Posted inଖେଳ

ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ ଦୌଡ଼ରେ ଶେଫାଳି, ସ୍ନେହ

ଦୁବାଇ, ୮।୭(ପି.ଟି.)- ଭାରତର ଟିନ୍‌ ବ୍ୟାଟିଂ ସେନ୍‌ସେଶନ ଶେଫାଳି ବର୍ମା ଏବଂ ଅଲ୍‌ରାଉଣ୍ଡର ସ୍ନେହ ରାଣାଙ୍କ ନାମ ଆଇସିସି ମହିଳା ପ୍ଲେୟର ଅଫ୍‌ ଦି ମନ୍ଥ (ଜୁନ୍‌ ମାସ) ପାଇଁ ସୁପାରିସ ହୋଇଛି। ଚଳିତ ଇଂଲଣ୍ଡ ବିପକ୍ଷ ସିରିଜରେ ଏ ଦୁହେଁ ପ୍ରଭାବୀ ପ୍ରଦର୍ଶନ କରିଥିଲେ। ଭାରତର ଏହି ଦୁଇ ଖେଳାଳିଙ୍କ ବ୍ୟତୀତ ଇଂଲଣ୍ଡର ବାମହାତୀ ସ୍ପିନର ସୋଫି ଏକଲେଷ୍ଟୋନଙ୍କ ନାମ ମଧ୍ୟ ତାଲିକାରେ ରହିଛି। ପୁରୁଷ ଖେଳାଳିଙ୍କ ମଧ୍ୟରେ ନ୍ୟୁଜିଲାଣ୍ଡର ଡେଭନ କନ୍‌ଓ୍ବେ ଏବଂ ପେସ୍‌ ବୋଲର କାଏଲ ଜେମିସନ ଏବଂ ଦକ୍ଷିଣ ଆଫ୍ରିକା ଉଇକେଟ କିପର କ୍ୱିଣ୍ଟନ ଡି’କକ୍‌ ଏହି ଦୌଡ଼ରେ ସାମିଲ ହୋଇଛନ୍ତି। ସୀମିତ ଓଭର କ୍ରିକେଟରେ ସମସ୍ତଙ୍କ ପ୍ରଭାବିତ କରିଥିବା ୧୭ ବର୍ଷୀୟା ସେଫାଳି ବ୍ରିଷ୍ଟଲରେ ଅନୁଷ୍ଠିତ ଇଂଲଣ୍ଡ ବିପକ୍ଷ ଟେଷ୍ଟ ପଦାର୍ପଣରେ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଏହି ଟିନ୍‌ଏଜ୍‌ ସେନ୍‌ସେଶନ ଭାରତର ପ୍ରଥମ ଏବଂ ବିଶ୍ୱର ୪ର୍ଥ ଖେଳାଳିଭାବେ ଟେଷ୍ଟ ପଦାର୍ପଣର ଉଭୟ ଇନିଂସରେ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ଯଥାକ୍ରମେ ୯୬ ଓ ୬୩ ରନ ସ୍କୋର କରିଥିଲେ। ଅଲରାଉଣ୍ଡର ରାଣା ମଧ୍ୟ ଟେଷ୍ଟ ପଦାର୍ପଣରେ ଧୈର୍ଯ୍ୟପୂର୍ଣ୍ଣ ବ୍ୟାଟିଂ କରି ଭାରତକୁ ପରାଜୟରୁ ରକ୍ଷା କରିଥିଲେ। ଭାରତ ଫଲୋଅନ ଡାକରା ପାଇ ଦ୍ୱିତୀୟ ଇନିଂସ ଖେଳିଥିବାବେଳେ ସ୍ନେହ ୧୫୪ଟି ବଲ୍‌ର ସମ୍ମୁଖୀନ ହୋଇ ୮୦ ରନରେ ଅପରାଜିତ ରହି ଇଂଲଣ୍ଡ ବୋଲରଙ୍କୁ ନିରାଶ କରିଥିଲେ। ବୋଲିଂରେ ସେ ୧୩୧ ରନ ବିନିମୟରେ ୪ ଉଇକେଟ ସଫଳତା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ରୁଡ୍‌ଙ୍କୁ କ୍ୟାରିୟରର ବଡ଼ ଟାଇଟଲ

ବାର୍ସିଲୋନା, ୨୩ା୪ (ଏପି): କାସ୍ପର ରୁଡ୍‌ ବାର୍ସିଲୋନା ଓପନ ଟେନିସ ଚାମ୍ପିୟନ ହୋଇଛନ୍ତି। ଟୁର୍ନାମେଣ୍ଟର ଫାଇନାଲରେ ସେ ଷ୍ଟିଫାନସ ସିତ୍‌ସିପାସଙ୍କୁ ୭-୫, ୬-୩ରେ ହରାଇ ଦେଇଛନ୍ତି।...

ବାଗାନ ମୁକାବିଲା ପାଇଁ ଓଡ଼ିଶା ଏଫ୍‌ସି ପ୍ରସ୍ତୁତ

ଭୁବନେଶ୍ୱର, ୨୩।୪ (ତପନ ସ୍ବାଇଁ): ଇତିହାସ ସୃଷ୍ଟି ହୋଇସାରିଛି। ଓଡ଼ିଶା ଏଫ୍‌ସି ପ୍ରଥମ ଥର ପାଇଁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ସେମିଫାଇନାଲରେ ପ୍ରବେଶ କରିଛି।...

ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରିବା କୋହଲିଙ୍କୁ ପଡ଼ିଲା ମହଙ୍ଗା, ବିସିସିଆଇ ନେଲା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୨।୪: ଆଇପିଏଲ ୨୦୨୪ରେ କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ରବିବାର ଏକ ମ୍ୟାଚ ହୋଇଥିଲା। ଯେଉଁଥିରେ କେକେଆର୍‌ ୧ ରନ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri