ଶେରି ସିଂ ହେଲେ ମିସେସ୍‌ ୟୁନିଭର୍ସ: ପ୍ରଥମ ଭାରତୀୟ ଭାବେ ରଚିଲେ ଇତିହାସ

ନଏଡା/ମାନିଲା, ୧୩ା୧୦:୪୮ତମ ମିସେସ୍‌ ୟୁନିଭର୍ସ ପ୍ରତିଯୋଗିତାରେ ଭାରତ ଇତିହାସ ରଚିଛି। ଉତ୍ତରପ୍ରଦେଶର ଗ୍ରେଟର ନଏଡା ନିବାସୀ ଶେରି ସିଂ ଚଳିତ ବର୍ଷର ପ୍ରତିଷ୍ଠିତ ମିସେସ୍‌ ୟୁନିଭର୍ସ ଟାଇଟଲ ହାସଲ କରିଛନ୍ତି। ସେ ପ୍ରଥମ ଭାରତୀୟ ଭାବେ ଏହି ଟାଇଟଲ ଜିତି ଦେଶକୁ ଗୌରବାନ୍ବିତ କରିଛନ୍ତି। ଫିଲିପାଇନ୍ସର ରାଜଧାନୀ ମାନିଲାଠାରେ ‘ମିସେସ୍‌ ୟୁନିଭର୍ସ ୨୦୨୫’ର ଆୟୋଜନ ହୋଇଥିଲା, ଯେଉଁଥିରେ ବିଶ୍ୱବ୍ୟାପୀ ୧୨୧ ଦେଶର ପ୍ରଭାବଶାଳୀ ମହିଳା ଭାଗ ନେଇଥିଲେ। ଶେରୀ ନିଜର ବୁଦ୍ଧିମତ୍ତା, ଶାଳୀନତା ଏବଂ ଆତ୍ମବିଶ୍ୱାସ ଆଧାରରେ ୧୨୦ ପ୍ରତିଯୋଗୀଙ୍କୁ ପଛରେ ପକାଇ ଐତିହାସିକ ମିସେସ୍‌ ୟୁନିଭର୍ସ ମୁକୁଟ ପିନ୍ଧିଥିଲେ। ଏହା କେବଳ ତାଙ୍କର ବ୍ୟକ୍ତିଗତ ସଫଳତା ନୁହେଁ, ବରଂ ଏହା ସୀମା ବାହାରକୁ ଯାଇ ନିଜ ସ୍ବପ୍ନ ସାକାର କରିବାକୁ ସାହସ ରଖିଥିବା ପ୍ରତ୍ୟେକ ଭାରତୀୟ ବିବାହିତା ମହିଳାଙ୍କ ପାଇଁ ପ୍ରେରଣା ବୋଲି ବିଜୟୀ ହେବା ପରେ ଶେରି କହିଛନ୍ତି। ଶେରିଙ୍କର ରାଜନୈତିକ ପୃଷ୍ଟଭୂମି ରହିଛି। ଗ୍ରେଟର ନଏଡାସ୍ଥିତ ମକୋଡା ଗ୍ରାମର ଏକ ପ୍ରତିଷ୍ଠିତ ଗୁଜ୍ଜର ପରିବାରରୁ ସେ ଆସନ୍ତି। ତାଙ୍କର ବାପା ଏବଂ ଜେଜେବାପା ଉଭୟ ପୂର୍ବରୁ ଉତ୍ତରପ୍ରଦେଶର ଦାଦରୀ ବିଧାନସଭା ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

କେନ୍ଦ୍ର ବଜେଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଏହା ଐତିହାସିକ ବଜେଟ୍

ଭୁବନେଶ୍ବର, ୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ଉପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

ମାଘ ପୂର୍ଣ୍ଣିମାରେ ଶହ ଶହ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦା ଗ୍ରାମ ସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବ ପୀଠରେ ଚାଲିଥିବା ପଞ୍ଚକୁଣ୍ଡିୟ ଶ୍ରୀରାମ ତାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri