ୍କୁ ଉଦ୍ଧାର କରିପାରି ନାହିଁ। କେବଳ ଥାନାରେ ଏକ ମାମଲା ରୁଜୁ କରି ପୋଲିସ ଚୁପ ରହିଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ନାବାଳିକାଙ୍କ ମା’ବାପା ଥାନାକୁ ଦୌଡ଼ି ନୟାନ୍ତ ହେବା ପରେ ଡିସିପି ଓ କମିଶନର ଅଫିସ ଯାଇ ଅଭିଯୋଗ କରିଥିଲେ। ସେଠାରେ ମଧ୍ୟ କେବଳ ପ୍ରତିଶ୍ରୁତି ହିଁ ମିଳିଥିଲା। ଶେଷରେ ନିରୁପାୟ ହୋଇ ନାବାଳିକାଙ୍କ ମାତାପିତା ରାଷ୍ଟ୍ରୀୟ ସମାଜସେବୀ ପରିଷଦର ସାହାଯ୍ୟ ଲୋଡ଼ିଛନ୍ତି। ଫଳରେ ଶୁକ୍ରବାର ସେମାନଙ୍କୁ ନେଇ ସଂଗଠନର ସଭ୍ୟମାନେ ମଞ୍ଚେଶ୍ୱର ଥାନାରେ ପହଞ୍ଚି ଥାନାଧିକାରୀଙ୍କୁ ଦାବିପତ୍ର ଦେଇଛନ୍ତି। ଯଦି ୨୪ ଘଣ୍ଟା ମଧ୍ୟରେ ପୋଲିସ ନାବାଳିକାଙ୍କୁ ଉଦ୍ଧାର କରି ଉକ୍ତ ମା’ବାପାଙ୍କୁ ହସ୍ତାନ୍ତର ନ କରେ ତେବେ ସଂଗଠନ ପକ୍ଷରୁ ଥାନା ସମ୍ମୁଖରେ ଧାରଣା ଦିଆଯିବ ବୋଲି ଚେତାବନୀ ଦିଆଯାଇଛି। ସୂଚନାଯୋଗ୍ୟ, ପୁରୁଷୋତ୍ତମ ବସ୍ତିରେ ରହୁଥିବା ଗୁଣମଣି ସାହୁ ଓ ରଶ୍ମିତାଙ୍କ ନବମ ଶ୍ରେଣୀରେ ପଢୁଥିବା ଝିଅ ଗତ ବର୍ଷ ଅକ୍ଟୋବର ୨୩ରେ ଟ୍ୟୁଶନକୁ ଯାଇ ଆଉ ଘରକୁ ଫେରି ନ ଥିଲା। ବହୁ ଖୋଜାଖୋଜି କରିବା ପରେ ଝିଅର ପତ୍ତା ନ ମିଳିବାରୁ ଥାନାରେ ଅଭିଯୋଗ କରିଥିଲେ। ଏ ନେଇ ପୋଲିସ ନଂ-୩୬୩/୨୦ରେ ମାମଲା ରୁଜୁ କରିଥିଲା। ଅନ୍ୟପଟେ ଏପ୍ରିଲ ୩୦ ଅର୍ଥାତ ମଙ୍ଗଳବାର ଏକ ଅଜଣା ନମ୍ବରରୁ ତାଙ୍କ ଝିଅ ଫୋନ କରି ହଂସପାଳ ନିକଟରେ ଅଛି, ଶୀଘ୍ର ଆସି ମତେ ନେଇଯାଅ ବୋଲି କାନ୍ଦି କାନ୍ଦି କହିଥିଲା। ପରିବାର ଲୋକେ ସେଠାକୁ ଯାଇଥିଲେ ମଧ୍ୟ ଝିଅକୁ ପାଇ ନ ଥିଲେ। ଏ ନେଇ ପୋଲିସକୁ ଜଣାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିଲା। ତେବେ ଏ ନେଇ ମଞ୍ଚେଶ୍ୱର ଥାନାଧିକାରୀ ସୁଧୀର କୁମାର ସାହୁ କହିଛନ୍ତି, ଏହି ମାମଲାର ଅଧିକ ତଦନ୍ତ ଚାଲିଛି। ଯଥାଶୀଘ୍ର ନାବାଳିକାଙ୍କୁ ଉଦ୍ଧାର କରାଯାଇ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri