ଫସିଗଲେ ଶିଳ୍ପା ସେଟ୍ଟୀ, ରାଜ କୁନ୍ଦ୍ରା! କୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

ମୁମ୍ବାଇ,୧୨ା୧୨: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଓ ତାଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ବିରୋଧରେ ଜାରି ହୋଇଥିବା ଲୁକ୍‌ଆଉଟ୍‌ ସର୍କୁଲାରକୁ ଉଠାଇବାକୁ ହେଲେ ସେମାନଙ୍କୁ ୬୦ କୋଟି ଟଙ୍କା ଜମା କରିବାକୁ କିମ୍ବା ଏକ ଜାତୀୟକରଣ ବ୍ୟାଙ୍କରୁ କ୍ରମାଗତ ବ୍ୟାଙ୍କ ଗ୍ୟାରେଣ୍ଟି ଦାଖଲ କରିବାକୁ ବମ୍ବେ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ମୁମ୍ବାଇ ପୋଲିସର ଆର୍ଥତ୍କ ଅପରାଧ ଶାଖା ଶିଳ୍ପା ଏବଂ ରାଜ କୁନ୍ଦ୍ରାଙ୍କ ବିରୋଧରେ ବହୁକୋଟି ଟଙ୍କା ଠକେଇ ମାମଲା ରୁଜୁ କରିଥିବାବେଳେ ସେମାନଙ୍କ ବିଦେଶ ଗସ୍ତ ଉପରେ କଟକଣା ପାଇଁ ଲୁକ୍‌ଆଉଟ୍‌ ସର୍କୁଲାର (ଏଲ୍‌ଓସି) ଜାରି ହୋଇଛି। ତେବେ କୁନ୍ଦ୍ରାଙ୍କ ଅସୁସ୍ଥ ବାପାଙ୍କୁ ଦେଖିବା ପାଇଁ ସେମାନେ ଲଣ୍ଡନ ଯିବା ନିମନ୍ତେ ଏଲ୍‌ଓସି ସ୍ଥଗିତ ରଖିବା ଲାଗି ନିର୍ଦ୍ଦେଶ ଦେବା ପାଇଁ ହାଇକୋର୍ଟରେ ଆବେଦନ କରିଥିଲେ। ଖବର ଅନୁଯାୟୀ କୁନ୍ଦ୍ରାଙ୍କ ବାପାଙ୍କଠାରେ ରକ୍ତହୀନତା ସମେତ ବିଭିନ୍ନ ଦୀର୍ଘସ୍ଥାୟୀ ସମସ୍ୟା ଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅଧିକ ଖରାପ ହେଉଛି। ଡାକ୍ତରମାନେ ତାଙ୍କୁ କ୍ୟାପ୍‌ଶୁଲ୍‌ ଏଣ୍ଡୋସ୍କୋପି କିମ୍ବା ଡବଲ-ବେଲୁନ୍‌ ଏଣ୍ଟରସ୍କୋପି ଚିକିତ୍ସା ପାଇଁ ପରାମର୍ଶ ଦେଇଛନ୍ତି। ସ୍ବାସ୍ଥ୍ୟଗତ ଜରୁରୀ ସ୍ଥିତି ଦର୍ଶାଇ ଶିଳ୍ପା ଓ କୁନ୍ଦ୍ରା ଜାନୁଆରୀ ୨୦ ପୂର୍ବରୁ ଲଣ୍ଡନ ଯିବା ଲାଗି ଅନୁମତି ମାଗିଥିଲେ।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri