ଶେରଗଡ଼ ଥାନା ଅଧିକାରୀ ହତ୍ୟା ମାମଲା: ୧୫ରେ ଆସିବ ଚୂଡାନ୍ତ ରାୟ

ବ୍ରହ୍ମପୁର,୧୩ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୦ ନଭେମ୍ବର ୨୬ ତାରିଖ ରାତିରେ ଗଞ୍ଜାମ ଜିଲା ଶେରଗଡ଼ ଥାନାର ତତ୍କାଳୀନ ଭାରପ୍ରାପ୍ତ ଅଧିକାରୀ ମନୋରଞ୍ଜନ ମିଶ୍ରଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲା ପରିଚାଳନା ପାଇଁ ସରକାରଙ୍କ ନିର୍ଦ୍ଦେଶ କ୍ରମେ ବ୍ରହ୍ମପୁର ଜିଲା ଓ ଦୌରାଜଜ୍‌ କୋର୍ଟର ସରକାରୀ ପିପି ଭାବେ କାର୍ଯ୍ୟରତ ଥିବା ତ୍ରିଲୋଚନ ପରିଡା ସ୍ବତନ୍ତ୍ର ଭାବେ ନିୟୋଜିତ ହୋଇଛନ୍ତି। ଆସନ୍ତା ୧୫ ତାରିଖରେ ଏହି ମାମଲାର ଚୂଡାନ୍ତ ରାୟ ପ୍ରକାଶ ପାଇଁ କୋର୍ଟ ପକ୍ଷରୁ ଦିନ ଧାର୍ଯ୍ୟ ହୋଇଥିବା ସ୍ବତନ୍ତ୍ର ପିପି ପରିଡ଼ା ସୂଚନା ଦେଇଛନ୍ତି। ଅନ୍ୟପଟେ ୧୩ ବର୍ଷ ପରେ ମୃତ ଇନ୍ସପେକ୍ଟରଙ୍କ ପରିବାର ଲୋକେ ନ୍ୟାୟ ପାଇବେ ବୋଲି ଆଶା ରଖିଛନ୍ତି।

ସୂଚନା ଯୋଗ୍ୟ, ଶେରଗଡ଼ ଥାନା ତତ୍କାଳୀନ ଭାରପ୍ରାପ୍ତ ଅଧିକାରୀ ମନୋରଞ୍ଜନ ମିଶ୍ର ରାତି ପ୍ରାୟ ୧୧ଟାରେ ପାଟ୍ରୋଲିଂ ସାରି ଥାନାରୁ ବାଇକ୍‌ରେ ହିଞ୍ଜିଳିକାଟୁ ଘରକୁ ଫେରୁଥିଲେ। ଥାନାରୁ ଅଳ୍ପ ଦୂରରେ କେତେଜଣ ଯୁବକ ତାଙ୍କୁ ଅଟକାଇ ଥିଲେ। କୌଣସି କଥାକୁ ନେଇ ସେଠାରେ ବଚସା ପରେ ଅତି ନିକଟରୁ ତାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା।

ଅଭିଯୋଗ ପରେ ଶେରଗଡ ଥାନାରେ ଏକ ହତ୍ୟା ମାମଲା ରୁଜୁ ହୋଇଥିଲା। ପରେ ଏହି ମାମଲାରେ ପୋଲିସ ଅଭିଯୁକ୍ତ ସୁନିଲ ବେହେରା, ସମୀର ପଣ୍ଡା, ସୁଶାନ୍ତ ବେହେରାଙ୍କୁ ଗିରଫ କରିଥିଲା। ସମୀର ଓ ସୁଶାନ୍ତ ଜାମିନରେ ଆସିଥିଲେ। ସୁଶାନ୍ତ ଏକ ଡକାୟତି ମାମଲାରେ ସମ୍ପୃକ୍ତ ରହି ଦୋଷୀ ସାବ୍ୟସ୍ତ ହୋଇଥିଲେ। ହେଲେ ସେ କୋର୍ଟଙ୍କ ନିର୍ଦ୍ଦେଶ ମାନି ହାଜିରା ଦେବାକୁ ଆସି ନ ଥିଲେ। ତେଣୁ ତାଙ୍କ ବିରୋଧରେ ଏନ୍‌ବିଡବ୍ଲ୍ୟୁ ଜାରି ହୋଇଥିଲା। ନିକଟରେ ଟାଉନ୍‌ ଥାନା ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

ପୂର୍ବରୁ ଆସିକା ଅତିରିକ୍ତ ଜିଲା ଓ ଦୌରାଜଜ (ଏଡିଜେ) କୋର୍ଟରେ ୨୨ଜଣ ସାକ୍ଷୀଙ୍କ ବୟାନ ରେକର୍ଡ ହୋଇସାରିଛି। ଶେରଗଡ଼ ଥାନାର ତତ୍କାଳୀନ ଇନ୍ସପେକ୍ଟର ଜୟ କୁମାର ପଟ୍ଟନାୟକ ଓ ମୃତ ମନୋରଞ୍ଜନଙ୍କ ସ୍ତ୍ରୀଙ୍କ ମଧ୍ୟ ବୟାନ ରେକର୍ଡ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri