ବଲିଉଡ୍‌ରେ ଡେବ୍ୟୁ କରିବେ ଶେହନାଜ୍‌

ବିଗ ବସ ୧୩ ପରଠାରୁ ଅଭିନେତ୍ରୀ ଶେହନାଜ ଗିଲ ସବୁଆଡେ ଚର୍ଚ୍ଚାରେ ଅଛନ୍ତି। ଶୋ’ ପରେ ଶେହନାଜ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ବିଗ ବସ୍‌ରେ ଦର୍ଶକଙ୍କ ସହ ଶୋ’ର ହୋଷ୍ଟ ସଲମାନ ଖାନ ମଧ୍ୟ ଶେହନାଜଙ୍କୁ ପସନ୍ଦ କରିଥିଲେ। ଏବେ ପ୍ରଶଂସକମାନେ ତାଙ୍କ ବଲିଉଡ ଡେବ୍ୟୁକୁ ଅପେକ୍ଷା କରିଛନ୍ତି। ଟିଭି ଦୁନିଆରେ ଜଲଓ୍ବା ଦେଖାଇବା ପରେ କରିବା ପରେ ଶେହନାଜ ଏବେ ବଡ ପରଦାରେ ପାଦ ଦେବାକୁ ଯାଉଛନ୍ତି। ସଲମାନ ଖାନଙ୍କ ଫିଲ୍ମ ‘କଭି ଇଦ୍‌, କଭି ଦିଓ୍ବାଲୀ’ରେ ସେ ଡେବ୍ୟୁ କରିବେ ବୋଲି କୁହାଯାଉଛି। ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ସଲମାନ ୍‌ଏବଂ ପୂଜା ହେଗଡେ ନଜର ଆସିବେ। କେବଳ ଏତିକି ନୁହେଁ, ସଲମାନଙ୍କ ଭିଣୋଇ ଆୟୁଷ ଶର୍ମା ମଧ୍ୟ ଏହି ଫିଲ୍ମରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ।
ଶେହନାଜ ‘କଭି ଇଦ୍‌, କଭି ଦିଓ୍ବାଲୀ’ରେ ଆୟୁଷଙ୍କ ବିପକ୍ଷରେ ଦେଖିବାକୁ ମିଳିବ, ଯଦିଓ ଶେହନାଜଙ୍କ ଭୂମିକା ଏବଂ ଡେବ୍ୟୁ ବିଷୟରେ କୌଣସି ନିର୍ଦ୍ଦିଷ୍ଟ ସୂଚନା ଦିଆଯାଇ ନାହିଁ। କିନ୍ତୁ ନିକଟରେ ଏକ ପାର୍ଟିରେ ସଲମାନଙ୍କ ସହ ଶେହନାଜ୍‌ଙ୍କୁ ଦେଖିବାକୁ ମିଳିଥିଲା।
ଶେହନାଜ ଗିଲଙ୍କୁ ଦିଲଜିତ ଦୋସାଞ୍ଜଙ୍କ ବିପକ୍ଷରେ ପଞ୍ଜାବୀ ଫିଲ୍ମ ହୌଉସଲା ରଖରେ ଶେଷ ଥର ପାଇଁ ଦେଖିବାକୁ ମିଳିଥିଲା। ତାଙ୍କର ଚରିତ୍ର ଏବଂ ଅଭିନୟକୁ ପ୍ରଶଂସକମାନେ ପସନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri