ଇମ୍ରାନଙ୍କୁ ଜବାବ ଦେଲେ ଶେହବାଜ…

ଇସଲାମାବାଦ,୨୭।୧୨ : ପାକିସ୍ତାନ ଖାଇବର ପାସ୍ତୁନଖ୍ବା ଏବଂ ବାଲୁଚିସ୍ତାନ ପ୍ରଦେଶରେ ଆତଙ୍କବାଦ ବୃଦ୍ଧି ନେଇ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ଖାଇବର ଡେରା ଇସମାଇଲ ଖାନ ଜିଲାରେ ଏକ ସମାବେଶକୁ ସମ୍ବୋଧିତ କରି ସେ ଆତଙ୍କବାଦକୁ ଶେଷ କରିବେ ବୋଲି ଦୋହରାଇଛନ୍ତି।

ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଗତ ଆଠ ମାସ ମଧ୍ୟରେ ଆତଙ୍କବାଦକୁ ରୋକିବାରେ ନୂଆ ସରକାର ବିଫଳ ହୋଇଥିବା ଅଭିଯୋଗ କରିଥିଲେ। ଏପ୍ରିଲରେ ନୂଆ ସରକାର ଗଠନ ହେବା ପରଠାରୁ ଆତଙ୍କବାଦୀ ଘଟଣାରେ ୫୨ ପ୍ରତିଶତ ବୃଦ୍ଧି ଘଟି ୨୭୦ଜଣଙ୍କ ଜୀବନ ଯାଇଥିବାବେଳେ ୫୫୦ରୁ ଅଧିକ ଆହତ ହୋଇଥିବା ଇମ୍ରାନ କହିଥିଲେ। ତେବେ ଶେହବାଜ ଇମ୍ରାନଙ୍କୁ ଏହାର ଜବାବ ଦେଇଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଦେଶର ସୁରକ୍ଷା ପରିସ୍ଥିତିକୁ ଅନୁଧ୍ୟାନ କରିବା ପାଇଁ କିଛି ଦିନ ମଧ୍ୟରେ ଜାତୀୟ ସୁରକ୍ଷା କମିଟି (ଏନଏସସି)ର ଏକ ବୈଠକ ଡକାଯିବ। ଗତ ସପ୍ତାହରେ ପାକିସ୍ତାନୀ ତାଲିବାନ (ଟିଟିପି) ଆତଙ୍କବାଦୀଙ୍କ ଦ୍ୱାରା ଖାଇବରର ବନ୍ନୁ ଜିଲାର ଏକ ସୁରକ୍ଷା କମ୍ପାଉଣ୍ଡରେ ହୋଇଥିବା ଆକ୍ରମଣରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହା ହୃଦୟ ବିଦାରକ, କିନ୍ତୁ ସୁରକ୍ଷା ଏଜେନ୍ସି ଏକ ସଫଳ ଅପରେଶନ କରି ସମସ୍ତ ଆତଙ୍କବାଦୀଙ୍କୁ ହତ୍ୟା କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri