ସ୍ବଦେଶ ଫେରିଲେ ଶେହବାଜଙ୍କ ପୁଅ, ଦୁର୍ନୀତି ଅଭିଯୋଗରେ କରିବେ ଆତ୍ମସମର୍ପଣ…

ଇସଲାମାବାଦ,୧୧।୧୨ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ପଳାତକ ପୁତ୍ର ସୁଲେମାନ ଶେହବାଜ ଲଣ୍ଡନରେ ଚାରି ବର୍ଷ ଆତ୍ମ-ର୍ନିବାସନ ପରେ ରବିବାର ସକାଳେ ସ୍ବଦେଶ ଫେରିଛନ୍ତି। ଦୁର୍ନୀତିର ଅନେକ ଅଭିଯୋଗତାଙ୍କ ବିରୋଧରେ ରହିଛି। ଡିସେମ୍ବର ୧୩ ପର୍ଯ୍ୟନ୍ତ ଆତ୍ମସମର୍ପଣ କରିବାକୁ କୋର୍ଟ ସୁଲେମାନଙ୍କୁ ସମୟ ଦେଇଛନ୍ତି। ତାଙ୍କ ଗିରଫଦାରୀକୁ ବର୍ତ୍ତମାନ ପର୍ଯ୍ୟନ୍ତ ସର୍ବୋଚ୍ଚ ନ୍ୟାୟାଳୟ ସ୍ଥଗିତ ରଖିଥିଲେ, ଏହା ପରେ ସୁଲେମାନ ପାକିସ୍ତାନକୁ ଫେରିବାକୁ ରାଜି ହୋଇଥିଲେ।

ସାଧାରଣ ନିର୍ବାଚନ ପୂର୍ବରୁ ନ୍ୟାଶନାଲ ଆକାଉଣ୍ଟେବିଲିଟି ବ୍ୟୁରୋ (ଏଫଆଇଏ) ତାଙ୍କ ବିରୋଧରେ ଅନେକ ମାମଲା ପଞ୍ଜୀକୃତ କରିଥିବା ବେଳେ ୨୦୧୮ଠାରୁ ସୁଲେମାନ ତାଙ୍କ ପରିବାର ସହ ଲଣ୍ଡନରେ ଥିଲେ। ସେ କିଛି ଶୁଣାଣିରେ ହାଜର ହେବା ପାଇଁ ପାକିସ୍ତାନ ଫେରିଛନ୍ତି। ଫେରିବା ପୂର୍ବରୁ ସୁଲେମାନ ଏକ ବିବୃତ୍ତିରେ କହିଛନ୍ତି ଯେ ନୂତନ ରାଜନୈତିକ ସ୍ଥିତିରେ ତାଙ୍କ ତଥା ତାଙ୍କ ପରିବାର ବିରୋଧରେ ଜାଲିଆତି ମାମଲା ରୁଜୁ ହେବା ପରେ ସେ ପାକିସ୍ତାନ ଛାଡିବାକୁ ବାଧ୍ୟ ହୋଇଥିଲେ।

ସୁଲେମାନଙ୍କ ବିରୋଧରେ ଗିରଫ ଓ୍ବାରେଣ୍ଟ ଜାରି କରାଯାଇଥିଲା। ତେବେ କୋର୍ଟରେ ଦାଖଲ ହୋଇଥିବା ରିପୋର୍ଟରେ ଏଫଆଇଏ କହିଛି ଯେ ସୁଲେମାନ ତାଙ୍କ ଠିକଣାରେ ଉପସ୍ଥିତ ନ ଥିବାରୁ ବିଦେଶ ଯାଇଥିବାରୁ ୱାରେଣ୍ଟ କାର୍ଯ୍ୟକାରୀ ହୋଇପାରିବ ନାହିଁ। ଚଳିତ ବର୍ଷ ଜୁଲାଇରେ ନିମ୍ନ ଅଦାଲତ ସୁଲେମାନଙ୍କୁ ଅପରାଧୀ ଭାବରେ ଘୋଷଣା କରିବା ସହ ୧୬ ବିଲିୟନ ମନି ଲଣ୍ଡରିଂ ମାମଲାରେ ଜଣେ ପଳାତକ ଭାବେ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

ସୋନମ ୱାଙ୍ଗଚୁକଙ୍କୁ ଭାବୁକ ନିବେଦନ କଲେ ଅଭିଜିତ୍‌ ଦୀପକେ, କହିଲେ-ଆପଣଙ୍କ ଜୀବନ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri