ପାକିସ୍ତାନରେ ଶେହନାଜଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ: ଶେହନାଜ ଗିଲଙ୍କ ଲୋକପ୍ରିୟତା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏକଦା ନିଜକୁ ‘ପଞ୍ଜାବର କ୍ୟାଟ୍ରିନା’ ବୋଲି କହିଥିବା ଶେହନାଜ ବର୍ତ୍ତମାନ କେବଳ ଦେଶରେ ନୁହେଁ ବିଦେଶରେ ମଧ୍ୟ ବେଶ୍‌ ପ୍ରସିଦ୍ଧି ଲାଭ କରିଛି। ତାଙ୍କର ଲୋକପ୍ରିୟତା ଏବେ ପାକିସ୍ତାନରେ ପହଞ୍ଚିଛି। ଆଜିକାଲି ପାକିସ୍ତାନୀ ସୋସିଆଲ ମିଡିଆରେ ଶେହନାଜ ବେଶ୍‌ ଚର୍ଚ୍ଚାରେ ରହିଛନ୍ତି।

କିଛି ଦିନ ପୂର୍ବରୁ ଶେହନାଜଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଯେଉଁଥିରେ ସେ ଥଟ୍ଟା କରି ସେଲୁନ ବାହାରେ ଠିଆ ହୋଇଥିବା ଫଟୋଗ୍ରାଫରଙ୍କୁ କହିଥିଲେ ଯେ, ତାଙ୍କ ହେତୁ ସେ ୧ ହଜାର ଖର୍ଚ୍ଚ କରିଛନ୍ତି, କାରଣ ତାଙ୍କୁ ଷ୍ଟ୍ରେଟ୍‌ନିଙ୍ଗ୍‌ କରିବାକୁ ପଡ଼ିବ। ତାଙ୍କର ଏହି ଫଟୋ ଭାଇରାଲ ହୋଇ ଏତେ ପ୍ରସିଦ୍ଧି ହେଲା ଯେ, ପାକିସ୍ତାନୀ ଅଭିନେତ୍ରୀ ଯଶମା ଗିଲ୍‌ ମଧ୍ୟ ତାଙ୍କର ପ୍ରଶଂସକ ହୋଇଥିଲେ।

 

ଯଶମା ଶେହନାଜଙ୍କ ଏହି ଭିଡିଓ ଉପରେ ମନ୍ତବ୍ୟ ଦେଇ ତାଙ୍କୁ ପ୍ରଶଂସା କରିଥିଲେ। ଅନେକେ ତାଙ୍କ ଶୈଳୀକୁ ପ୍ରଶଂସା କରିଥିଲେ। ବିଗ୍‌ ବସ୍‌ ପରେ ଶେହନାଜ ଚର୍ଚ୍ଚାକୁ ଆସିଥିଲେ। ୨-୩ ବର୍ଷ ମଧ୍ୟରେ ସେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ଏବେ ତାଙ୍କର ଫଟୋ ଏବଂ ଭିଡିଓ ଚର୍ଚ୍ଚାରେ ରହିଛି।

ଖୁବ୍‌ଶୀଘ୍ର ଶେହନାଜ ବଲିଉଡ୍‌ରେ ଏଣ୍ଟ୍ରି କରିବାକୁ ଯାଉଛନ୍ତି। ଶେହନାଜ ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ଫିଲ୍ମ ସହିତ ଡେବ୍ୟୁ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri