Posted inଜାତୀୟ

ନିଜ ରକ୍ତରେ ଲେଖିଦେବି ଶେଟ୍ଟାର କେବେ ବି ଜିତିବେନି: ୟେଦୁରପ୍ପା…

ବେଙ୍ଗାଲୁରୁ,୨୬।୪ : କର୍ନାଟକରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ରାଜନେତାଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ତୀବ୍ର ହେବାରେ ଲାଗିଛି। ଏହିକ୍ରମରେ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭେଟେରାନ ଭାଜପା ନେତା ବିଏସ ୟେଦୁରପ୍ପା କଂଗ୍ରେସରେ ଯୋଗ ଦେଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟ୍ଟାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ହୁବଲିରେ ଏକ ନିର୍ବାଚନୀ ବୈଠକକୁ ସମ୍ବୋଧିତ କରି ସେ କହିଛନ୍ତି ମୁଁ ନିଜ ରକ୍ତରେ ଲେଖି ଦେବି ଜଗଦୀଶ ଶେଟ୍ଟାର ଏଠାରୁ କେବେ ବି ଜିତିବେ ନାହିଁ।

ଶେଟ୍ଟାରଙ୍କୁ ଜଣେ ବିଧାୟକ, ମନ୍ତ୍ରୀ, ବିଧାନସଭା ବାଚସ୍ପତି, ବିଧାନସଭାରେ ବିରୋଧୀଦଳର ନେତା ତଥା ମୁଖ୍ୟମନ୍ତ୍ରୀ ଭାବରେ ଭାଜପା ପ୍ରାଧାନ୍ୟ ଦେଇଛି। କିନ୍ତୁ ସେ ଦଳ ପ୍ରତି ପ୍ରତାରଣା କରିଛନ୍ତି, ବିଶ୍ୱାସ ଭାଙ୍ଗିଛନ୍ତି ତେଣୁ ଶେଟ୍ଟାର କୌଣସି ମୂଲ୍ୟରେ ଜିତିବା ଉଚିତ ନୁହେଁ। ୟେଦୁରୁପ୍ପା କହିଛନ୍ତି, ସେ ନିଜେ ହୁବଲିରେ ଏକ ରାଲି ଏବଂ ରୋଡ ଶୋ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ହୁବଲିକୁ ପ୍ରଚାର ପାଇଁ ଆସିବେ। ଶେଟ୍ଟାରଙ୍କୁ ପରାସ୍ତ କରିବାକୁ ଦଳ ମିଳିତ ଭାବେ କାର୍ଯ୍ୟ କରିବ।

କର୍ନାଟକର ହୁବଲି ଧରୱାଡ କେନ୍ଦ୍ରୀୟ ବିଧାନସଭା ନିର୍ବାଚନମଣ୍ଡଳୀରୁ କଂଗ୍ରେସ ନେତା ଜଗଦୀଶ ଶେଟ୍ଟାର ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏହି ନିର୍ବାଚନମଣ୍ଡଳୀରୁ ସେ ସପ୍ତମ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି। କଂଗ୍ରେସ ତାଙ୍କୁ ପ୍ରୋଜେକ୍ଟ କରି ରାଜ୍ୟର ଲିଙ୍ଗାୟତ ଭୋଟରଙ୍କୁ ହାତେଇବାର ଚେଷ୍ଟା କରୁଥିବାବେଳେ ଭାଜପା ନିଜ ଗଡ଼ରେ ଶେଟ୍ଟାରଙ୍କୁ ପରାସ୍ତ କରିବାକୁ ଯୋଜନା କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri