ଫେରିବେ ଶିଳ୍ପା

ମୁମ୍ବାଇ: ବଲିଉଡ୍ ନାୟିକା ଶିଳ୍ପା ସେଟ୍ଟି ବେଶ୍ କିଛି ଦିନର ବିରତି ପରେ ପୁଣି ବଡ ପରଦାକୁ ଫେରିବେ । ଫିଲ୍ମ ‘ହଙ୍ଗାମା ୨’ ମାଧ୍ୟମରେ ସେ ପୁଣିଥରେ ପଡ ପରଦାକୁ ଫେରୁଛନ୍ତି । ଏହି ଫିଲ୍ମର ଶୁଟିଂ ପୁଣିଥରେ ଆରମ୍ଭ ହୋଇଛି । କଳାକାର ଫିଲ୍ମର ଟାଇଟେଲ ଟ୍ରାକ୍ ଶୁଟ୍ କରିବାରେ ବ୍ୟସ୍ତ ଅଛନ୍ତି । ନିକଟରେ ପରେଶ ରାୱଲ, ଶିଳ୍ପା ସେଟ୍ଟି କୁନ୍ଦ୍ରା, ମିଜାନ ଜାଫରି ଓ ପ୍ରଣିତା ସୁଭାଷଙ୍କ ସହିତ ଅନ୍ୟ କଳାକାରମାନେ ପପ୍ପି ଗୀତର ଶୁଟିଂ କରିଛନ୍ତି । ଏହାର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି । ଶିଳ୍ପା ସେଟ୍ଟି ନିକଟରେ ଇନଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ସେଟ୍‌କୁ ଫେରିଥିବା ଘୋଷଣା କରିଥିଲେ । ଏହାବି ଲେଖିଥିଲେ କି ଶୁଟିଂ ପୂର୍ବରୁ ତାଙ୍କର କରୋନା ଟେଷ୍ଟ କରାଯାଇଛି । ଏହି ଫିଲ୍ମ ହଙ୍ଗାମା ଫ୍ରାଞ୍ଚାଇଜର ଦ୍ୱିତୀୟ ଫିଲ୍ମ ଯାହା ୨୦୦୩ରେ ଆରମ୍ଭ ହୋଇଥିଲା । ନୂଆ ଫିଲ୍ମର ଶୁଟିଂ ଗତ ବର୍ଷରୁ ଆରମ୍ଭ ହୋଇଥିଲା । ହେଲେ କରୋନା ଲକ୍‌ଡାଉନ ପାଇଁ ଏହାକୁ ବନ୍ଦ କରି ଦିଆଯାଇଥିଲା । ୨୦୦୩ର ହଙ୍ଗାମାରେ ଅକ୍ଷୟ ଖାନ୍ନା, ପରେଶ ରାୱଲ, ଆଫତାବ ଶିବଦାସନି ଓ ରିମି ସେନ ମୁଖ୍ୟ ଭୂମିକାରେ ନଜର ଆସିଥିଲେ । ଗତବର୍ଷ ନୂଆ ଫିଲ୍ମର ପୋଷ୍ଟର ରିଲିଜ୍ ହୋଇଥିବା ବେଳେ ଏଥିରେ ଶିଳ୍ପାଙ୍କ ଲୁକ୍ ଦର୍ଶକଙ୍କୁ ବେଶ୍ ପସନ୍ଦ ଆସିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର ଇସ୍ତଫା ଦେବେ ବାଂଲାଦେଶ ରାଷ୍ଟ୍ରପତି; କିଏ ନେବେ ନେତୃତ୍ୱ? ରାଜନୈତିକ ମହଲରେ ହେଲାଣି ତୀବ୍ର ଆଲୋଚନା

ଢାକା,୨୩।୭: ବାଂଲାଦେଶରେ ରାଜନୈତିକ ଅସ୍ଥିରତା ଆରମ୍ଭ ହୋଇଛି। ଅନେକ ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଛି ଯେ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଖୁବ ଶୀଘ୍ର ଇସ୍ତଫା ଦେବାକୁ ଯାଉଛନ୍ତି;…

ବରଗଡ଼ ଉପକଣ୍ଠ ରାଜପଥରେ ରାହାଜାନୀ, ୩ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ରାଜପଥରେ ରାହାଜାନୀ ତଥା ବିଭିନ୍ନ ସ୍ଥାନରେ ଲୁଟପାଟ୍ ଅଭିଯୋଗ ହୋଇ ଆସୁଥିଲା । ଏହି ଘଟଣାରେ ପୋଲିସ…

ଧର୍ମେନ୍ଦ୍ର ପ୍ରଧାନଙ୍କ ପୁରୁଣା ପୋଷ୍ଟ ଭାଇରାଲ, ସୋନମ ଓ୍ବାଙ୍ଗଚୁକ ଏବଂ ତାଙ୍କ ପତ୍ନୀଙ୍କୁ କରିଥିଲେ ଏଭଳି ପ୍ରଶଂସା

ନୂଆଦିଲ୍ଲୀ,୨୩।୯: ଜଳବାୟୁ କର୍ମୀ ଓ ଶିକ୍ଷା ସଂସ୍କାରକ ସୋନମ ୱାଙ୍ଗଚୁକଙ୍କ ଅନଶନ ଜାରି ଥିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତିନି ବର୍ଷ ପୁରୁଣା ଏକ…

NEET UG ପେପର ଲିକ: ପରୀକ୍ଷାର ୧୦ ଦିନ ପୂର୍ବରୁ ଅଭିଯୁକ୍ତଙ୍କ ମୋବାଇଲ ଫୋନକୁ ଆସିଯାଇଥିଲା ପ୍ରଶ୍ନ, କୋର୍ଟରେ CBI ଖୋଲିଲା…

ନୂଆଦିଲ୍ଲୀ,୨୩।୭: NEET-UG 2026 ପେପର୍‌ ଲିକ ମାମଲାରେ ଅଭିଯୁକ୍ତ ଡକ୍ଟର ମନୋଜ ଭଗବାନରାଓ ଶିରୁରେ ଏବଂ ଶିବରାଜ ମୋଟେଗାଓଁକରଙ୍କ ଜାମିନ ଆବେଦନ ଉପରେ କୋର୍ଟ ଜୁଲାଇ ୨୪ରେ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ଉପକୋଷାଗାର ପୂର୍ବତନ କର୍ମଚାରୀଙ୍କୁ ଜେଲ୍‌ଦଣ୍ଡ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଉପକୋଷାଗାର କାର୍ଯ୍ୟାଳୟର ପୂର୍ବତନ କର୍ମଚାରୀ ତଥା ବରିଷ୍ଠ କିରାଣି ନାରାୟଣ ମେହେରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!

ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75…

ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri