ରଥଯାତ୍ରା ପାଇଁ କେନ୍ଦୁଝରରେ ପହଞ୍ଚିଲା ଶିଆଳି ଲତାର ରଥ ଦଉଡ଼ି

କେନ୍ଦୁଝର,୧୪ା୬(ନରେଶ ପଟ୍ଟନାୟକ): କେନ୍ଦୁଝର ଜିଲାର ଆରାଧ୍ୟଦେବ ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ପବିତ୍ର ରଥଯାତ୍ରା ପାଇଁ ପ୍ରସ୍ତୁତି ଚାଲିଛି। ବିଶ୍ୱର ସର୍ବୋଚ୍ଚ ମାନ୍ୟତା ପାଇଥିବା କେନ୍ଦୁଝରର ଏହି ରଥକୁ ଟାଣିବା ପାଇଁ ପାରମ୍ପରିକ ଭାବେ ଶିଆଳି ଲତାରେ ପ୍ରସ୍ତୁତ ଦଉଡ଼ି ବ୍ୟବହାର ହୋଇଥାଏ। ଏହାକୁ ବିଶେଷକରି ବଣପାହାଡ଼ ଘେରା ଅଞ୍ଚଳରେ ରହୁଥିବା ଭୂୟାଁ ସମ୍ପ୍ରଦାୟର ଲୋକମାନେ ପ୍ରସ୍ତୁତ କରି ଦେଇଥାନ୍ତି। ଏହି ଦଉଡ଼ି ବହୁ କାଳରୁ ଦେଇ ଆସୁଛନ୍ତି। ଏହି ପରମ୍ପରା ରାଜା ରାଜୁଡ଼ା ଅମଳରୁ ପାଳିତ ହୋଇ ଆସୁଛି। ଏଭଳି ତିନୋଟି ଦଉଡ଼ି ବାଂଶପାଳ ବ୍ଲକ ଦଂଅଳା ଗ୍ରାମରୁ ଏକ ଶୋଭାଯାତ୍ରାରେ ବୁହା ହୋଇ ଶ୍ରୀଜୀଉ ମନ୍ଦିରରେ ଆସି ପହଞ୍ଚିଛି। ବଣ ଜଙ୍ଗଲରୁ ଶିଆଳି ଲତାକୁ ସଂଗ୍ରହ କରି ଭୂୟାଁ ଜନଜାତିମାନେ ଦୀର୍ଘଦିନ ଧରି ହାତରେ ବଳି ପ୍ରସ୍ତୁତ କରିଥାନ୍ତି। ଏହା ବହୁ ଶକ୍ତ ଏବଂ ସହଜରେ ଛିଣ୍ଡି ନ ଥାଏ। ଆଗରୁ କେବଳ ଶିଆଳି ଦଉଡ଼ିରେ ରଥଟଣା ହୋଇ ଆସୁଥିଲା। ଆଜି କାଲି ନଡ଼ିଆକତା, ପ୍ଲାଷ୍ଟିକ ଦଉଡ଼ିର ବ୍ୟବହାର ହେଉଥିଲେ ହେଁ ପରମ୍ପରା ରକ୍ଷା ପାଇଁ କିଛି ଶିଆଳି ଦଉଡ଼ିର ବ୍ୟବହାର ହେଉଛି। ଅନ୍ୟପକ୍ଷରେ ଜଙ୍ଗଲର ଅବକ୍ଷୟ ଯୋଗୁ ଶିଆଳି ଗଛ ଲୋପ ପାଇବାକୁ ବସିଥିବାରୁ ବଣ ଜଙ୍ଗଲରେ ବହୁ କମ୍‌ ମିଳୁଛି। ଏଣୁ ଏହାର ସୁରକ୍ଷା ଜରୁରୀ ବୋଲି ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri