ମୁହଁ ଲୁଚାଇଲେ ଶିଳ୍ପାଙ୍କ ସ୍ବାମୀ, ଲୋକେ କହିଲେ…

ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପର୍ନ ଫିଲ୍ମ ନିର୍ମାଣ ଅଭିଯୋଗରେ ଧରାପଡ଼ିବା ପରେ ଗଣମାଧ୍ୟମରୁ ଦୂରେଇ ରହିଛନ୍ତି। ନିକଟରେ ଶିଳ୍ପା ଏବଂ ରାଜଙ୍କୁ ମୁମ୍ବାଇ ବିମାନ ବନ୍ଦରରେ ଦେଖିବାକୁ ମିଳିଥିଲା। ଏହି ସମୟରେ, ରାଜ ଫଟୋଗ୍ରାଫରଙ୍କୁ ଦେଖି ମୁହଁ ଲୁଚାଇ ପଳାଇଥିଲେ। ସୋସିଆଲ ମିଡିଆରେ ଏ ସମୟର କିଛି ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ରାଜଙ୍କୁ କ୍ୟାମେରଙ୍କୁ ଲୁଚି ଯାଉଥିବାର ଦେଖାଯାଇଛି।
ସେ ଏକ କଳା ଟି-ଶର୍ଟ, କଳା ଚଷମା ଏବଂ କଳା ମାସ୍କ ପିନ୍ଧିଥିଲେ, ଯେଉଁ କାରଣରୁ ତାଙ୍କ ଚେହେରା ଦେଖାଯାଉ ନ ଥିଲା। ରାଜଙ୍କ ପରେ ଶିଳ୍ପା କାର ଭିତରୁ ଓହ୍ଲାଇ ଫଟୋଗ୍ରାଫରଙ୍କ ସମ୍ମୁଖରେ କିଛି ନଙ୍‌ ନ କହି ବିମାନବନ୍ଦର ଆଡକୁ ମୁହାଁଇଲେ। ଏହି ସମୟରେ ଶିଳ୍ପା ଏକ ଧଳା ରଙ୍ଗର ବ୍ଲେଜର ଏବଂ ଡେନିମ ଜିନ୍ସ ପିନ୍ଧିଥିଲେ। ଏହାପୂର୍ବରୁ ରାଜ ଏବଂ ଶିଳ୍ପା ନିଜ ପିଲାମାନଙ୍କ ସହିତ ହିମାଚଳରେ ନଜର ଆସିଥିଲେ।
ରାଜ କୁନ୍ଦ୍ରାଙ୍କ ଏହି ଭିଡିଓରେ ଲୋକମାନେ ନିଜର ପ୍ରତିକ୍ରିୟା ଦେଇଛନ୍ତି। ଜଣେ ୟୁଜର୍ସ ଲେଖିଛନ୍ତି, ତୁମେ ଏପରି କାର୍ଯ୍ୟ କାହିଁକି କରୁଛ, ଯାହାଫଳରେ ତୁମ ଚେହେରାକୁ ଲୁଚାଇବାକୁ ପଡୁଛି। ଅନ୍ୟ ଜଣେ ୟୁଜର୍ସ ଲେଖିଛନ୍ତି, ଏପରି କାର୍ଯ୍ୟ ଜାରି ରଖ, ଯାହାଫଳରେ ଲୋକମାନେ ଆଖି ମଧ୍ୟ ଦେଖାଇ ପାରିବେ ନାହିଁ।
ରାଜ କୁନ୍ଦ୍ରା କିଛି ଦିନ ପୂର୍ବରୁ ପର୍ନ ଫିଲ୍ମ ନିର୍ମାଣ ମାମଲାରେ ଜାମିନରେ ଆସିଛନ୍ତି। ଅଶ୍ଳୀଳ ଭିଡିଓ ତିଆରି କରିବା ଏବଂ ଆପ ମାଧ୍ୟମରେ ବିତରଣ କରିବା ପାଇଁ ତାଙ୍କୁ ଜୁଲାଇରେ ଗିରଫ କରାଯାଇଥିଲା। ତେବେ ସେପ୍ଟେମ୍ବରରେ ରାଜ ଜାମିନ ପାଇଥିଲେ। ଜେଲରୁ ବାହାରିବା ପରେ ସେ ତାଙ୍କ ଇନଷ୍ଟାଗ୍ରାମ ଏବଂ ଟୁଇଟର୍‌ ଆକାଉଣ୍ଟ ଡିଲିଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

୫୫ ବର୍ଷର ଦିନିକିଆ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମିଶିକି କଲେ ବିଶ୍ୱରେକର୍ଡ

ଗୁଆହାଟୀ,୧।୧୦:ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁଆହାଟୀର ବାରସାପାରା କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ୧୯୭୧ରୁ ଆରମ୍ଭ…

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…

୦,୦,୦,୦,୦,୦… ଭାରତ ବିପକ୍ଷରେ ଶ୍ରୀଲଙ୍କାର ଲଜ୍ଜାଜନକ ରେକର୍ଡ, ଅଧା ଖେଳାଳି….

ନୂଆଦିଲ୍ଲୀ,୧।୧୦ : ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍‌ର ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଫାଇନାଲରେ ପହଞ୍ଚିଛି ଭାରତ । ଭାରତୀୟ ଦଳ ଶ୍ରୀଲଙ୍କାକୁ…

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?