Posted inଖେଳ

ପ୍ରଥମ ବିଜୟକୁ ନେଇ ଧାଓ୍ବନ ଖୁସିରେ ବିଭୋର: କହିଲେ ‘ସେମାନେ ୧୫ ଓଭରରେ ମ୍ୟାଚ୍‌ ଶେଷ କରିଦେଇଥିଲେ’

କଲମ୍ବୋ,୧୯।୭: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚ୍‌ରେ ବିଜୟର ଶ୍ରେୟ ଦଳର ଅଲରାଉଣ୍ଡ ପ୍ରଦର୍ଶନକୁ ଦେଇଛନ୍ତି ଅଧିନାୟକ ଶିଖର ଧାଓ୍ବନ। ରବିବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ଶ୍ରୀଲଙ୍କାକୁ ପରାସ୍ତ କରିଥିଲା। ଧାଓ୍ବନ ନିଜେ ୯୫ ବଲ୍‌ରୁ ୮୬ରନ୍‌ କରିଥିବା ବେଳେ ଇଶାନ କିଶନ ୫୯, ମନୀଷ ପାଣ୍ଡେ ୨୬, ପୃଥ୍ବୀ ଶ’ ୪୩ ରନ୍‌ କରିଥିଲେ। ଭାରତ ୩୬.୪ ଓଭରରେ ୨୬୩ରନ୍‌ର ବିଜୟ ଲକ୍ଷ୍ୟକୁ ହାସଲ କରିନେଇଥିଲା। ଏହି ଇନିଂସରେ ଧାଓ୍ବନ ଦିନିକିଆ କ୍ରିକେଟରେ ୬୦୦୦ ରନ୍‌ ପୂରଣ କରିବାରେ ଦଶମ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ପାଲଟିଥିଲେ।

ତେବେ ମ୍ୟାଚ୍‌ ଶେଷ ହେବା ପରେ ଧାଓ୍ବନ କହିଛନ୍ତି, ଆମର ସମସ୍ତ ଖେଳାଳି ବହୁତ ପରିପକ୍ୱ ଏବଂ ଆକ୍ରମଣାତ୍ମକ। ସେ ଭଲ ପ୍ରଦର୍ଶନ କରିଛନ୍ତି। ମୁଁ ଏଥିପାଇଁ ବହୁତ ଖୁସି। ତିନି ସ୍ପିନର ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, କୃନାଲ ପାଣ୍ଡ୍ୟା ଭଲ ବୋଲିଂ କରି ମ୍ୟାଚ୍‌ରେ ଭାରତର ସ୍ଥିତି ସୁଦୃଢ଼ କରିଥିଲେ। ଅପରପକ୍ଷେ ପୃଥ୍ବୀ ଏବଂ ଇଶାନ ଭଲ ବ୍ୟାଟିଂ କରିଥିଲେ। ତାଙ୍କୁ ଖେଳୁଥିବା ଦେଖି ବହୁତ ଭଲ ଲାଗିଲା। ମୁଁ ସେମାନଙ୍କୁ ଯତ୍ନର ସହ ଖେଳିବାକୁ କହିଥିଲି। ଏହି ଖେଳାଳିମାନେ ଆଇପିଏଲ୍‌ରେ ଖେଳି ଅନେକ ଅଭିଜ୍ଞତା ପାଇଛନ୍ତି। ସେମାନେ ପ୍ରଥମ ୧୫ ଓଭରରେ ମ୍ୟାଚ୍‌ ଶେଷ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri