ଏସ୍‌ଏଚ୍‌ଜିଠାରୁ ଋଣ କିସ୍ତି ଆଦାୟ କରୁଛନ୍ତି ଫାଇନାନ୍ସ କମ୍ପାନୀ, ଋଣ ଛାଡ଼ ପାଇଁ ଆର୍‌ଡିସିଙ୍କୁ ଦାବିପତ୍ର

ବ୍ରହ୍ମଗିରି ଅଫିସ,୨୪ା୬: ରିଜର୍ଭବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅଗଷ୍ଟ ୩୧ ପର୍ଯ୍ୟନ୍ତ ଫାଇନାନ୍ସ କମ୍ପାନୀଗୁଡିକର ଋଣ କିସ୍ତିି ଆଦାୟ ଛାଡ଼ କରିବାକୁ ଘୋଷଣା କରିଛନ୍ତି। ସେହିପରି ଓଡ଼ିଶା ହାଇକୋର୍ଟ ମଧ୍ୟ ସମସ୍ତ ଫାଇନାନ୍ସ କମ୍ପାନୀକୁ ଜୁଲାଇ ୧୫ ପର୍ଯ୍ୟନ୍ତ କିସ୍ତି ଆଦାୟ କରିବା ଉପରେ କଟକଣା ଜାରି କରିଛନ୍ତି। ଏହାସତ୍ତ୍ବେ ଓଡ଼ିଶାରେ କାର୍ଯ୍ୟରତ ୩୦ରୁ ଊର୍ଦ୍ଧ୍ୱ ଫାଇନାନ୍ସ କମ୍ପାନୀ ଋଣ କିସ୍ତି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଙ୍କଠାରୁ ଆଦାୟ କରୁଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ବୁଧବାର ଭାରତୀୟ ବିକାଶ ପରିଷଦ ପକ୍ଷରୁ ବ୍ରହ୍ମପୁରସ୍ଥିତ ଦକ୍ଷିଣାଞ୍ଚଳ ଆର୍‌ଡିସିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏନେଇ ଆର୍‌ଡିସିଙ୍କ ଜରିଆରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ଓଡ଼ିଶା ହାଇକୋର୍ଟ ମୁଖ୍ୟ ନ୍ୟାୟାଧୀଶଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ବର୍ତ୍ତମାନ କୋଭିଡ୍‌-୧୯ ସ୍ଥିତିରେ ଆର୍ଥକ ଅଭାବ ସତ୍ତ୍ବେ ଫାଇନାନ୍ସ କମ୍ପାନୀଗୁଡିକର ଚାପ ଯୋଗୁ ବାଧ୍ୟ ହୋଇ ନିଜର ଜିନିଷ, ଘର ବନ୍ଧକ ରଖି ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ କିସ୍ତି ଦେବାକୁ ବାଧ୍ୟ ହେଉଥିବା କହିଛନ୍ତି ା ତୁରନ୍ତ ଫାଇନାନ୍ସ କମ୍ପାନୀଗୁଡିକ ଦ୍ୱାରା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ପ୍ରଦାନ କରାଯାଇଥିବା ଋଣ ଛାଡ଼ କରିବା ସହ ବେନିୟମ ଭାବେ କିସ୍ତି ଅଦାୟ କରୁଥିବା ଫାଇନାନ୍ସ କମ୍ପାନୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି। ଏଥିରେ ଭାରତୀୟ ବିକାଶ ପରିଷଦର ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ, ରାଜେନ୍ଦ୍ର ପଣ୍ଡା, ମନୋଜ ବିଷୋୟୀ, ଗୌରୀ ମହାନ୍ତି, ବୀରେନ ପଟ୍ଟନାୟକ, ହୃଷୀକେଶ ପାତ୍ର, ବାଳକୃଷ୍ଣ ସାମନ୍ତରାୟ, ଇଂ ରାମାରାଓ ସୁବୁଦ୍ଧି, ସୁକାନ୍ତ ପଣ୍ଡାଙ୍କ ସମେତ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀର ୫୦୦ରୁ ଊର୍ଦ୍ଧ୍ୱ ମହିଳା ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri