ସିଡିପିଓ ଅଫିସରେ ତାଲା ପକାଇଲେ ଏସ୍‌ଏଚ୍‌ଜି ମହିଳା

ବସ୍ତା,୧୩।୫(ଡି ଏନ ଏ ): ବସ୍ତା ସିଡିପିଓ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ଶତାଧିକ ସ୍ବୟଂ ସହାୟକ ଗୋଷ୍ଠୀ ମହିଳା ଉପସ୍ଥିତ ହୋଇ ସିଡିପିଓଙ୍କ କାର୍ଯ୍ୟାଳୟକୁ ତାଲା ପକାଇବା ସହିତ ସିଡିପିଓଙ୍କ ବଦଳି ଦାବି କରି ବିକ୍ଷୋଭ କରିଥିଲେ। ଫଳରେ କାର୍ଯ୍ୟାଳୟ ଭିତରେ ୪ଜଣ କର୍ମଚାରୀ ୬ ଘଣ୍ଟା ଧରି ଅଟକ ରହିଥିଲେ।
ସୂଚନା ଅନୁଯାୟୀ ବସ୍ତା ସିଡିପିଓ ଦିପ୍ତିରାଣୀ ସିଂ ମନମୁଖୀ ଭାବେ ସ୍ବୟଂ ସହାୟକ ଗୋଷ୍ଠୀ, ଜିପିଏଲ୍‌ଏଫ ଲିଡର, ବିଏଲ୍‌ଏଫ ସଭାପତି, ସମ୍ପାଦକ, ଇସି ମେମ୍ବର, ସିରାପି, ଏମ଼ବିକେ, ବ୍ୟାଙ୍କ ମିତ୍ର, ମନୋନୟନ କମିଟି ମେମ୍ବରମାନଙ୍କ ବିରୋଧରେ ବିଭିନ୍ନ ପ୍ରକାରର କଟୁ ମନ୍ତବ୍ୟ ଦେବା, ସେମାନଙ୍କ ବିରୋଧରେ ମିଥ୍ୟା ଆରୋପ ଲଗାଇବା, ବିଭିନ୍ନ ସମୟରେ ଧମକ ଦେବା, ସ୍ବାମୀଙ୍କ ମାଧ୍ୟମରେ ସେମାନଙ୍କଠାରୁ ଅର୍ଥ ଶୋଷଣ କରିବା ଏବଂ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ବିଭିନ୍ନ ପ୍ରକାର ମିଥ୍ୟା ଅଭିଯୋଗ କରିଥାନ୍ତି। ସିଡିପିଓଙ୍କ  ସ୍ବାମୀ ସବୁ ସମୟରେ କାର୍ଯ୍ୟାଳୟରେ ଉପସ୍ଥିତ ରହି କାଗଜପତ୍ର କାମ କରନ୍ତି ଏବଂ ଏସବୁ ସଂଘ ଓ ଉପରୋକ୍ତ ବିଭିନ୍ନ ବିଭାଗର ମହିଳା ମାନଙ୍କ  ଜାଲିଆତି ଦସ୍ତଖତ କରି ସେମାନଙ୍କୁ ହଇରାଣ କରନ୍ତି। ତେଣୁ ଏହାର ପ୍ରତିବାଦରେ ବ୍ଲକର ସମସ୍ତ ସ୍ବୟଂ ସହାୟକ ଗୋଷ୍ଠୀ ମହିଳାମାନେ ଯୋଗଦେଇ ସିଡିପିଓ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ଓ ନାରାବାଜି କରିବା ସହିତ ତାଙ୍କୁ ବଦଳି ଦାବି କରି କାର୍ଯ୍ୟାଳୟକୁ ତାଲା ପକାଇ ଦେଇଥିଲେ। ଫଳରେ କାର୍ଯ୍ୟାଳୟ ଭିତରେ  ୪ଜଣ କର୍ମଚାରୀ ସକାଳ ୭ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ଅଟକ ରହିଥିଲେ। ତେବେ ଘଟଣାସ୍ଥଳରେ ବସ୍ତା ପୋଲିସ, ପଞ୍ଚୟତ ସମିତିର ପୂର୍ବତନ ଅଧ୍ୟକ୍ଷ ଲକ୍ଷ୍ମୀଧର ଦାସ, ଜିଲା ପରିଷଦ ବିଷ୍ଣୁପ୍ରିୟା ବୁଗୁଡି ଏବଂ କୁଡିଆ ପଞ୍ଚାୟତର ସମିତି ସଭ୍ୟ ଜୟପ୍ରକାଶ ନାରାୟଣ ବେହେରା ପହଞ୍ଚି ବୁଝାଶୁଝା କରିବା ପରେ ଉକ୍ତ ୪ଜଣ କର୍ମଚାରୀଙ୍କୁ ଛାଡିଥିଲେ। ତେବେ ସିଡିପିଓ ଦୀପ୍ତିରାଣୀ ପଚାରିବାରୁ ଏସବୁ ଅଭିଯୋଗ ମିଥ୍ୟା ବୋଲି କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri