ଇମ୍ରାନ ହଟିବା ପରେ ଚାଇନାରେ ଖୁସି

ବେଜିଂ,୧୧।୪: ପାକିସ୍ତାନ ତେହରିକ୍‌-ଏ-ଇନଶାଫ୍‌(ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନ୍‌ ପ୍ରଧାନମନ୍ତ୍ରୀ ଥିବାବେଳେ ଚାଇନା ସହିତ ଅଧିକ ଘନିଷ୍ଠତା ବଢାଇଥିଲେ, ଆଜି ସେହି ଚାଇନା ଇମ୍ରାନଙ୍କ କ୍ଷମତାରୁ ବିଦାୟ ନେଇ ଖୁସି ବ୍ୟକ୍ତ କରୁଛି। ଇମ୍ରାନଙ୍କୁ କ୍ଷମତାରୁ ହଟାଯିବା ପରେ ଶେହଓ୍ବାଜ୍‌ ଶରିଫଙ୍କ ନୂତନ ପ୍ରଧାନମନ୍ତ୍ରୀ ହେବାର ଆଶା ରହିଛି। ଚାଇନା ଗଣମାଧ୍ୟମ ଖୁସି ବ୍ୟକ୍ତ କରି କହିଛି ଯେ, ଖାନଙ୍କ ଅପେକ୍ଷା ଶେହଓ୍ବାଜ୍‌ଙ୍କ ଶାସନ କାଳରେ ଚାଇନା ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ଅଧିକ ଭଲ ହୋଇପାରିବ।
ଚାଇନା ସରକାରଙ୍କ ଦ୍ୱାରା ପରିଚାଳିତ ‘ଗ୍ଲୋବାଲ ଟାଇମ୍ସ’ର ଏକ ସ୍ତମ୍ବରେ କୁହାଯାଇଛି, ସୋମବାର ସଂସଦ ବୈଠକକ ପରେ ତିନିଥର ପାକିସ୍ତାନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ସାନଭାଇ ଶେହଓ୍ବାଜ୍‌ ସରକାର ଗଠନ ପ୍ରକ୍ରିୟା ଆରମ୍ଭ କରିବେ। ଚାଇନା ଏବଂ ପାକିସ୍ତାନୀ ବିଶ୍ଳେଷକମାନେ ବିଶ୍ୱାସ କରନ୍ତି ଯେ, ପାକିସ୍ତାନର ଆଭ୍ୟନ୍ତରୀଣ ରାଜନୈତିକ ପରିବର୍ତ୍ତନ ଦ୍ୱାରା ଚାଇନା ଏବଂ ପାକିସ୍ଥାନ ମଧ୍ୟରେ ଥିବା ଦୃଢ ସମ୍ପର୍କ ପ୍ରଭାବିତ ହେବ ନାହିଁ। ଇମ୍ରାନ ଖାନଙ୍କ ସମ୍ଭାବ୍ୟ ଉତ୍ତରାଧିକାରୀ ଶରିଫ ପରିବାରରୁ ଆସିଛନ୍ତି, ଯାହା ଦୀର୍ଘ ଦିନ ଧରି ଚାଇନା-ପାକିସ୍ତାନ ସମ୍ପର୍କକୁ ପ୍ରୋତ୍ସାହିତ କରିଆସୁଛି। ଏଭଳି ପରିସ୍ଥିତିରେ ବର୍ତ୍ତମାନ ଇମ୍ରାନ ଖାନଙ୍କ ତୁଳନାରେ ଦୁଇ ଦେଶ ମଧ୍ୟରେ ସହଯୋଗ ଆହୁରି ଭଲ ହୋଇପାରିବ।
ନୱାଜ ସରିଫଙ୍କ ନେତୃତ୍ୱାଧୀନ ସରକାର ସମୟରେ ଦୁଇ ଦେଶ ମଧ୍ୟରେ ୬୦ ବିଲିୟନ ଡଲାରର ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) କିପରି ଭଲ ଅଗ୍ରଗତି କରିଥିଲା ତାହା ଏହି ରିପୋର୍ଟରେ ବର୍ଣ୍ଣନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri