ବଡିଗାର୍ଡଙ୍କ ଉପରେ ପ୍ରବଳ ରାଗିଲେ ଶେହନାଜ

ମୁମ୍ବାଇ: ଅଭିନେତ୍ରୀ ଶେହନାଜ ଗିଲ୍‌ଙ୍କୁ ଲୋକମାନେ ଅଧିକ ପସନ୍ଦ କରନ୍ତି। କାରଣ ସେ ବହୁତ ଖୋଲା ହୃଦୟର ମଣିଷ। ସବୁଠାରୁ ବଡ଼ କଥା ହେଉଛି ପ୍ରଶଂସକମାନଙ୍କୁ ମଧ୍ୟ ସେ ବହୁତ ଭଲ ପାଆନ୍ତି।

ସୋସିଆଲ ମିଡିଆରେ ଶେହନାଜଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସେ ପ୍ରଶଂସକଙ୍କ ପାଇଁ ନିଜ ବଡିଗାର୍ଡଙ୍କ ଉପରେ ପ୍ରବଳ ରାଗୁଥିବାର ନଜର ଆସିଛନ୍ତି।

 

ଶେହନାଜ ଏକ ଇଭେଣ୍ଟରେ ଯୋଗ ଦେବାକୁ ଆସିଥିଲେ। ସେଠାରେ ତାଙ୍କ ପ୍ରଶଂସକମାନେ ତାଙ୍କୁ ଦେଖିବା ପାଇଁ ନିଜକୁ ଅଟକାଇ ପାରି ନ ଥିଲେ ଏବଂ ସେଲ୍‌ଫି ନେବାକୁ ଚାହିଁଥିଲେ। ପ୍ରଶଂସକଙ୍କ ଭିଡ଼ ଦେଖି ଶେହନାଜଙ୍କ ବଡିଗାର୍ଡ ପ୍ରଶଂସକଙ୍କୁ ଠେଲି ଦେଇଥିଲେ। ଏହା ଦେଖି ଶେହନାଜ ରାଗି ଯାଇ ବଡିଗାର୍ଡଙ୍କୁ ଗାଳି ଦେଇଥିଲେ।

ଭିଡିଓରେ ଶୁଣିବାକୁ ମିଳୁଛି, ଶେହନାଜଙ୍କ ବଡିଗାର୍ଡ ପ୍ରଶଂସକଙ୍କୁ ଅଟକାଇବା ପାଇଁ ଚେଷ୍ଟା କରୁଛନ୍ତି। ଏହା ଶୁଣି ଶେହନାଜ ରାଗି କି କହିଲେ, ‘କ’ଣ ହେଲା, ତୁମେ ଏମିତି କାହିଁକି କରୁଛ .. ମୁଁ ତାଙ୍କୁ ଚାହୁଁଛି। ତାଙ୍କ ସହିତ ଫଟୋ ନେବି। ଧନ୍ୟବାଦ। ଏହା ପରେ ପୁଣି ଭିଡ଼ ଦେଖି ବଡିଗାର୍ଡ ଲୋକମାନଙ୍କୁ ଠେଲି ଦେଉଛନ୍ତି। ପରେ ଶେହନାଜ ରାଗିଗଲେ, କହିଲେ ଓଃ ଗୋଟିଏ ମିନିଟ୍‌, ଅସୁବିଧା କ’ଣ? ତୁମେ ଏତେ ଭୟଭୀତ କାହିଁକି ହେଉଛ? ଶେହନାଜଙ୍କ ଏହି କଥା ପ୍ରଶଂସକଙ୍କ ହୃଦୟକୁ ଆହୁରି ଛୁଇଁଗଲା। ସେମାନେ ଶେଷରେ ତାଙ୍କ ସହ ସେଲ୍‌ଫି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri