Posted inଖେଳ

ଆଇଏମ୍‌ଜି ରିଲାଏନ୍ସ ସହ ଧାଓ୍ବନଙ୍କ ଚୁକ୍ତି

ମୁମ୍ବାଇ,୨୨।୭(ପି.ଟି.): ଭାରତୀୟ ଅଭିଜ୍ଞ ଓପନର ଶିଖର ଧାଓ୍ବନ୍‌ ଏକ ବଡ଼ ଧରଣର ମାର୍କେଟିଂ ଓ ମ୍ୟାନେଜମେଣ୍ଟ ଚୁକ୍ତି କରିଛନ୍ତି। ସେ ଆଇଏମ୍‌ଜି ରିଲାଏନ୍ସ ସହ ଏକ ଚୁକ୍ତିରେ ସ୍ବାକ୍ଷର କରିଛନ୍ତି। ଫଳରେ ଆଇଏମ୍‌ଜି ପ୍ଲେୟାର ମ୍ୟାନେଜମେଣ୍ଟ ରୋଷ୍ଟରରେ ରୋହିତ ଶର୍ମା, ଯଶପ୍ରୀତ ବୁମ୍‌ରା, ହାର୍ଦ୍ଦିକ ପାଣ୍ଡ୍ୟା, କ୍ରୁନାଲ ପାଣ୍ଡ୍ୟା, ଶ୍ରେୟାସ ଆୟରଙ୍କ ସହ ଧାଓ୍ବନ ସାମିଲ ହୋଇଛନ୍ତି। ଏହି ଚୁକ୍ତିରେ ସ୍ବାକ୍ଷର କରି ବେଶ୍‌ ଖୁସି ବୋଲି ଧାଓ୍ବନ କହିଛନ୍ତି। ଭାରତରେ ଆଇଏମ୍‌ଜି ରିଲାଏନ୍ସ ବେଶ୍‌ ଭଲ କାମ କରୁଛି। ରିଲାଏନ୍ସ ସହ ପୂର୍ବରୁ ଭିନ୍ନଭିନ୍ନ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ବ୍ୟକ୍ତିବିଶେଷ ସାମିଲ ହୋଇଛନ୍ତି। ଏହି କମ୍ପାନୀ ସହ ସାମିଲ ହୋଇ ବେଶ୍‌ ଉତ୍ସାହିତ ଅଛି। କ୍ରିକେଟ ସହିତ ପୂର୍ବଭଳି ଜଡିତ ରହିବି ଓ ଏହା ଉପରେ ମନୋନିବେଶ କରିବି। ଏବେ ପଡିଆ ବାହାରେ ଆଇଏମ୍‌ଜି ରିଲାଏନ୍ସ ସହ ଜଡିତ ରହି ମୋର ପ୍ରତିଭାକୁ ଆହୁରି ବୃଦ୍ଧି କରିବାକୁ ପ୍ରୟାସ କରିବି ବୋଲି ସେ କହିଛନ୍ତି। ୩୪ ବର୍ଷୀୟ ଧାଓ୍ବନ ଏପର୍ଯ୍ୟନ୍ତ ୩୪ଟି ଟେଷ୍ଟ ଓ ୧୩୬ଟି ଦିନିକିଆ ମ୍ୟାଚ୍‌ ଖେଳି ୮,୦୦୦ରୁ ଊର୍ଦ୍ଧ ରନ ସଂଗ୍ରହ କରିଛନ୍ତି। ଧାଓ୍ବନ ହେଉଛନ୍ତି ଜଣେ ପ୍ରତିଭାସମ୍ପନ୍ନ କ୍ରିକେଟର। ତାଙ୍କ ପାଖରେ ଏକାଧିକ ପ୍ରତିଭା ରହିଛି। ଏକ ବ୍ରାଣ୍ଡ୍‌ ସୃଷ୍ଟି କରିବାରେ ଧାଓ୍ବନ ସହାୟ ହେବେ ବୋଲି ଆଇଏମ୍‌ଜି ରିଲାଏନ୍ସ ଟ୍ୟାଲେଣ୍ଟ ଓ ସ୍ପୋନ୍ସରଶିପ୍‌ ମୁଖ୍ୟ ନିଖିଲ ବାର୍ଡିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ସୂର୍ଯ୍ୟ-ବୁଧ-କେତୁଙ୍କ ଅଦ୍ଭୁତ ସଂଯୋଗ: ସୁନା ଭଳି ଚମକିବ ୩ ରାଶିଙ୍କ ଭାଗ୍ୟ, ଯାହା ଚାହିଁବେ ତାହା ହେବ!

ବର୍ତ୍ତମାନ ଗ୍ରହମାନଙ୍କ ରାଜା ସୂର୍ଯ୍ୟ ଏବଂ ରାଜକୁମାର ବୁଧ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ସଂଯୋଗବଶତଃ କେତୁ ମଧ୍ୟ ଏହି ନକ୍ଷତ୍ରରେ ରହିଥିବାରୁ ଏକ ବିଶେଷ ଗ୍ରହ…

ଭାରତ ଠାରୁ ପାକିସ୍ତାନରେ ଏତେ ଶସ୍ତା ଚିନି! ତା’ ହେଲେ ଭାରତରେ ମହଙ୍ଗା କାହିଁକି?

ନୂଆଦିଲ୍ଲୀ, ୨୬।୮: ଚିନିକୁ ନେଇ ଭାରତ ଏବଂ ପାକିସ୍ତାନରେ ଆଜିକାଲି ସମ୍ପୂର୍ଣ୍ଣ ବିପରୀତ ଚିତ୍ର ଦେଖିବାକୁ ମିଳୁଛି। ଯେଉଁଠି ଭାରତର ଖୁଚୁରା ବଜାରରେ ଚିନିର ଦର କିଲୋଗ୍ରାମ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୫ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ପୁଣି ମହଙ୍ଗା ହେଲା ଚିନି ଦର, ଜାଣନ୍ତୁ ଏବେ କେତେ ରେଟ୍‌

ନୂଆଦିଲ୍ଲୀ, ୨୬।୮: ପର୍ବପର୍ବାଣୀ ଯେତିକି ପାଖେଇ ଆସୁଛି, ଚିନି ଦର ସେତିକି କମିବା ବଦଳରେ ବଢ଼ିବାରେ ଲାଗିଛି। ଚିନି ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ଚିନ୍ତା…

TMCରେ ବଡ଼ ହଲଚଲ: ୨୦ ଜଣ ବିଦ୍ରୋହୀ ସାଂସଦଙ୍କ ଅଡୁଆ ବଢ଼ିଲା! ୭ ଦିନରେ…

କୋଲକାତା,୨୬।୮: ବିଦ୍ରୋହୀ ସାଂସଦମାନଙ୍କ ଜବାବ ମିଳିବା ପରେ ଲୋକସଭା ବାଚସ୍ପତିଙ୍କୁ ଏକ ବଡ଼ ନିଷ୍ପତ୍ତି ନେବାକୁ ପଡ଼ିବ। ବିଦ୍ରୋହୀ ସାଂସଦମାନେ NCPIରେ ଯୋଗଦେବା ନିଷ୍ପତ୍ତିକୁ ସମ୍ବିଧାନର ଦଶମ…

ରାକ୍ଷୀରେ କୁମ୍ଭ ରାଶିରେ ଲାଗିବ ଚନ୍ଦ୍ର ଗ୍ରହଣ, ୨୮ ଅଗଷ୍ଟରୁ ୫ ରାଶିଙ୍କ ଖରାପ ଟାଇମ୍‌ ଆରମ୍ଭ, ଅଯଥା ଖର୍ଚ୍ଚାନ୍ତରେ ପଡିବେ…

ଏହି ଚନ୍ଦ୍ରଗ୍ରହଣ ଏକ ଆଂଶିକ ଗ୍ରହଣ ହେବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ ଅନେକ ରାଶିର ଲୋକଙ୍କ ଜୀବନରେ ପ୍ରଭାବ ପଡ଼ିବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ କେତେକ ରାଶିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri