ପରିବାର ସହ ଧାର୍ମିକ ଯାତ୍ରାରେ ଶିଳ୍ପା

ଜମ୍ମୁ: ଗତ ଶୁକ୍ରବାରଠାରୁ ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟି ପରିବାର ସହ ଏକ ଧାର୍ମିକ ଯାତ୍ରା ଆରମ୍ଭ କରିଛନ୍ତି। ସେ ତାଙ୍କ ମା’ ସୁନନ୍ଦା ଶେଟ୍ଟି, ଭଉଣୀ ଶମିତା ଶେଟ୍ଟୀ ଏବଂ ଝିଅ ସମିଶାଙ୍କ ସହ ଏହି ଯାତ୍ରା କରୁଛନ୍ତି। ଶୁକ୍ରବାର ଆସାମର ଗୁଆହାଟୀସ୍ଥିତ କାମାକ୍ଷୀ ଦେବୀ ମନ୍ଦିରରେ ଶିଳ୍ପା ସପରିବାର ପହଞ୍ଚି ଏକ ବିଶେଷ ପୂଜାର ଆୟୋଜନ କରିଥିଲେ। ଏହାପରେ ସେ ଶନିବାର ଉତ୍ତରାଖଣ୍ଡର ପ୍ରସିଦ୍ଧ କେଦାରନାଥ ମନ୍ଦିର ପରିଦର୍ଶନ କରିବାକୁ ଯାଇଥିଲେ। ସେଠାରେ ସେ ବାବା ଭୋଲେନାଥଙ୍କୁ ଦର୍ଶନ କରି ଆଶୀର୍ବାଦ ଲୋଡ଼ିଥିଲେ। ତେବେ ଶିଳ୍ପା ରବିବାର ଜମ୍ମୁ-କଶ୍ମୀର କଟରାସ୍ଥିତ ମାତା ବୈଷ୍ଣୋଦେବୀଙ୍କ ମନ୍ଦିରରେ ଦର୍ଶନ କରିଛନ୍ତି। ମନ୍ଦିରରେ ଶିଳ୍ପାଙ୍କୁ ଦେଖି ତାଙ୍କର ଅନେକ ପ୍ରଶଂସକଙ୍କର ଗହଳି ଲାଗିଥିଲା। ଏହି ଅବସରରେ ଶିଳ୍ପା ନିଜର କିଛି ପ୍ରଶଂସକଙ୍କ ସହ ଫଟୋ ଉଠାଇ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ସେହିପରି ବୈଷ୍ଣୋଦେବୀ ମନ୍ଦିରରେ ଶିଳ୍ପା ତାଙ୍କ ମା’ ଓ ଭଉଣୀଙ୍କ ସହ ଫଟୋ ଉଠାଇ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ। ଫଟୋର କ୍ୟାପଶନରେ ଶିଳ୍ପା ଲେଖିଥିଲେ, ମାତୃ ଦିବସ ଅବସରରେ ମାତା ବୈଷ୍ଣୋଦେବୀଙ୍କ ଦର୍ଶନ କରିବାର ସୌଭାଗ୍ୟ ପାଇ ମୁଁ ଧନ୍ୟ ମନେକରୁଛି।
ଗତ ସପ୍ତାହରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଏକ ଅର୍ଥ ହେରଫେର ମାମଲାର ଯାଞ୍ଚ କରି ଉଭୟ ଶିଳ୍ପା ଓ ତାଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କର ମୁମ୍ବାଇର ଜୁହୁ ସ୍ଥିତ ଫ୍ଲାଟ ଓ ପୁନେସ୍ଥିତ ବଙ୍ଗଳା ସହ ସମୁଦାୟ ୯୭.୭୭ କୋଟିର ସମ୍ପତ୍ତି ଜବତ ହୋଇଥିଲା। ଇଡିର ଏହି କାର୍ଯ୍ୟାନୁଷ୍ଠାନ ପରେ ସ୍ବାମୀ ରାଜ କୁନ୍ଦ୍ରାଙ୍କ ସୁରକ୍ଷା ପାଇଁ ଶିଳ୍ପା ଏହି ଧାର୍ମିକ ଯାତ୍ରା କରୁଥିବା ବିଭିନ୍ନ ମିଡିଆ ରିପୋର୍ଟ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ରହିବ ନାହିଁ ଘର ଭଡ଼ା ଟେନସନ: ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର,୬।୨: ଗରିବ ଲୋକଙ୍କ ପାଇଁ ନୂଆ ନୂଆ ଯୋଜନା ଆଣୁଛନ୍ତି ମୋହନ ସରକାର। ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ଏଣିକି ସହରୀ…

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର: ବଢିଲା ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି

ଭୁବନେଶ୍ୱର,୬।୨: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର। ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର। ଫଳରେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଟଙ୍କା…

ବରଗଡରେ ଚାଞ୍ଚଲ୍ୟ: ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି, ଚାଲିଗଲା ୨ ଯୁବକଙ୍କ ଜୀବନ

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ ହାଟପଦା ସାଇ ମନ୍ଦିର ପାଖରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ସ୍ଥାନୀୟ କଲେଜ ରୋଡ ବାସିନ୍ଦା ପ୍ରଦୀପ…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

RCBର ଚମତ୍କାର ବିଜୟ ପରେ କହୁ କହୁ ଏମିତି କହିଦେଲେ ବିରାଟ କୋହଲି

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଜବରଦସ୍ତ ବିଜୟ ପରେ, ପୂର୍ବତନ ପୁରୁଷ ଦଳର ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri