Posted inଖେଳ

ସିନିୟର ବ୍ୟାଟ୍ସମ୍ୟାନଙ୍କୁ ଶ୍ରୀଲଙ୍କାରେ ମିଳିପାରେ ନେତୃତ୍ୱ ଦାୟିତ୍ୱ

ନୂଆଦିଲ୍ଲୀ,୧୧।୫ : ଆସନ୍ତା ଜୁଲାଇରେ ଶ୍ରୀଲଙ୍କାରେ ହେବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଓ ଟି୨୦ ସିରିଜ୍‌ରେ ବରିଷ୍ଠ ଓପନର ଶିଖର ଧାଓ୍ବନଙ୍କୁ ମିଳିପାରେ ଭାରତୀୟ ଦଳର ନେତୃତ୍ୱ ଦାୟିତ୍ୱ। ଟିମ୍‌ ଇଣ୍ଡିଆର ମୁଖ୍ୟ ଖେଳାଳିମାନେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ରେ ବ୍ୟସ୍ତ ଥିବେ। ଏଣୁ ଭୁବନେଶ୍ୱର କୁମାର, ପୃଥ୍ବୀ ଶ’, ହାର୍ଦ୍ଦିକ ପାଣ୍ଡ୍ୟା ଓ ଇଶାନ କିଷନଙ୍କୁ ଧଳା ବଲ ସିରିଜ୍‌ରେ ମିଳିପାରେ ସୁଯୋଗ।

ଟିମ୍‌ ଇଣ୍ଡିଆର ଏହି ଗସ୍ତ ଲାଗି କୌଣସି ଘୋଷଣା ହୋଇ ନାହିଁ। କିନ୍ତୁ ଟିମ୍‌ ଇଣ୍ଡିଆ ପାଇଁ ପୂର୍ବରୁ ଖେଳିସାରିଥିବା ସଦସ୍ୟ ଓ ଆଇପିଏଲ ଖେଳାଳିଙ୍କୁ ବଛାଯିବ। ଇଶାନ ଓ ସୂର୍ଯ୍ୟକୁମାର ଯାଦବ ଇଂଲଣ୍ଡ ବିପକ୍ଷ ସିରିଜ୍‌ରେ ଅନ୍ତର୍ଜାତୀୟ ପଦାର୍ପଣ କରି ସଭିଙ୍କୁ ଆକୃଷ୍ଟ କରିଥିଲେ। ଅନ୍ୟ ଯୁବ ଖେଳାଳିଙ୍କ ମଧ୍ୟରେ ସ୍ପିନର ରାହୁଲ ଚହର ଓ ତାଙ୍କ ଭାଇ ଦୀପକ ଚହରଙ୍କୁ ମଧ୍ୟ ସୁଯୋଗ ମିଳିବାର ବିଶେଷ ସମ୍ଭାବନା ରହିଛି। ଚଳିତ ବର୍ଷ ଆଇପିଏଲରେ ଭଲ ପ୍ରଦର୍ଶନ କରିଥିବା ଚେତନ ସାକାରିୟା, ଅଭେଶ ଖାନ, ଦେବଦତ୍ତ ପାଡିକଲଙ୍କ ଭଳି ଖେଳାଳିଙ୍କୁ ମଧ୍ୟ ଚୟନ କର୍ତ୍ତାରେ ସୁଯୋଗ ଦେଇପାରନ୍ତି।

ତେବେ ଧାଓ୍ବନଙ୍କ ନିକଟରେ ନେତୃତ୍ୱ ନେବାର ଅଭିଜ୍ଞତା ରହିଛି। ସେ ଘରୋଇ କ୍ରିକେଟରେ ଦିଲ୍ଲୀର ନେତୃତ୍ୱ ନେଇସାରିଛନ୍ତି। ୨୦୧୮ରେ ଭାରତ ଜିତିଥିବା ନିଦାହାସ ଟ୍ରଫି ତ୍ରିରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ କାମଚଳା ଅଧିନାୟକ ରୋହିତ ଶର୍ମାଙ୍କ ଡେପୁଟି ଥିଲେ ଧାଓ୍ବନ। ଏହି ୩୫ ବର୍ଷୀୟ ବାମହାତୀ ଓପନର ୩୪ ଟେଷ୍ଟ, ୧୪୨ ଦିନିକିଆ ଓ ୬୫ ଟି୨୦ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri