ପୁଣି ହରଡ଼ଘଣାରେ ଶିଳ୍ପା-କୁନ୍ଦ୍ରା…

ନୂଆଦିଲ୍ଲୀ,୧୪।୧୧: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ଏବଂ ତାଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବିବାଦରେ ପଡ଼ିଛନ୍ତି। ସତେ ଯେପରି ସଙ୍କଟ ସେମାନଙ୍କର ପଛ ଛାଡୁନି। ଏବେ ଜଣେ ଯୁବକ ସେମାନଙ୍କ ବିରୋଧରେ ୧ କୋଟି ୫୧ ଲକ୍ଷ ଟଙ୍କାର ଠକେଇ ଅଭିଯୋଗ ଆଣିଛନ୍ତି। ମୁମ୍ବାଇର ବାନ୍ଦ୍ରା ପୋଲିସ ଷ୍ଟେଶନରେ ଶିଳ୍ପା ଶେଟ୍ଟୀ ଏବଂ ରାଜ କୁନ୍ଦ୍ରାଙ୍କ ବିରୋଧରେ ଏଫଆଇଆର୍‌ ପଞ୍ଜିକୃତ ହୋଇଛି। ଫଳରେ ସେମାନେ ପୁଣି ହରଡ଼ଘଣାରେ ପଡ଼ିଛନ୍ତି। ଏହା ସହିତ ଫ୍ୟାଶନ ଟିଭିର ପରିଚାଳନା ନିର୍ଦ୍ଦେଶକ କାଶିଫ ଖାଁ ଏବଂ ଅନ୍ୟଜଣଙ୍କ ବିରୋଧରେ ମଧ୍ୟ ଠକେଇ ଅଭିଯୋଗ ହୋଇଛିି। ପୁଣେରେ ରହୁଥିବା ନିତିନ ବାରାଇ ନାମକ ଜଣେ ଯୁବକ ଏହି ତିନିଜଣଙ୍କ ବିରୋଧରେ ମାମଲା ଦାଏର କରିଛନ୍ତି।

ଯୁବକ କହିିଛନ୍ତି ଯେ ଏହି ଘଟଣା ଜୁଲାଇ ୨୦୧୪ରେ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଯୁବକଙ୍କ ଅଭିଯୋଗ ପରେ ପୋଲିସ ଆଇପିସିର ଧାରା ୪୨୦, ୫୦୬ ଅନ୍ତର୍ଗତ ମାମଲା ରୁଜୁ କରିଛି। ଅଭିଯୋଗକାରୀ କହିଛନ୍ତି ଯେ ଏସଏଫଏଲ୍‌ ଫିଟନେସ ପ୍ରାଇଭେଟ୍‌ ଲିମିଟେଡ୍‌ର ନିର୍ଦ୍ଦେଶକ କାଶିଫ ଖାଁ, ଶିଳ୍ପା ଶେଟ୍ଟୀ, ରାଜ କୁନ୍ଦ୍ରା ଏବଂ ଅନ୍ୟମାନେ ଏହି ଫିଟନେସ ସେଣ୍ଟରରେ ଟଙ୍କା ବିନିଯୋଗ କରିବାକୁ କହିଥିଲେ ଏବଂ ଲାଭର ପ୍ରତିଶୃତି ଦେଇଥିଲେ। ଯୁବକ କହିିଛନ୍ତି ଯେ ଯେତେବେଳେ ଏହା ଘଟିଲା ନାହିଁ ଏବଂ ସେ ତାଙ୍କ ଟଙ୍କା ମାଗିଥିଲେ, ସେତେବେଳେ ତାଙ୍କୁ ଧମକ ଦିଆଯାଇଥିଲା। ତେବେ ଏପର୍ଯ୍ୟନ୍ତ ଶିଳ୍ପା ଶେଟ୍ଟୀ ଏବଂ ରାଜ କୁନ୍ଦ୍ରାଙ୍କ ପକ୍ଷରୁ ଏହି ମାମଲା ନେଇ କୌଣସି ବିବୃତ୍ତି ଆସିନାହିଁ।

ନିକଟରେ ରାଜ କୁନ୍ଦ୍ରାଙ୍କୁ ଅଶ୍ଳୀଳତା ମାମଲାରେ ଗିରଫ କରାଯାଇଥିଲା। ଏବେ ଅନ୍ୟ ଏକ ମାମଲାରେ ସେ ଆଇନ ଜାଲରେ ପୁଣି ଛନ୍ଦି ହୋଇପଡ଼ିଛନ୍ତି। ରାଜ କୁନ୍ଦ୍ରାଙ୍କୁ ଜୁଲାଇରେ ଅଶ୍ଳୀଳ ଭିଡିଓ ମାମଲାରେ ଗିରଫ କରାଯାଇଥିଲା। ରାଜଙ୍କୁ ଅଶ୍ଳୀଳ ଚଳଚ୍ଚିତ୍ର ନିର୍ମାଣ ଏବଂ ଆପ ଦେଖାଇଥିବା ଅଭିଯୋଗ ହୋଇଥିଲା। ଚଢ଼ାାଉ ପରେ ତାଙ୍କୁ ଗିରଫ କରାଯାଇଥିଲା। ପ୍ରାୟ ଦୁଇ ମାସ ଜେଲରେ ରହିବା ପରେ ସେପ୍ଟେମ୍ବରରେ ରାଜ କୁନ୍ଦ୍ରା ଜାମିନ ପାଇଥିଲେ। ଜେଲରୁ ମୁକୁଳିବା ପରେ ରାଜ କୁନ୍ଦ୍ରା ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟକୁ ଡିଲିଟ ମଧ୍ୟ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri