ସ୍ବାମୀ ଗିରଫ ହେବା ପରେ ବଢିଲା ଶିଳ୍ପା ସେଟ୍ଟୀଙ୍କ ଅଡୁଆ

ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ଅଶ୍ଳୀଳ ଚଳଚ୍ଚିତ୍ର ନିର୍ମାଣ ଏବଂ କିଛି ଆପ ମାଧ୍ୟମରେ ପ୍ରକାଶନ ଅଭିଯୋଗରେ ମୁମ୍ବାଇ ପୋଲିସର କ୍ରାଇମ ଶାଖା ଗିରଫ କରିଛି। ଏହି ଗିରଫ ପରଠାରୁ ଲୋକମାନେ ଟୁଇଟରରେ ଶିଳ୍ପା ଶେଟ୍ଟୀ ଏବଂ ରାଜ କୁନ୍ଦ୍ରାଙ୍କୁ ଟ୍ରୋଲ କରିବା ଆରମ୍ଭ କରିଛନ୍ତି। ଶିଳ୍ପା ୧୪ ବର୍ଷ ପରେ ଚଳିତ ବର୍ଷ ବଡ ପରଦାରେ ଫେରିବାକୁ ଯାଉଛନ୍ତ। ତାଙ୍କୁ ଦୁଇଟି ବଡ ବଜେଟ ଚଳଚ୍ଚିତ୍ରରେ ମୁଖ୍ୟ ଅଭିନେତ୍ରୀ ଭାବରେ ଦେଖିବାକୁ ମିଳିବ। ସେ ଖୁବ ଶୀଘ୍ର ତାଙ୍କର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ନିକ୍କମା’ ଏବଂ ‘ହଙ୍ଗାମା ୨’ରେ ନଜର ଆସିବେ। ଏଭଳି ପରିସ୍ଥିତିରେ ତାଙ୍କ ସ୍ବାମୀଙ୍କ ଗିରଫଦାରୀ ଉଭୟ ଚଳଚ୍ଚିତ୍ର ଉପରେ ସିଧାସଳଖ ପ୍ରଭାବ ପକାଇପାରେ, ଯାହା ତାଙ୍କ ସମସ୍ୟାକୁ ବଢାଇପାରେ। ୨୦୦୩ ଚଳଚ୍ଚିତ୍ର ହଙ୍ଗାମାର ଏକ ସିକ୍ୱେଲ ହଙ୍ଗାମା ୨ ଜୁଲାଇ୨୩ରେ ଡିଜନି ପ୍ଲସ ହଟଷ୍ଟାରରେ ମୁକ୍ତିଲାଭ କରିବାକୁ ଯାଉଛି।
ଏଥି ସହ ଶବୀର ଖାନଙ୍କ ଫିଲ୍ମ ‘ନିକ୍କମା’ର ରିଲିଜ ତାରିଖ ଏପର୍ଯ୍ୟନ୍ତ ଜଣାପଡିନାହିଁ। ୨୦୦୭ ମସିହାରେ ଫିଲ୍ମ ‘ଆପ୍‌ନେ’ରେ ମୁଖ୍ୟ ଅଭିନେତ୍ରୀ ଭାବରେ ଶିଳ୍ପା ଶେଟ୍ଟୀଙ୍କୁ ବଡ ପରଦାରେ ଦେଖିବାକୁ ମିଳିଥିଲା, ଯାହା ପରେ ସେ ୨୦୦୯ ମସିହାରେ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ବିବାହ କରିଥିଲେ। ବିବାହ ପରେ, ସେ ଚଳଚ୍ଚିତ୍ରଠାରୁ ଦୂରରେ ଥିଲେ, କିନ୍ତୁ ୧୪ ବର୍ଷ ପରେ ସେ ପୁଣି ଥରେ ଚଳଚ୍ଚିତ୍ରରେ ପ୍ରତ୍ୟାବର୍ତ୍ତନ କରୁଛନ୍ତି। ଛୋଟ ପରଦା ବିଷୟରେ କହିବାକୁ ଗଲେ ଶିଳ୍ପା ୫ ବର୍ଷ ଧରି ଡ୍ୟାନ୍ସ ରିଅଲିଟି ଶୋ ‘ସୁପର ଡାନ୍ସର୍‌’ରେ ଜଣେ ଜଜ ଭୂମିକାରେ ନଜର ଆସୁଛନ୍ତି। କିନ୍ତୁ ସ୍ବାମୀ ଗିରଫ ହେବା ପରେ ସେ ଏହି ଶୋ’ର ଅଂଶ ହେବେ ନା ନାହିଁ, କେବଳ ସମୟ କହିବ କିନ୍ତୁ ଏହା ନିଶ୍ଚିତ ଭାବରେ ତାଙ୍କ କ୍ୟାରିୟର ଉପରେ ମଧ୍ୟ ପ୍ରଭାବ ପକାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?