Posted inଜାତୀୟ

ଶେଖ୍‌ ମୁଜିବୁର ରହମାନ, ସୁଲତାନ କାବୁସ୍‌ ପାଇବେ ଗାନ୍ଧୀ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ,୨୩।୩: ବାଂଲାଦେଶର ରାଷ୍ଟ୍ରପିତା କୁହାଯାଉଥିବା ଶେଖ୍‌ ମୁଜିବୁର ରହମାନଙ୍କୁ ଗାନ୍ଧୀ ଶାନ୍ତି ପୁରସ୍କାର ପ୍ରଦାନ କରାଯିବ। କରୋନା ମହାମାରୀ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ପ୍ରଥମ ବିଦେଶ ଗସ୍ତରେ ବାଂଲାଦେଶ ଯିବାକୁ ଥିବାବେଳେ ଏହା ପୂର୍ବରୁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ଓମାନକୁ ଦୀର୍ଘବର୍ଷ ଧରି ଶାସନ କରିଥିବା ସୁଲତାନ କାବୁସ୍‌ଙ୍କୁ ମଧ୍ୟ ଏହି ପୁରସ୍କାର ନିମନ୍ତେ ମନୋନୀତ କରାଯାଇଥିବା ଏକ ସରକାରୀ ବିବୃତିରେ କୁହାଯାଇଛି। ପ୍ରଥମ ଥର ପାଇଁ ୨୦୧୯ ଓ ୨୦୨୦ ବର୍ଷ ନିମନ୍ତେ ଗାନ୍ଧୀ ଶାନ୍ତି ପୁରସ୍କାର ମରଣୋତ୍ତର ଭାବେ ପ୍ରଦାନ କରାଯିବ। ଓମାନ ସୁଲତାନ କାବୁସ୍‌ ବିନ୍‌ ସୈଦ୍‌ ଅଲ୍‌ ସଏଦ୍‌ ମଧ୍ୟପ୍ରାଚ୍ୟରେ ସର୍ବାଧିକ ସମୟ ଶାସନ କରିଛନ୍ତି। ପାରସ୍ୟ ଉପସାଗର ଅଞ୍ଚଳରେ କୂଟନୈତିକ ସନ୍ତୁଳନ ରକ୍ଷା କରିବାରେ ତାଙ୍କର ଅନ୍ତର୍ଜାତୀୟ ଖ୍ୟାତି ରହିଛି। ପାରସ୍ୟ ଉପସାଗର ଅଞ୍ଚଳରୁ ଭାରତର ଇନ୍ଧନ ସୁରକ୍ଷା ଆବଶ୍ୟକତା ପୂରଣ କରିବାରେ ମଧ୍ୟ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଥିଲା। ପୁରସ୍କାର ବାବଦରେ ୧ କୋଟି ଟଙ୍କା, ପ୍ରଶସ୍ତିପତ୍ର ମିଳିବ। ସେହିପରି ୨୦୨୦ ବର୍ଷ ପାଇଁ ମୁଜିବୁର ରହମାନଙ୍କୁ ଗାନ୍ଧୀ ଶାନ୍ତି ପୁରସ୍କାର ପ୍ରଦାନ କରାଯିବ। ଚଳିତ ବର୍ଷ ବାଂଲାଦେଶ ସ୍ବାଧୀନତାର ୫୦ ବର୍ଷ ପୂର୍ତ୍ତି ପାଳନ କରିବା ସହ ମୁଜିବୁର ରହମାନଙ୍କ ଜନ୍ମ ଶତବାର୍ଷିକୀ ପାଳନ କରୁଛି। ଏହି କାର୍ଯ୍ୟକ୍ରମରେ ଯୋଗଦାନ ପାଇଁ ମୋଦି ୨୬ ତାରିଖରେ ବାଂଲାଦେଶ ଯିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri