ଏସ୍‌ଏଚ୍‌ଜିଠାରୁ ଋଣ କିସ୍ତି ଆଦାୟ କରୁଛନ୍ତି ଫାଇନାନ୍ସ କମ୍ପାନୀ, ଋଣ ଛାଡ଼ ପାଇଁ ଆର୍‌ଡିସିଙ୍କୁ ଦାବିପତ୍ର

ବ୍ରହ୍ମଗିରି ଅଫିସ,୨୪ା୬: ରିଜର୍ଭବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅଗଷ୍ଟ ୩୧ ପର୍ଯ୍ୟନ୍ତ ଫାଇନାନ୍ସ କମ୍ପାନୀଗୁଡିକର ଋଣ କିସ୍ତିି ଆଦାୟ ଛାଡ଼ କରିବାକୁ ଘୋଷଣା କରିଛନ୍ତି। ସେହିପରି ଓଡ଼ିଶା ହାଇକୋର୍ଟ ମଧ୍ୟ ସମସ୍ତ ଫାଇନାନ୍ସ କମ୍ପାନୀକୁ ଜୁଲାଇ ୧୫ ପର୍ଯ୍ୟନ୍ତ କିସ୍ତି ଆଦାୟ କରିବା ଉପରେ କଟକଣା ଜାରି କରିଛନ୍ତି। ଏହାସତ୍ତ୍ବେ ଓଡ଼ିଶାରେ କାର୍ଯ୍ୟରତ ୩୦ରୁ ଊର୍ଦ୍ଧ୍ୱ ଫାଇନାନ୍ସ କମ୍ପାନୀ ଋଣ କିସ୍ତି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଙ୍କଠାରୁ ଆଦାୟ କରୁଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ବୁଧବାର ଭାରତୀୟ ବିକାଶ ପରିଷଦ ପକ୍ଷରୁ ବ୍ରହ୍ମପୁରସ୍ଥିତ ଦକ୍ଷିଣାଞ୍ଚଳ ଆର୍‌ଡିସିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏନେଇ ଆର୍‌ଡିସିଙ୍କ ଜରିଆରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ଓଡ଼ିଶା ହାଇକୋର୍ଟ ମୁଖ୍ୟ ନ୍ୟାୟାଧୀଶଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ବର୍ତ୍ତମାନ କୋଭିଡ୍‌-୧୯ ସ୍ଥିତିରେ ଆର୍ଥକ ଅଭାବ ସତ୍ତ୍ବେ ଫାଇନାନ୍ସ କମ୍ପାନୀଗୁଡିକର ଚାପ ଯୋଗୁ ବାଧ୍ୟ ହୋଇ ନିଜର ଜିନିଷ, ଘର ବନ୍ଧକ ରଖି ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ କିସ୍ତି ଦେବାକୁ ବାଧ୍ୟ ହେଉଥିବା କହିଛନ୍ତି ା ତୁରନ୍ତ ଫାଇନାନ୍ସ କମ୍ପାନୀଗୁଡିକ ଦ୍ୱାରା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ପ୍ରଦାନ କରାଯାଇଥିବା ଋଣ ଛାଡ଼ କରିବା ସହ ବେନିୟମ ଭାବେ କିସ୍ତି ଅଦାୟ କରୁଥିବା ଫାଇନାନ୍ସ କମ୍ପାନୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି। ଏଥିରେ ଭାରତୀୟ ବିକାଶ ପରିଷଦର ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ, ରାଜେନ୍ଦ୍ର ପଣ୍ଡା, ମନୋଜ ବିଷୋୟୀ, ଗୌରୀ ମହାନ୍ତି, ବୀରେନ ପଟ୍ଟନାୟକ, ହୃଷୀକେଶ ପାତ୍ର, ବାଳକୃଷ୍ଣ ସାମନ୍ତରାୟ, ଇଂ ରାମାରାଓ ସୁବୁଦ୍ଧି, ସୁକାନ୍ତ ପଣ୍ଡାଙ୍କ ସମେତ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀର ୫୦୦ରୁ ଊର୍ଦ୍ଧ୍ୱ ମହିଳା ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri