ଠିକ୍‌ ସମୟରେ ପିଡିଏସ୍‌ ଚାଉଳ ଦେଉନି ଏସ୍‌ଏଚ୍‌ଜି

ରାୟଗଡ଼ା,୧।୩(ସ୍ବ.ପ୍ର.): ବିଭିନ୍ନ ପଞ୍ଚାୟତରେ ସ୍ବୟଂ ସହାୟିକା ଗୋଷ୍ଠୀ ଦ୍ୱାରା ହିତାଧିକାରୀଙ୍କୁ ପିଡିଏସ୍‌ ଚାଉଳ ବଣ୍ଟନ କରାଯାଉଛି। ତେବେ କାଶୀପୁର ବ୍ଲକ ଅଡ଼ାଜୋର ପଞ୍ଚାୟତର ୭ଟି ଗ୍ରାମରେ ହିତାଧିକାରୀମାନେ ଠିକ୍‌ ସମୟରେ ଚାଉଳ ପାଉ ନ ଥିବା ଅଭିଯୋଗ ହୋଇଛି। ଏହି ପଞ୍ଚାୟତରେ ପିଡିଏସ୍‌ ସାମଗ୍ରୀ ବଣ୍ଟନ ଦାୟିତ୍ୱ ନେଇଥିବା ସ୍ବୟଂ ସହାୟିକା ଗୋଷ୍ଠୀ ମନମାନି ଚଳାଉଥିବା ସରପଞ୍ଚ ସୁରେନ୍ଦ୍ରି ମାଝି ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ତେଣୁ ଉକ୍ତ ଚାଉଳ ବଣ୍ଟନ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ଦ୍ୱାରା କରାଯାଉ ବୋଲି ସେ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି ା
ଅଡ଼ାଜୋର ପଞ୍ଚାୟତର ସୋରିଷବାଡ଼, ବାରାଙ୍ଗପାସ, କସନାଖାଲ, କରନିଖାଲ, କୁଲେରମସ୍କା ଓ ଡାଲଗୁମା ଗ୍ରାମର ହିତାଧିକାରୀମାନେ ଦାୟିତ୍ୱ ନେଇଥିବା ସ୍ବୟଂ ସହାୟିକା ଗୋଷ୍ଠୀକୁ ଚାଉଳ ମାଗିଲେ ମେଶିନ୍‌ ଖରାପ ଅଛି କହି ଫେରାଇ ଦିଆଯାଉଥିବା ଅଭିଯୋଗ ହେଉଛି ା ସୋରିଷବାଡ଼ର ହିତାଧିକାରୀ ପାଦମତୀ ନାଏକ ଚାଉଳ ଆଣିବା ପାଇଁ ଯାଇଥିବା ବେଳେ ଏସ୍‌ଏଚଜିର ଜଣେ ସଦସ୍ୟାଙ୍କ ସ୍ବାମୀ ତାଙ୍କୁ କାଲି ଆସ, ପରେ ଆସ କହି ବାରମ୍ବାର ଫେରାଉଥିଲେ। ପରେ ଅନ୍ୟମାନଙ୍କୁ ଯେତବେଳେ ଚାଉଳ ବଣ୍ଟାଗଲା, ପାଦମତୀ ଆଣିବାକୁ ଯିବାରୁ ତାଙ୍କୁ ସ୍ବୟଂ ସହାୟିକା ଗୋଷ୍ଠୀ ସଭାପତିଙ୍କ ସ୍ବାମୀ ଓ ଅନ୍ୟ କେତେଜଣ ସଦସ୍ୟ ଗାଳିଗୁଲଜ କରିଥିଲେ ା ଏ ନେଇ ହିତାଧିକାରୀମାନେ ସରପଞ୍ଚଙ୍କୁ ଅଭିଯୋଗ କରିବା ପରେ ସେ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ପିଡିଏସ ଚାଉଳ ବଣ୍ଟନ ବ୍ୟବସ୍ଥା ପିଇଓଙ୍କୁ ଦେବାକୁ ଦାବି କରିଥିଲେ। ଜିଲାପାଳଙ୍କ ଅନୁପସ୍ଥିତିରେ ସରପଞ୍ଚଙ୍କ ଦାବିପତ୍ର ଅତିରିକ୍ତ ଜିଲାପାଳ ସୋମନାଥ ପ୍ରଧାନ ଗ୍ରହଣ କରିବା ସହିତ ଏହାର ସମାଧାନ କରାଯିବ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri