ଗାଁରେ ବ୍ରାଇଡାଲ ମେକ୍‌ଅପ୍‌ ଦେବେ ଏସ୍‌ଏଚ୍‌ଜି ସଦସ୍ୟା

ଭଦ୍ରକ ଅଫିସ,୬ା୩:ଏବେ ଗଁାରେ ମିଳିବ ମେକ୍‌ଅପ୍‌ ସୁବିଧା। ବ୍ରାଇଡାଲ ମେକ୍‌ଅପ୍‌ଠାରୁ ଆରମ୍ଭ କରି ସମସ୍ତ ପ୍ରକାର ପାର୍ଲର ସେବା ଗଁାର ଯୁବତୀ ଓ ମହିଳାମାନେ ପାଇପାରିବେ। ସ୍ବୟଂସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ସଦସ୍ୟାମାନଙ୍କ ଦ୍ୱାରା ଏହି ସୁବିଧା ପାଇଁ ମିଶନ ଶକ୍ତି ବିଭାଗ ପକ୍ଷରୁ ତାଲିମ ଦିଆଯାଇଛି। ଭଦ୍ରକ ଜିଲା ବନ୍ତ ବ୍ଲକ କାଦବରାଙ୍ଗ ପଞ୍ଚାୟତ ବାବା ଧବଳେଶ୍ୱର ମହିଳା ମହାସଂଘ ଅଧୀନ ମା’ ତାରିଣୀ ଗୋଷ୍ଠୀର ସଦସ୍ୟା ଧରିତ୍ରୀ ଜେନା ଓ ବଜରଙ୍ଗବାଲି ଗୋଷ୍ଠୀର ସରସ୍ବତୀ ଜେନା ପ୍ରଥମ ପର୍ଯ୍ୟାୟରେ ତାଲିମ ଗ୍ରହଣ କରିଛନ୍ତି। ସେମାନେ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ମାସେ ତାଲିମ ନେଇ ଫେରିଛନ୍ତି।
ତାଲିମପ୍ରାପ୍ତ ଦୁଇଯୁବତୀ ଏବେ ନିଜ ସଂଘ ମାଧ୍ୟମରେ ଗଁାରେ ସେବା ଯୋଗାଇବା ସହ ରୋଜଗାର କରି ସ୍ବାବଲମ୍ବୀ ହୋଇପାରିବେ। ଗଁାରେ ଏହି ସୁବିଧା ଉପଲବ୍ଧ ହେବା ସହ ସେମାନେ ନିଜେ ମଧ୍ୟ ଅନ୍ୟମାନଙ୍କୁ ତାଲିମ ଦେଇପାରିବେ। ତେବେ ଏ ବିଷୟରେ ଅଧିକ ପାରଙ୍ଗମ ହେବା ପାଇଁ ସେମାନଙ୍କୁ ଆଉ ଗୋଟିଏ ତାଲିମ ନେବାକୁ ପଡ଼ିବ ବୋଲି ଦୁଇ ସଦସ୍ୟା କହିଛନ୍ତି। ପୂର୍ବରୁ ସ୍ବୟଂସହାୟକ ଗୋଷ୍ଠୀ ମାଧ୍ୟମରେ ବିଭିନ୍ନ ପ୍ରକାର କାର୍ଯ୍ୟରେ ନିୟୋଜିତ ହୋଇ ସ୍ବାବଲମ୍ବୀ ହେଉଥିବା ବେଳେ ଏବେ ଏହି ତାଲିମ ଆଉ ଏକ ନୂଆ ସୁଯୋଗ ସୃଷ୍ଟି କରିଛି। ଆଗାମୀ ଦିନରେ ଅଧିକ ସ୍ବୟଂସହାୟକ ଗୋଷ୍ଠୀ ସଦସ୍ୟା ବ୍ରାଇଡାଲ ମେକ୍‌ଅପ୍‌ ତାଲିମ ନେବେ। ମହିଳା ଗୋଷ୍ଠୀ ପାଇଁ ବ୍ରାଇଡାଲ ମେକ୍‌ଅପ୍‌ ଆଉ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିଛି ବୋଲି ଏମ୍‌ବିକେ କମଳା ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?