ହାସିନାଙ୍କୁ ନାଲି ଆଖି ଦେଖାଇଲେ ୟୁନୁସ୍‌, କରିଦେଲେ ଏମିତି, ଚିନ୍ତାରେ…

ଢାକା,୨୭।୧: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କୁ ଆଉ ଏକ ବଡ଼ ଝଟକା ଦେଇପାରନ୍ତି। ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ତାଙ୍କ ଝିଅ ସାଇମା ୱାଜେଦଙ୍କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଦକ୍ଷିଣ-ପୂର୍ବ ଏସିଆର ଆଞ୍ଚଳିକ ନିର୍ଦ୍ଦେଶକ ପଦରୁ ହଟାଇବା ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତି ଆରମ୍ଭ କରିଦେଇଛି।

ଦିଲ୍ଲୀରେ ରହୁଥିବା ସାଇମା ୱାଜେସ ପେଶାରେ ଜଣେ ମନସ୍ତତ୍ତ୍ୱବିତ୍‌ ଏବଂ ନ୍ୟୁରୋଡେଭଲପମେଣ୍ଟାଲ ଡିସଅର୍ଡର ଉପରେ ବ୍ୟାପକ ଭାବରେ କାର୍ଯ୍ୟ କରିଛନ୍ତି। ତାଙ୍କୁ ଜାନୁଆରୀ ୨୩, ୨୦୨୪ରେ ଜେନେଭାରେ ଡବ୍ଲ୍ୟୁଏଚ୍‌ଓ କାର୍ଯ୍ୟନିର୍ବାହୀ ବୋର୍ଡ ଦ୍ୱାରା WHO ଆଞ୍ଚଳିକ ନିର୍ଦ୍ଦେଶକ ଭାବରେ ନିଯୁକ୍ତ କରାଯାଇଥିଲା। ଦୁର୍ନୀତି ଅଭିଯୋଗ ପାଇଁ ବାଂଲାଦେଶ ଦୁର୍ନୀତି ନିବାରଣ କମିଶନ (ଏସିସି) ଦ୍ୱାରା ତାଙ୍କ ବିରୋଧରେ ତଦନ୍ତ କରାଯାଉଛି।

ଏହି କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଜଣେ ଅଧିକାରୀ କହିଛନ୍ତି, ୱାଜେଦଙ୍କୁ WHOରୁ ହଟାଇବା ପାଇଁ ACC ଆବଶ୍ୟକୀୟ ପଦକ୍ଷେପ ନେଇଛି। ତାଙ୍କୁ ହଟାଇବା ପାଇଁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟକୁ ଚିଠି ପଠାଇବା ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି। ଆନ୍ଦୋଳନ ପରେ ଦେଶରେ ୭୬ ବର୍ଷୀୟା ଶେଖ ହାସିନା ଭାରତ ପଳାଇ ଆସିଥିଲେ। ଏହା ପରେ ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସ୍‌ଙ୍କ ନେତୃତ୍ୱରେ ଦେଶରେ ଏକ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?