Posted inଖେଳ

ସେତେବେଳେ ୮ ବର୍ଷର ଥିଲେ ପୃଥ୍ବୀ; ଏବେ ଧଓ୍ବନଙ୍କ ସହ ମିଶି…

ନୂଆଦିଲ୍ଲୀ,୧୧।୪: ଦିଲ୍ଲୀ କ୍ୟାପିଟାଲ୍ସ-ଚେନ୍ନାଇ ସୁପରକିଙ୍ଗ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ରନ୍‌ର ବର୍ଷା ହୋଇଥିଲା। ମୁମ୍ବାଇର ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ ଦିଲ୍ଲୀ ଟିମ୍‌ ବାଜିମାତ କରିଥିଲା। ମୁକାବିଲାରେ ଡିସିର ଯୁବ ଅଧିନାୟକ ରିଷଭ ପନ୍ତ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଚେନ୍ନାଇ ଟିମ୍‌ ପ୍ରଥମେ ବ୍ୟାଟିଂ କରି ୭ ଉଇକେଟ ହରାଇ ୧୮୮ ରନ୍‌ କରିଥିଲା। ଜବାବରେ ଦିଲ୍ଲୀ ଟିମ୍‌ ୧୮.୪ ଓଭରରେ ୩ ଉଇକେଟ ହରାଇ ଲକ୍ଷ୍ୟ ହାସଲ କରି ନେଇଥିଲା। ଏହି ବିଜୟର ବଡ଼ ଶ୍ରେୟ ଦିଲ୍ଲୀର ଓପନର୍‌ ଶିଖର ଧଓ୍ବନ ଏବଂ ପୃଥ୍ବୀ ଶ’କୁ ଯାଇଥିଲା। କାରଣ ଉଭୟ ଉଲ୍ଲେଖନୀୟ ବ୍ୟାଟିଂ ଯୋଗୁ ୧୩୮ରନ୍‌ର ଭାଗିଦାରୀ କରି ରେକର୍ଡ କରିଥିଲେ।

ମ୍ୟାଚ୍‌ରେ ଧଓ୍ବନ ୫୪ବଲ୍‌ରେ ୮୪ରନ୍‌ କରିଥିବା ବେଳେ ପୃଥ୍ବୀ ୩୮ବଲରେ ୭୨ରନ୍‌ କରିଥିଲେ। ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ କୌଣସି ଉଇକେଟ ପାଇଁ ଏହା ଦ୍ୱିତୀୟ ସବୁଠାରୁ ବଡ଼ ଭାଗିଦାରୀ ଥିଲା। ପୂର୍ବରୁ ରାହାନେ-ଓ୍ବାଟସନ୍‌ ଯୋଡ଼ି ସର୍ବାଧିକ ୧୪୪ରନ୍‌ କରି ଏହି ରେକର୍ଡ କରିଥିଲେ।

୨୦୦୮ରେ ଦିଲ୍ଲୀ ଡେୟାରଡେଭିଲ୍ସ ପକ୍ଷରୁ ଆଇପିଏଲ୍‌ ଖେଳିବା ଆରମ୍ଭ କରିଥିଲେ ଧଓ୍ବନ। ସେତେବେଳେ ପୃଥ୍ବୀ ମାତ୍ର ୮ ବର୍ଷର ହୋଇଥିଲେ। ଏବେ ଧଓ୍ବନଙ୍କୁ ୩୫ ବର୍ଷ ହୋଇଥିବା ବେଳେ ପୃଥ୍ବୀଙ୍କୁ ୨୧ ବର୍ଷ। ଉଭୟ ଗୋଟିଏ ଟିମ୍‌ରୁ ଖେଳି ରେକର୍ଡ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri