ସ୍ଥାନାନ୍ତର ହେଲା ପାଣିକୋଇଲି ଟୋଲ୍‌ ପ୍ଲାଜା

ଯାଜପୁର ଅଫିସ,୧୧ା୧୧: ଏନଏଚ୍‌ଏଆଇ (ନ୍ୟାଶନାଲ ହାଇୱେ ଅଥରିଟି ଅଫ୍‌ ଇଣ୍ଡିଆ) ଓ ଜିଲା ପ୍ରଶାସନ ମଧ୍ୟରେ ଆଲୋଚନା ପରେ ଯାଜପୁର ଜିଲା ଦେଇ ଯାଇଥିବା ୧୬ନଂ.ଜାତୀୟ ରାଜପଥର ପାଣିକୋଇଲି ଟୋଲ ପ୍ଲାଜା ସ୍ଥାନାନ୍ତର ହୋଇଛି। ବୁଧବାର ପୂର୍ବାହ୍ନ ୮ଟାରୁ ଭଦ୍ରକ-ଯାଜପୁର ସୀମାନ୍ତ ନେଉଳିଆ ଛକରେ ନବନିର୍ମିତ ଟୋଲପ୍ଲାଜାରେ ଟୋଲ ଆଦାୟ ଆରମ୍ଭ ହୋଇଛି।
ଏହି ଜାତୀୟ ରାଜପଥର ବନ୍ଦାଳୋଠାରୁ ୪୭ କିମି ଦୂରତାରେ ଥିବା ପାଣିକୋଇଲି ଟୋଲପ୍ଲାଜା ବେଆଇନ ଭାବେ ଦର୍ଶାଇ ଦୀର୍ଘଦିନ ହେଲା ଅଞ୍ଚଳବାସୀ ଅଭିଯୋଗ କରି ଆସୁଥିଲେ। ଏହାର ସମୟ ଅବଧି ପୁରିବା ପରେ ମଧ୍ୟ ସ୍ଥାନାନ୍ତର ହେଉ ନ ଥିଲା। ଏହାକୁ ନେଇ ପାଣିକୋଇଲି ମା’ ତାରିଣୀ ଟ୍ରକ ମାଲିକ ସଂଘ, ଯାଜପୁର ରୋଡ ଚ୍ୟାମ୍ବର ଅଫ୍‌ କମର୍ସ ଓ ସାଧାରଣ ଲୋକେ ବାରମ୍ବାର ପ୍ରଶାସନ ନିକଟରେ ଦାବି କରି ଆସୁଥିଲେ। ଗତ ବର୍ଷ ଟୋଲ ପ୍ଲାଜା ଉଠିବାକୁ ନିଷ୍ପତ୍ତି ହୋଇଥିବାବେଳେ ଓଲଟା ଟୋଲ ଆଦାୟକୁ ୨ଗୁଣ ବୃଦ୍ଧି କରାଯାଇଥିଲା। ଏନଏନ୍‌ଏଆଇର ଗାଇଡ୍‌ଲାଇନ ଅନୁଯାୟୀ ଗୋଟିଏ ଟୋଲଗେଟରୁ ଅନ୍ୟ ଟୋଲଗେଟର ଦୂରତା ଅତିକମରେ ୬୦ କିଲୋମିଟର ହେବା ଆବଶ୍ୟକ। କିନ୍ତୁ ପାଣିକୋଇଲି ଟୋଲପ୍ଲାଜାଠାରୁ ବନ୍ଦାଳୋ ଟୋଲ ପ୍ଲାଜାର ଦୂରତା ୪୭ କିମି ରହିଥିଲା। ଏଣୁ ରାଜ୍ୟ ପରିବହନ କମିଶନର ତାଙ୍କ ପତ୍ରସଂଖ୍ୟା ୧୧୦୬୩/୧୯ା୭ା୨୦୧୬ରେ ୱାର୍କସ ସେକ୍ରେଟାରୀଙ୍କୁ ପତ୍ର ଲେଖି ପାଣିକୋଇଲି ଟୋଲପ୍ଲାଜାକୁ ଆଖୁଆପଦା ନିକଟକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ଅନୁସାରେ କେବଳ ପାଣିକୋଇଲି ଟୋଲପ୍ଲାଜାକୁ ସ୍ଥାନାନ୍ତର କରିବାକୁ ଏନଏଚ୍‌ଏଆଇକୁ ୬ ବର୍ଷ ଲାଗିଛି। ଏଥିରେ ନିୟୋଜିତ ଠିକାସଂସ୍ଥାର କାର୍ଯ୍ୟ ଅବଧି ଶେଷ ହେଉଥିଲେ ହେଁ ୨ରୁ୩ ମାସ ପର୍ଯ୍ୟନ୍ତ ବେଆଇନ ଟୋଲ ଆଦାୟ ହୋଇଥିବା ଅଭିଯୋଗ ହୋଇଥିଲା। ଏହି ଟୋଲପ୍ଲାଜା ଉଠିଯିବା ପରେ କେନ୍ଦୁଝର ଏବଂ ସୁକିନ୍ଦା ଖଣି ଅଞ୍ଚଳରୁ ପାରାଦୀପ ଏବଂ ଅନ୍ୟାନ୍ୟ ଅଞ୍ଚଳକୁ ପରିବହନ ହେଉଥିବା ଗାଡ଼ି ମାଲିକମାନେ ଅଶ୍ୱସ୍ତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri