ରୋହିତ୍‌, କୋହଲିଙ୍କୁ ପଛରେ ପକାଇଲେ ଧାଓ୍ବନ

ଦୁବାଇ, ୧୫।୧୦: ଆଇପିଏଲ୍‌ର ତ୍ରୟୋଦଶ ସଂସ୍କରଣରେ ବୁଧବାର ଅନୁଷ୍ଠିତ ଏକ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୧୩ ରନରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଦିଲ୍ଲୀର ଓପନିଂ ବ୍ୟାଟ୍ସମ୍ୟାନ ଶିଖର ଧାଓ୍ବନ ୫୭ ରନର ଚମତ୍କାର ଇନିଂସ ଖେଳିବା ସହ ଏକ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଆଇପିଏଲ୍‌ ଇତିହାସରେ ଅର୍ଦ୍ଧଶତକ ମାମଲାରେ ସେ ରୋହିତ୍‌ ଶର୍ମା, ବିରାଟ କୋହଲି ଓ ସୁରେଶ ରାଇନାଙ୍କୁ ଟପି ଯାଇଛନ୍ତି।
ଧାଓ୍ବନଙ୍କ ଏହା ୩୯ତମ ଅର୍ଦ୍ଧଶତକ ଥିଲା। ଅପରପକ୍ଷରେ କୋହଲି, ରୋହିତ୍‌ ଓ ରାଇନା ଆଇପିଏଲ୍‌ରେ ୩୮ଟି ଲେଖାଏ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏହିକ୍ରମରେ ଧାଓ୍ବନ ଏହି ୩ ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ପଛରେ ପକାଇ ଦେଇଛନ୍ତି। ତେବେ ଆଇପିଏଲ୍‌ ଇତିହାସରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ର ଡେଭିଡ୍‌ ଓ୍ବାର୍ନର ସର୍ବାଧିକ ଅର୍ଦ୍ଧଶତକ ହାସଲକାରୀ ବ୍ୟାଟ୍ସମ୍ୟାନ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ଓ୍ବାର୍ନର ବର୍ତ୍ତମାନ ସୁଦ୍ଧା ଏହି ଲିଗ୍‌ରେ ମୋଟ୍‌ ୪୬ ଅର୍ଦ୍ଧଶତକ ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି।…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?