ଶେଫାଳିଙ୍କ ଅସମୟ ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁ ନାହାଁନ୍ତି ସ୍ବାମୀ ପରାଗ

ମୁମ୍ବାଇ: ବଲିଉଡରେ ‘କାଣ୍ଟା ଲଗା ଗାର୍ଲ’ ଭାବରେ ପ୍ରସିଦ୍ଧ ଶେଫାଳି ଜରିୱାଲାଙ୍କ ୪୨ ବର୍ଷ ବୟସରେ ମୃତ୍ୟୁ ଘଟିଛି। ଅଭିନେତ୍ରୀଙ୍କ ଶେଷକୃତ୍ୟ ମୁମ୍ବାଇରେ କରାଯାଇଥିଲା। ଯେଉଁଠାରେ ତାଙ୍କ ପରିବାର ବ୍ୟତୀତ ଅନେକ ଟିଭି ଷ୍ଟାର ଯୋଗ ଦେଇଥିଲେ। ଅଭିନେତ୍ରୀଙ୍କୁ ଶେଷ ବିଦାୟ ଦେବା ପରେ ସମସ୍ତଙ୍କ ଆଖିରୁ ଲୁହ ଝରି ପଡ଼ିଥିଲା।
ରିପୋର୍ଟ ଅନୁସାରେ, ଶୁକ୍ରବାର ରାତି ୧୦ ରୁ ୧୧ ଟା ମଧ୍ୟରେ ଶେଫାଳି ଜରିୱାଲାଙ୍କ ମୃତ୍ୟୁ ହୋଇଥିଲା। ଘରେ ଅଭିନେତ୍ରୀଙ୍କର ହୃଦଘାତ ହୋଇଥିଲା। ଏହା ପରେ ତାଙ୍କ ସ୍ବାମୀ ପରାଗ ତ୍ୟାଗୀ ଏବଂ ଅନ କେତେଜଣ ଅଭିନେତ୍ରୀଙ୍କୁ ହସ୍ପିଟାଲକୁ ନେଇଯାଇଥିଲେ। ଯେଉଁଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ସେହି ସମୟରେ, ଶେଫାଲିଙ୍କ ମୃତ୍ୟୁ ପରେ, ପ୍ରାୟ ରାତି ୧ ଟାରେ ପୋଲିସକୁ ଏ ବିଷୟରେ ସୂଚନା ଦିଆଯାଇଥିଲା। ସୂଚନା ପାଇବା ମାତ୍ରେ ପୋଲିସ ତୁରନ୍ତ ଅଭିନେତ୍ରୀଙ୍କ ଘରେ ପହଞ୍ଚିଥିଲା। ଯେଉଁଠାରେ ତଦନ୍ତ ପରେ, ତାଙ୍କ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ମୁମ୍ବାଇର କୁପର ହସ୍ପିଟାଲକୁ ପଠାଯାଇଥିଲା। ଯାହାଦ୍ୱାରା ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ। ପତ୍ନୀ ଶେଫାଳି ଜରିୱାଲାଙ୍କୁ ଶେଷ ବିଦାୟ ଦେବା ପରେ, ପରାଗ ତ୍ୟାଗୀ ପ୍ରବଳ କାନ୍ଦୁଥିବାର ଦେଖାଯାଇଥିଲା। ଅଭିନେତ୍ରୀଙ୍କ ଶେଷକୃତ୍ୟ ପରେ, ସେ ଗଣମାଧ୍ୟମ ସହିତ କଥା ହୋଇଥିଲେ ଏବଂ ହାତ ଯୋଡ଼ି ସେମାନଙ୍କୁ ଶେଫାଳିଙ୍କ ପାଇଁ ପ୍ରାର୍ଥନା କରିବାକୁ ଅନୁରୋଧ କରିଥିଲେ। ପରାଗ କହିଥିଲେ, ‘ତୁମେମାନେ ଦୟାକରି ମୋ ପରୀଙ୍କ ପାଇଁ ପ୍ରାର୍ଥନା କର…’ ତାଙ୍କ କଥା ଶୁଣି ସମସ୍ତେ ଭାବପ୍ରବଣ ହୋଇଯାଉଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri