ନ୍ୟାୟପାଳିକା ଉପରେ ଶେହବାଜ ସରିଫ ସରକାରଙ୍କ ପ୍ରହାର…

ଇସଲାମାବାଦ,୪।୪ : ଦୁଇ ପ୍ରଦେଶରେ ନିର୍ବାଚନ ତାରିଖ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପୂର୍ବରୁ ଶେହବାଜ ସରିଫ ସରକାର ସୁପ୍ରିମକୋର୍ଟ ଉପରେ ପ୍ରହାର କରିଛନ୍ତି। ସରିଫ ସରକାର ଏବଂ ଶାସକ ମିଳିତ ମେଣ୍ଟ ପାକିସ୍ତାନ ଡେମୋକ୍ରାଟିକ ମୁଭମେଣ୍ଟ (ପିଡିଏମ) ଗତ କିଛି ସପ୍ତାହ ଧରି ସିଧାସଳଖ ସୁପ୍ରିମକୋର୍ଟଙ୍କୁ ଟାର୍ଗେଟ କରିବାରେ ଲାଗିଛି। ବିଶେଷକରି ପ୍ରଧାନ ବିଚାରପତି ଉମର ଆଟା ବନ୍ଦିଆଲ ଶେହବାଜଙ୍କ ଟାର୍ଗେଟରେ ଅଛନ୍ତି।
ସୋମବାର ସୁପ୍ରିମକୋର୍ଟ କହିଥିଲେ, ପଞ୍ଜାବ ଏବଂ ଖାଇବର ପାସ୍ତୁନଖ୍ବାଠାରେ ପ୍ରାଦେଶିକ ବିଧାନସଭା ନିର୍ବାଚନ ତାରିଖକୁ ନେଇ ଚାଲିଥିବା ବିବାଦ ଉପରେ କୋର୍ଟ ମଙ୍ଗଳବାର ରାୟ ପ୍ରଦାନ କରିବେ।

ସୋମବାର ରାତିରେ ସରିଫ ସରକାର ସୁପ୍ରିମକୋର୍ଟର ରେଜିଷ୍ଟ୍ରାରଙ୍କୁ ତାଙ୍କ ପଦରୁ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି। ନିକଟରେ ସୁପ୍ରିମକୋର୍ଟର ବିଚାରପତିଙ୍କ ମଧ୍ୟରେ ବିଭାଜନ ସୃଷ୍ଟି କରିବାର ରଣନୀତି ଗ୍ରହଣ କରିଛି ପିଡିଏମ। ଏହା ଅଧୀନରେ ସରକାର ବିଚାରପତି କାଜି ଫାଏଜ ଇସାଙ୍କ ସପକ୍ଷରେ ଛିଡା ହୋଇଛନ୍ତି। ନିର୍ବାଚନ ତାରିଖ ମାମଲାରେ ଜଷ୍ଟିସ ବନ୍ଦିଆଲଙ୍କ ନିଜସ୍ବ ଉଦ୍ୟମରେ ହସ୍ତକ୍ଷେପ କରିବାକୁ ନିଷ୍ପତ୍ତି ନେଇଥିବା ପ୍ରଶ୍ନ ଉପରେ ଇସା ପ୍ରଶ୍ନ କରିଛନ୍ତି। ବର୍ତ୍ତମାନ ସରକାର କହିଛନ୍ତି ଯେ ରେଜିଷ୍ଟ୍ରାର ଇଶ୍ରାତ ଅଲି ଜଷ୍ଟିସ ଇସାଙ୍କ ଆଦେଶ ପାଳନ କରିନାହାଁନ୍ତି। ଏହି କାରଣରୁ ତାଙ୍କୁ ତାଙ୍କ ପଦରୁ ହଟାଯାଉଛି।

ନିର୍ବାଚନ ତାରିଖର ଶୁଣାଣି ସମୟରେ ଜଷ୍ଟିସ ବନ୍ଦିଆଲ ଅନେକ କଡ଼ା ମନ୍ତବ୍ୟ ଦେଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ସେହି ମନ୍ତବ୍ୟକୁ ସର୍ବସାଧାରଣରେ ସମାଲୋଚନା କରିଛନ୍ତି। ପ୍ରଧାନ ବିଚାରପତି କହିଥିଲେ ଯଦି ଆପଣ ଆଜି ସଂସଦକୁ ଯାଆନ୍ତି, ତେବେ ଏପରି ଲୋକ ସେଠାରେ ସଂସଦକୁ ସମ୍ବୋଧିତ କରୁଥିବା ଦେଖିବାକୁ ମିଳିବ, ଯେଉଁମାନେ ଗତକାଲି ପର୍ଯ୍ୟନ୍ତ ଜେଲରେ ଥିଲେ ଏବଂ ଯେଉଁମାନେ ଦେଶଦ୍ରୋହୀ ଘୋଷିତ ହୋଇଥିଲେ। ବର୍ତ୍ତମାନ ସେମାନେ ସେଠାରେ କବଜା କରିଛନ୍ତି। ସେମାନେ ଜନ ପ୍ରତିନିଧୀ ହୋଇଥିବାରୁ ତାଙ୍କୁ ସମ୍ମାନ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧ ଜାହାଜ, ସୈନ୍ୟ ପଠାଇଲା ଆମେରିକା

ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୩ରେ ଆମେରିକାରେ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?