Posted inଖେଳ

ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ ଦୌଡ଼ରେ ଶେଫାଳି, ସ୍ନେହ

ଦୁବାଇ, ୮।୭(ପି.ଟି.)- ଭାରତର ଟିନ୍‌ ବ୍ୟାଟିଂ ସେନ୍‌ସେଶନ ଶେଫାଳି ବର୍ମା ଏବଂ ଅଲ୍‌ରାଉଣ୍ଡର ସ୍ନେହ ରାଣାଙ୍କ ନାମ ଆଇସିସି ମହିଳା ପ୍ଲେୟର ଅଫ୍‌ ଦି ମନ୍ଥ (ଜୁନ୍‌ ମାସ) ପାଇଁ ସୁପାରିସ ହୋଇଛି। ଚଳିତ ଇଂଲଣ୍ଡ ବିପକ୍ଷ ସିରିଜରେ ଏ ଦୁହେଁ ପ୍ରଭାବୀ ପ୍ରଦର୍ଶନ କରିଥିଲେ। ଭାରତର ଏହି ଦୁଇ ଖେଳାଳିଙ୍କ ବ୍ୟତୀତ ଇଂଲଣ୍ଡର ବାମହାତୀ ସ୍ପିନର ସୋଫି ଏକଲେଷ୍ଟୋନଙ୍କ ନାମ ମଧ୍ୟ ତାଲିକାରେ ରହିଛି। ପୁରୁଷ ଖେଳାଳିଙ୍କ ମଧ୍ୟରେ ନ୍ୟୁଜିଲାଣ୍ଡର ଡେଭନ କନ୍‌ଓ୍ବେ ଏବଂ ପେସ୍‌ ବୋଲର କାଏଲ ଜେମିସନ ଏବଂ ଦକ୍ଷିଣ ଆଫ୍ରିକା ଉଇକେଟ କିପର କ୍ୱିଣ୍ଟନ ଡି’କକ୍‌ ଏହି ଦୌଡ଼ରେ ସାମିଲ ହୋଇଛନ୍ତି। ସୀମିତ ଓଭର କ୍ରିକେଟରେ ସମସ୍ତଙ୍କ ପ୍ରଭାବିତ କରିଥିବା ୧୭ ବର୍ଷୀୟା ସେଫାଳି ବ୍ରିଷ୍ଟଲରେ ଅନୁଷ୍ଠିତ ଇଂଲଣ୍ଡ ବିପକ୍ଷ ଟେଷ୍ଟ ପଦାର୍ପଣରେ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଏହି ଟିନ୍‌ଏଜ୍‌ ସେନ୍‌ସେଶନ ଭାରତର ପ୍ରଥମ ଏବଂ ବିଶ୍ୱର ୪ର୍ଥ ଖେଳାଳିଭାବେ ଟେଷ୍ଟ ପଦାର୍ପଣର ଉଭୟ ଇନିଂସରେ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ଯଥାକ୍ରମେ ୯୬ ଓ ୬୩ ରନ ସ୍କୋର କରିଥିଲେ। ଅଲରାଉଣ୍ଡର ରାଣା ମଧ୍ୟ ଟେଷ୍ଟ ପଦାର୍ପଣରେ ଧୈର୍ଯ୍ୟପୂର୍ଣ୍ଣ ବ୍ୟାଟିଂ କରି ଭାରତକୁ ପରାଜୟରୁ ରକ୍ଷା କରିଥିଲେ। ଭାରତ ଫଲୋଅନ ଡାକରା ପାଇ ଦ୍ୱିତୀୟ ଇନିଂସ ଖେଳିଥିବାବେଳେ ସ୍ନେହ ୧୫୪ଟି ବଲ୍‌ର ସମ୍ମୁଖୀନ ହୋଇ ୮୦ ରନରେ ଅପରାଜିତ ରହି ଇଂଲଣ୍ଡ ବୋଲରଙ୍କୁ ନିରାଶ କରିଥିଲେ। ବୋଲିଂରେ ସେ ୧୩୧ ରନ ବିନିମୟରେ ୪ ଉଇକେଟ ସଫଳତା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri