ସ୍ଥାନାନ୍ତର ହେଲା ପାଣିକୋଇଲି ଟୋଲ୍‌ ପ୍ଲାଜା

ଯାଜପୁର ଅଫିସ,୧୧ା୧୧: ଏନଏଚ୍‌ଏଆଇ (ନ୍ୟାଶନାଲ ହାଇୱେ ଅଥରିଟି ଅଫ୍‌ ଇଣ୍ଡିଆ) ଓ ଜିଲା ପ୍ରଶାସନ ମଧ୍ୟରେ ଆଲୋଚନା ପରେ ଯାଜପୁର ଜିଲା ଦେଇ ଯାଇଥିବା ୧୬ନଂ.ଜାତୀୟ ରାଜପଥର ପାଣିକୋଇଲି ଟୋଲ ପ୍ଲାଜା ସ୍ଥାନାନ୍ତର ହୋଇଛି। ବୁଧବାର ପୂର୍ବାହ୍ନ ୮ଟାରୁ ଭଦ୍ରକ-ଯାଜପୁର ସୀମାନ୍ତ ନେଉଳିଆ ଛକରେ ନବନିର୍ମିତ ଟୋଲପ୍ଲାଜାରେ ଟୋଲ ଆଦାୟ ଆରମ୍ଭ ହୋଇଛି।
ଏହି ଜାତୀୟ ରାଜପଥର ବନ୍ଦାଳୋଠାରୁ ୪୭ କିମି ଦୂରତାରେ ଥିବା ପାଣିକୋଇଲି ଟୋଲପ୍ଲାଜା ବେଆଇନ ଭାବେ ଦର୍ଶାଇ ଦୀର୍ଘଦିନ ହେଲା ଅଞ୍ଚଳବାସୀ ଅଭିଯୋଗ କରି ଆସୁଥିଲେ। ଏହାର ସମୟ ଅବଧି ପୁରିବା ପରେ ମଧ୍ୟ ସ୍ଥାନାନ୍ତର ହେଉ ନ ଥିଲା। ଏହାକୁ ନେଇ ପାଣିକୋଇଲି ମା’ ତାରିଣୀ ଟ୍ରକ ମାଲିକ ସଂଘ, ଯାଜପୁର ରୋଡ ଚ୍ୟାମ୍ବର ଅଫ୍‌ କମର୍ସ ଓ ସାଧାରଣ ଲୋକେ ବାରମ୍ବାର ପ୍ରଶାସନ ନିକଟରେ ଦାବି କରି ଆସୁଥିଲେ। ଗତ ବର୍ଷ ଟୋଲ ପ୍ଲାଜା ଉଠିବାକୁ ନିଷ୍ପତ୍ତି ହୋଇଥିବାବେଳେ ଓଲଟା ଟୋଲ ଆଦାୟକୁ ୨ଗୁଣ ବୃଦ୍ଧି କରାଯାଇଥିଲା। ଏନଏନ୍‌ଏଆଇର ଗାଇଡ୍‌ଲାଇନ ଅନୁଯାୟୀ ଗୋଟିଏ ଟୋଲଗେଟରୁ ଅନ୍ୟ ଟୋଲଗେଟର ଦୂରତା ଅତିକମରେ ୬୦ କିଲୋମିଟର ହେବା ଆବଶ୍ୟକ। କିନ୍ତୁ ପାଣିକୋଇଲି ଟୋଲପ୍ଲାଜାଠାରୁ ବନ୍ଦାଳୋ ଟୋଲ ପ୍ଲାଜାର ଦୂରତା ୪୭ କିମି ରହିଥିଲା। ଏଣୁ ରାଜ୍ୟ ପରିବହନ କମିଶନର ତାଙ୍କ ପତ୍ରସଂଖ୍ୟା ୧୧୦୬୩/୧୯ା୭ା୨୦୧୬ରେ ୱାର୍କସ ସେକ୍ରେଟାରୀଙ୍କୁ ପତ୍ର ଲେଖି ପାଣିକୋଇଲି ଟୋଲପ୍ଲାଜାକୁ ଆଖୁଆପଦା ନିକଟକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ଅନୁସାରେ କେବଳ ପାଣିକୋଇଲି ଟୋଲପ୍ଲାଜାକୁ ସ୍ଥାନାନ୍ତର କରିବାକୁ ଏନଏଚ୍‌ଏଆଇକୁ ୬ ବର୍ଷ ଲାଗିଛି। ଏଥିରେ ନିୟୋଜିତ ଠିକାସଂସ୍ଥାର କାର୍ଯ୍ୟ ଅବଧି ଶେଷ ହେଉଥିଲେ ହେଁ ୨ରୁ୩ ମାସ ପର୍ଯ୍ୟନ୍ତ ବେଆଇନ ଟୋଲ ଆଦାୟ ହୋଇଥିବା ଅଭିଯୋଗ ହୋଇଥିଲା। ଏହି ଟୋଲପ୍ଲାଜା ଉଠିଯିବା ପରେ କେନ୍ଦୁଝର ଏବଂ ସୁକିନ୍ଦା ଖଣି ଅଞ୍ଚଳରୁ ପାରାଦୀପ ଏବଂ ଅନ୍ୟାନ୍ୟ ଅଞ୍ଚଳକୁ ପରିବହନ ହେଉଥିବା ଗାଡ଼ି ମାଲିକମାନେ ଅଶ୍ୱସ୍ତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ୧ଲକ୍ଷ ୫୦୦ ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri