Posted inଖେଳ

ଉପରକୁ ଉଠିଲେ ଧାଓ୍ବନ୍‌

ଦୁବାଇ,୨୭ା୭:ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗରେ ଉପରକୁ ଉଠିଛନ୍ତି ଶିଖର ଧାଓ୍ବନ ଓ ଶ୍ରେୟସ ଆୟାର। ଚଳିତ ଓ୍ବେଷ୍ଟଇଣ୍ଡିଜ୍‌ ସିରିଜର ପ୍ରଥମ ମ୍ୟାଚରେ ଧାଓ୍ବନ୍‌ ୯୭ ରନ୍‌ କରିଥିବା ବେଳେ ଆୟା ବ୍ୟାକ୍‌ ଟୁ ବ୍ୟାକ୍‌ ଅର୍ଦ୍ଧଶତକ ହାସଲ କରିଛନ୍ତି। ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ଦଳର ନେତୃତ୍ୱ ନେଉଥିବା ଏହି ଓପନରଙ୍କୁ ୧୩ଟି ସ୍ଥାନର ପଦୋନ୍ନତି ମିଳିଛି। କ୍ରମାଗତ ଅର୍ଦ୍ଧଶତକ ହାସଲ କରିଥିବା ଆୟର ମଧ୍ୟ ୨୦ଟି ସ୍ଥାନ ଉପରକୁ ଉଠିବା ସହିତ ଯୁଗ୍ମ ୫୪ରେ ରହିଛନ୍ତି। ଭାରତୀୟ ବୋଲରଙ୍କ ମଧ୍ୟରେ ମହମ୍ମଦ ସିରାଜ ଟପ୧୦୦ରେ ପ୍ରବେଶ କରିଛନ୍ତି। ୨/୫୭ର ଫିଗର ହାସଲ କରିଥିବା ସିରାଜ ୯୭ତମ ସ୍ଥାନରେ ରହିଛନ୍ତି। ଏହି ସିରିଜ ପାଇଁ ବିଶ୍ରାମ ନେଇଥିବା ବିରାଟ କୋହଲି ଓ ରୋହିତ ଶର୍ମା ଗୋଟିଏ ଲେଖାଏ ସ୍ଥାନ ତଳକୁ ଖସି ଯଥାକ୍ରମେ ୫ମ ଓ ଷଷ୍ଠ ସ୍ଥାନରେ ରହିଛନ୍ତି। ଶତକୀୟ ମ୍ୟାଚରେ ଶତକ ହାସଲ କରିଥିବା ଶାଇ ହୋପ୍‌ ୩ଟି ସ୍ଥାନ ଉପରକୁ ଉଠି ୧୨ଶ ସ୍ଥାନରେ ପହଞ୍ଚିଛନ୍ତି। ଆଲଜାରି ଯୋଶେଫ୍‌ ଦୁଇଟି ସ୍ଥାନ ଉପରକୁ ଉଠି ୧୬ତମ ସ୍ଥାନରେ ରହିଛନ୍ତି।
ଦକ୍ଷିଣ ଆଫ୍ରିକାର କ୍ୱିଣ୍ଟନ ଡି କକ୍‌ଙ୍କୁ ଅନ୍ତିମ ଦିନିକିଆରେ ୯୨ ରନ୍‌ ପାଇଁ ଦୁଇଟି ସ୍ଥାନର ପଦୋନ୍ନତି ମିଳିଛି। ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ଡି କକ୍‌ ୪ ନମ୍ବର ସ୍ଥାନରେ ରହିଛନ୍ତି। ବୋଲରଙ୍କ ସ୍ଥାନରେ ଡେଭିଡ ଓ୍ବିଲି ୨୩ ନମ୍ବରରେ ରହିଛନ୍ତି। ଶ୍ରୀଲଙ୍କା ବିପକ୍ଷରେ ୪ର୍ଥ ଇନିଂସରେ ୧୬୦ ରନର ଇନିଂସ ଖେଳିଥିବା ଅବଦୁଲ୍ଲା ଶଫିକ୍‌ ୨୩ଟି ସ୍ଥାନ ଉପରକୁ ଉଠି ୧୬ ତମ ସ୍ଥାନରେ ପହଞ୍ଚିଛନ୍ତି। ଷ୍ଟିଭ୍‌ ସ୍ମିଥଙ୍କୁ ଅତିକ୍ରମ କରି ବାବର ଆଜମ୍‌ ଟେଷ୍ଟ ର଼୍ୟାଙ୍କିଙ୍ଗର ତୃତୀୟ ସ୍ଥାନରେ ରହିଥିବା ବେଳେ ଦିନିକିଆ ଏବଂ ଟି୨୦ରେ ଏକ ନମ୍ବର ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚା ସୃଷ୍ଟି କଲାଣି ବୈଭବ ସୂର୍ଯ୍ୟବଂଶୀଙ୍କ ‘New Chapter’ ଷ୍ଟୋରୀ, ଏହା ଡେବ୍ୟୁର ଏକ ସଙ୍କେତ ନା ଏକ ନୂଆ ସରପ୍ରାଇଜ? ଜାଣନ୍ତୁ…

ନୂଆଦିଲ୍ଲୀ,୪।୭: ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ଭାରତର ପ୍ରତିଭାବାନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କେବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ। ଏହି ଶନିବାର ମାଞ୍ଚେଷ୍ଟରରେ…

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: ସୁନା-ରୁପା ଅଳଙ୍କାର ଜବତ, ୪ ଡକାୟତଙ୍କୁ ଗିରଫ କରି…

ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ମାସ ହେବ ଚୋରି, ଡକାୟତି ବଢ଼ିଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।…

ମହଙ୍ଗା ମାଡ଼ରୁ ରକ୍ଷା ନାହିଁ; ସାଇତି ରଖନ୍ତୁ ଟମାଟୋ, ପୁଣି ବଢ଼ିଲା ଦର…

ନୂଆଦିଲ୍ଲୀ,୪ା୭: ରୋଷେଇ ଘରେ ପ୍ରତିଦିନ ବ୍ୟବହାର ହେଉଥିବା ଟମାଟୋ ପୁଣି ଥରେ ଲୋକଙ୍କ ବଜେଟ୍ ଉପରେ ପ୍ରଭାବ ପକାଇବା ଆରମ୍ଭ କଲାଣି। ଦେଶର ଅନେକ ରାଜ୍ୟରେ ଏହାର…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ରିଷିଡ଼ା,୪ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ହରି ବାରିକଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ଆବାସ…

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ସମସ୍ତ ପଦବୀରୁ ଇସ୍ତଫା ଦେଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

କୋଲକାତା,୪।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛି। ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଏବଂ ବଙ୍ଗ…

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା  ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ…

ବିଧାୟକ ଅଶୋକ ଦାସଙ୍କ ନାଁରେ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ, ସମସ୍ୟାରେ ଥିବା କହି ମାଗୁଛନ୍ତି ଟଙ୍କା

ଭୁବନେଶ୍ୱର, ୪/୭: କଂଗ୍ରେସ ବିଧାୟକ ଅଶୋକ ଦାସଙ୍କ ନାଁରେ ଏକ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ ଖୋଲି କିଛି ଅସାମାଜିକ ବ୍ୟକ୍ତି ଟଙ୍କା ମାଗୁଥିବା ଅଭିଯୋଗ ସାମ୍ନାକୁ ଆସିଛି।…

୨୦୦-୫୦୦ ଟଙ୍କିଆ ନୋଟ୍‌କୁ ନେଇ RBIର ବଡ଼ ଆଲର୍ଟ; ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪।୭: ବଜାରରୁ କିଣାକିଣି କରିବା ପରେ ମିଳୁଥିବା ଖୁଚୁରା ପଇସାର ଯାଞ୍ଚ ଆମେ ପ୍ରାୟତଃ ତରତରରେ କରିନଥାଉ। କିନ୍ତୁ ଜାଲ ନୋଟର ବଢୁଥିବା ଚଳନ ମଧ୍ୟରେ ଆପଣଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri