ବିଦେଶରେ ଚାକିରି ଛାଡି ବଲିଉଡରେ ପାଦ ରଖିଥିଲେ ଶେଖର କପୁର

ମୁମ୍ବାଇ: ବଲିଉଡର ଜଣାଶୁଣା ନିର୍ଦ୍ଦେଶକ ଶେଖର କପୁର ଡିସେମ୍ବର ୬ରେ ତାଙ୍କର ଜନ୍ମଦିନ ପାଳନ କରୁଛନ୍ତି । ୧୯୪୫ରେ ଲାହୋରରେ ଜନ୍ମ ନେଇଥିଲେ ଶେଖର । ଉଚ୍ଚଶିକ୍ଷା ପରେ ଲଣ୍ଡନରେ ଚାର୍ଟାଡ ଆକାଉଣ୍ଟାଣ୍ଟ ଭାବେ କାମ କରୁଥିଲେ । ହେଲେ ଏହି ସମୟରେ ଦେବ ଆନନ୍ଦ ତାଙ୍କୁ ବଲିଉଡରେ ଯୋଗ ଦେବାକୁ କହିଥିଲେ । ସବୁକୁ ପଛରେ ପକାଇ ଶେଖର ଆସିଥିଲେ ବଲିଉଡ ।
ପ୍ରଥମେ ସେ ଜଣେ ଅଭିନେତା ଭାବେ ‘ଜାନ ହାଜିର ହୈ’ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ଯାହା ୧୯୭୫ରେ ରିଲିଜ୍ ହୋଇଥିଲା । ଏହାପରଠାରୁ ସେ ଆଉ ପଛକୁ ଫେରି ଦେଖି ନାହାନ୍ତି ଏହାପରେ ସେ ଫିଲ୍ମର ନିର୍ଦ୍ଦେଶନା ଦେବାକୁ ମନ ବଳାଇଲେ । ୧୯୮୩ରେ ସେ ‘ମାସୁମ’ ଫିଲ୍ମର ନିର୍ଦ୍ଦେଶନା ଦେଲେ । ହେଲେ ୧୯୮୭ରେ ତାଙ୍କ କ୍ୟାରିୟରରେ ଆସିଲା ଏକ ଟର୍ଣ୍ଣିଂ ପଏଣ୍ଟ । ସେହିବର୍ଷ ସେ ନିର୍ମାଣ କଲେ ‘ମିଷ୍ଟର ଇଣ୍ଡିଆ’ ଯାହା ଇତିହାସ ରଚିଲା । ଏହାପରେ ନିର୍ଦ୍ଦେଶକ ଭାବେ ଶେଖର ଗୋଟିଏ ପରେ ଗୋଟିଏ ହିଟ ଫିଲ୍ମ ଭେଟିଦେଲେ ବଲିଉଡ ଦର୍ଶକଙ୍କୁ । ସୂଚନାଯୋଗ୍ୟ, ଶେଖର କିଛି ବର୍ଷ ହେବ ତାଙ୍କ ଡ୍ରିମ ପ୍ରୋଜେକ୍ଟ ପାଣିକୁ ନେଇ କାମ କରୁଥିଲେ । ଯେଉଁଥିରେ ସେ ସୁଶାନ୍ତ ସିଂ ରାଜପୁତଙ୍କୁ କାଷ୍ଟ କରିବାର ଯୋଜନା କରିଥିଲେ । ହେଲେ ଏହି ଫିଲ୍ମ ଅଧାରେ ହିଁ ରହିଗଲା ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri