ଟେଣ୍ଟ୍‌, କ୍ୟାଟରିଂ ଓ ଇଭେଣ୍ଟ୍ ପରିଚାଳନା କରିବେ ମହିଳା, ୪ ହଜାର SHG ସଦସ୍ୟାଙ୍କୁ ମିଳିବ ତାଲିମ

ନୂଆଦିଲ୍ଲୀ,୧୬ା୧: ମହିଳା ସଶକ୍ତିକରଣ କ୍ଷେତ୍ରରେ ଓଡ଼ିଶା ସରକାର ଆଉ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG) ସଦସ୍ୟାମାନଙ୍କୁ ଏବେ ଇଭେଣ୍ଟ ମ୍ୟାନେଜମେଣ୍ଟ ଏବଂ କ୍ୟାଟରିଂ ସର୍ଭିସ କ୍ଷେତ୍ରରେ ବୃତ୍ତିଗତ ତାଲିମ ପ୍ରଦାନ କରାଯିବ।

ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନରେ ରାଜ୍ୟ ମିଶନ ଶକ୍ତି ବିଭାଗ ଏବଂ ‘ଟୁରିଜିମ୍ ଆଣ୍ଡ ହସ୍ପିଟାଲିଟି ସ୍କିଲ୍ କାଉନସିଲ୍’ THSC ମଧ୍ୟରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ଏହି କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟର ୧,୦୦୦ଟି SHG ର ପ୍ରାୟ ୪,୦୦୦ ମହିଳାଙ୍କୁ ବିଶେଷ ତାଲିମ ଦିଆଯିବ। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ପାଇଁ ରାଜ୍ୟ ସରକାର ୯.୩ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି।

ମହିଳାମାନଙ୍କୁ ଟେଣ୍ଟ ସର୍ଭିସ, କ୍ୟାଟରିଂ, ଖାଦ୍ୟ ଯୋଗାଣ ଏବଂ ସାମଗ୍ରିକ ଇଭେଣ୍ଟ ମ୍ୟାନେଜମେଣ୍ଟ ଶିକ୍ଷା ଦିଆଯିବ। ଏଥିସହ ବ୍ୟବସାୟିକ ସ୍ଥାୟିତ୍ୱ, FSSAI ସାର୍ଟିଫିକେଟ୍, ପ୍ରକଳ୍ପ ରିପୋର୍ଟ (DPR) ପ୍ରସ୍ତୁତି ଏବଂ ବ୍ୟବସାୟ ସମ୍ପ୍ରସାରଣ କୌଶଳ ବାବଦରେ ମଧ୍ୟ ଅବଗତ କରାଯିବ।

ଏହି ଅଭିନବ ପ୍ରୟାସ ଦ୍ୱାରା ମହିଳାମାନେ ଉଦ୍ୟୋଗୀ ହେବା ସହ ସେମାନଙ୍କର ଆର୍ଥିକ ସ୍ଥିତି ସୁଦୃଢ଼ ହେବ ଏବଂ ଅଧିକରୁ ଅଧିକ “ଲକ୍ଷପତି ଦିଦି” ସୃଷ୍ଟି ହୋଇପାରିବେ ବୋଲି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପ୍ରକାଶ କରିଛନ୍ତି।

ମିଶନ ଶକ୍ତି ବିଭାଗର ନିର୍ଦ୍ଦେଶିକା ଡ. ମୋନିକା ପ୍ରୀୟଦର୍ଶିନୀ ଏବଂ THSC ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରାଜନ ବାହାଦୁରଙ୍କ ଉପସ୍ଥିତିରେ ଏହି ଚୁକ୍ତି ସମ୍ପାଦିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମହିଳା କ୍ରିକେଟ ଟିମ୍‌ଙ୍କୁ ଝଟ୍‌କା, ଦଳରୁ ହଠାତ୍‌ ବାହାରିଲେ ମ୍ୟାଚ୍‌ ଓ଼୍ବିନର୍‌

ନୂଆଦିଲ୍ଲୀ,୪।୩: ଅଷ୍ଟ୍ରେଲିଆ ଗସ୍ତ କରୁଥିବା ଭାରତୀୟ ମହିଳା କ୍ରିକେଟ ଦଳକୁ ଏକ ବଡ଼ ଝଟକା ଲାଗିଲା ଯେତେବେଳେ ବରିଷ୍ଠ ପେସର ରେଣୁକା ସିଂହ ଠାକୁରଙ୍କୁ କାର୍ଯ୍ୟଭାର ପରିଚାଳନା…

ବଡ଼ଛତ୍ରଙ୍ଗରେ ଉତ୍ସାହର ସହ ପାଳିତ ହେଲା ହୋଲି :  ସାଂସ୍କୃତିକ କାର୍ଯ୍ୟକ୍ରମରେ କମ୍ପିଲା ଗାଁ

ଥୁଆମୂଳରାମପୁର, ୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକର ବଡ଼ଛତ୍ରଙ୍ଗ ଗ୍ରାମରେ ରାଧାକୃଷ୍ଣ ପୂଜା କମିଟି ପକ୍ଷରୁ ଚଳିତ ବର୍ଷର ପବିତ୍ର ହୋଲି ଉତ୍ସବ ଅତ୍ୟନ୍ତ…

ହୋଲି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲି। ଏ ନେଇ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇ ‘ଏକ୍ସ’ରେ ଲେଖିଛନ୍ତି,‘ରଙ୍ଗର…

ସ୍ତ୍ରୀଙ୍କ ରକ୍ତରେ ହୋଲି : ଛୁରି ଭୁସିି

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲିରେ ଭୁବନେଶ୍ୱରରେ ଚାଞ୍ଚଲ୍ୟ। ସ୍ତ୍ରୀଙ୍କ ରକ୍ତରେ ହୋଲି ଖେଳିଲେ ସ୍ବାମୀ। ହୋଲିରେ ସ୍ତ୍ରୀଙ୍କୁ ଛୁରି ଭୁସିି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ…

୧,୯୯,୭୦,୦୦,୦୦,୦୦,୦୦୦ ଆମେରିକାର ଯୁଦ୍ଧର ଖର୍ଚ୍ଚ, ଟ୍ରମ୍ପ କହିଲେ ଏତିକି ଦିନ ଯାଏ ଚାଲିବ ଯୁଦ୍ଧ

ଓ୍ବାଶିଂଟନ୍‌,୪।୩: ଆମେରିକା ପୁଣି ଥରେ ଯୁଦ୍ଧରେ ଜଡିତ। ଜୀବନ ଏବଂ ସମ୍ପତ୍ତି କ୍ଷତି ସହିତ, ଦେଶ ଏକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ କ୍ଷତିର ସମ୍ମୁଖୀନ ହେଉଛି। ରିପୋର୍ଟଗୁଡ଼ିକ ସୂଚିତ…

ଛାତ୍ରାବାସରୁ ୧୦ ଛାତ୍ର ହଷ୍ଟେଲରୁ ଫେରାର୍‌ ଘଟଣା: ଜଙ୍ଗଲରେ ରାତି ବିତାଇଲେ ଦ୍ୱିତୀୟ ଶ୍ରେଣୀ ଛାତ୍ର, ଭୋର୍‌ରୁ ହେଲେ ଉଦ୍ଧାର

ଦାରିଙ୍ଗବାଡି, ୪।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ସାମନବାଡି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୪୦ଶଯ୍ୟା ବିଶିଷ୍ଟ ଛାତ୍ରାବାସରୁ ମଙ୍ଗଳବାର…

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri