ଏବେବି ବାଂଲାଦେଶର ପ୍ରଧାନମନ୍ତ୍ରୀ ଅଛନ୍ତି ଶେଖ ହାସିନା! ରାଷ୍ଟ୍ରପତିଙ୍କ ଦାବିକୁ ନେଇ ବଢୁଛି ରାଜନୈତିକ ଉଷ୍ମତା

ଢାକା,୨୨।୧୦: ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ କହିଛନ୍ତି ଯେ ଶେଖ ହାସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବାର କୌଣସି ଡକ୍ୟୁମେଣ୍ଟାରୀ ପ୍ରମାଣ ନାହିଁ। ବାଂଲାଦେଶରେ ତତ୍କାଳୀନ ଶେଖ ହସିନା ସରକାରଙ୍କ ବିରୋଧରେ ମୌଳବାଦୀମାନେ ତୀବ୍ର ବିରୋଧ କରିଥିଲେ। ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଆସିବା ପରେ ପ୍ରଧାନମନ୍ତ୍ରୀ ହାସିନା ଅଗଷ୍ଟ ୫ରେ ଇସ୍ତଫା ଦେଇ ଭାରତରେ ଆଶ୍ରୟ ନେଇଥିଲେ। ଏହି ପ୍ରସଙ୍ଗରେ ରାଷ୍ଟ୍ରପତିଙ୍କ ବିବୃତ୍ତି ସାମ୍ନାକୁ ଆସିଛି।
ଏକ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ରାଷ୍ଟ୍ରପତି କହିଛନ୍ତି ଯେ ସେ ଶୁଣିଛନ୍ତି ଯେ ହାସିନା ଦେଶ ଛାଡିବା ପୂର୍ବରୁ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି, କିନ୍ତୁ ଏହାର କୌଣସି ଡକ୍ୟୁମେଣ୍ଟାରୀ ପ୍ରମାଣ ନାହିଁ। ଅନେକ ଚେଷ୍ଟା ସତ୍ତ୍ୱେ୍‌ ସେମାନେ ଏହା ସହ ଜଡିତ କୌଣସି ଡକ୍ୟୁମେଣ୍ଟ ପାଇଲେ ନାହିଁ। ସେ କହିଛନ୍ତି ଯେ ବୋଧହୁଏ ଶେଖ ହାସିନାଙ୍କ ପାଖରେ ଇସ୍ତଫା ଦେବାକୁ ସମୟ ନଥିଲା।

ଅଗଷ୍ଟ ୫ର ଘଟଣା ସମ୍ପର୍କରେ ସେ କହିଛନ୍ତି ଯେ ସକାଳ ପ୍ରାୟ ୧୦ଟା ୩୦ରେ ବଙ୍ଗଭବନ ନିକଟସ୍ଥ ହାସିନାଙ୍କ ବାସଭବନରୁ ଏକ କଲ ଆସିଥିଲା ଏବଂ ତାଙ୍କୁ କୁହାଯାଇଥିଲା ଯେ ସେ ତାଙ୍କୁ ଭେଟିବାକୁ ଚାହୁଁଛନ୍ତି। ଏକ ଘଣ୍ଟା ପରେ ଆଉ ଏକ କଲ ଆସିଲା। ସେ କହିଥିଲେ ଯେ ସେ ଆସୁନାହାଁନ୍ତି। ସବୁ ସ୍ଥାନରୁ ଅଶାନ୍ତି ଦେଖାଦେଇଥିଲା। ମୁଁ ମୋର ସାମରିକ ସଚିବ ମହମ୍ମଦ ଆଦିଲ ଚୌଧୁରୀଙ୍କୁ ଏହା ଉପରେ ଦୃଷ୍ଟି ଦେବାକୁ କହିଲି। ତାଙ୍କ ପାଖରେ ମଧ୍ୟ କୌଣସି ସୂଚନା ନଥିଲା। ତା’ପରେ ହାସିନା ଦେଶ ଛାଡିଥିବା ସୂଚନା ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri