ଖରାପ ହେଉଥିବା ଲୁହବୁହା ଗ୍ୟାସକୁ କର୍ମଚାରୀଙ୍କ ଉପରେ ପରୀକ୍ଷା କଲା ପାକିସ୍ତାନ!

ଇସ୍‌ଲାମାବାଦ,୧୫ ।୨: ପାକିସ୍ତାନର ଗୃହମନ୍ତ୍ରୀ ଶେଖ ରସିଦ ଅହମ୍ମଦ ଅଧିକାଂଶ ସମୟରେ କିଛି ନା କିଛି ବେକାବୁ ବୟାନକୁ ନେଇ ଆସିଥାଆନ୍ତି ଚର୍ଚ୍ଚାକୁ । ଏବେ ପୁଣିଥରେ ସେ ଆସିଛନ୍ତି ଚର୍ଚ୍ଚାକୁ । ଦେଶରେ ଦରମା ବୃଦ୍ଧିକୁ ନେଇ କର୍ମଚାରୀମାନେ ବିରୋଧ ପ୍ରଦର୍ଶନ କରୁଥିବା େବେଳ ସେମାନଙ୍କ ଉପରକୁ ଲୁହବୁହା ଗ୍ୟାସ ଛାଡିଥିଲା ପୋଲିସ । ଏବେ ଏହାକୁ ନେଇ ରସିଦ କହିଛନ୍ତି ବେଶ୍ କିଛିଦିନ ହେବ ଲୁହବୁହା ଗ୍ୟାସ ରଖାଯାଇଥିଲା । ସେଥିପାଇଁ ଏହାର ପରୀକ୍ଷା କରିବା ଜରୁରୀ ଥିଲା । ରାୱଲପିଣ୍ଡିରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ରସିଦ କହିଛନ୍ତି ଇସଲାମାବାଦ ପୋଲିସ ଅଳ୍ପ ଲୁହବୁହା ଗ୍ୟାସ ପ୍ରୟୋଗ କରିଛି ଯାହା ନିହାତି ଜରୁରୀ ଥିଲା । କାରଣ ଏହା ବେଶୀଦିନ ହେବ ପଡି ରହିଥିଲା ଏହାର ବ୍ୟବହାର ହେଉ ନ ଥିଲା । ସେ ଆହୁରି ମଧ୍ୟ କହିଛନ୍ତି ଅସଲ ସମସ୍ୟା ଲୁହବୁହା ଗ୍ୟାସ ନୁହେଁ, ବରଂ ଦରମା ବଢାଇବା, ଯାହା ଏହି ମହଙ୍ଗା ମାଡ ସମୟରେ ରାଜକୋଷରେ ଅରବ ଟଙ୍କାର ବୋଝ ବଢିବ । ସୂଚନାଯୋଗ୍ୟ, ପାକିସ୍ତାନ ପୋଲିସ ୧୦ ଫେବୃୟାରୀରେ ବେତନ ଓ ପେନଶନ ବୃଦ୍ଧିକୁ ନେଇ ବିରୋଧ ପ୍ରଦର୍ଶନ କରୁଥିବା କର୍ମଚାରୀଙ୍କ ଉପରେ ଲୁହବୁହା ଗ୍ୟାସ ପ୍ରୟୋଗ କରିଥିଲା । ତେବେ ଏହାକୁ ନେଇ ପାକିସ୍ତାନ ମନ୍ତ୍ରୀଙ୍କ ଏଭଳି ବୟାନ ଆଲୋଚନାର ବିଷୟ ପାଲଟିଛି । କେବଳ ସେତିକି ନୁହେଁ ମନ୍ତ୍ରୀ ଭୁଲ ମାଗନ୍ତୁ ବୋଲି ମଧ୍ୟ ଲୋକେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri