୬୦ ପଏଣ୍ଟରେ ଜଳୁଛି ଶିମିଳିପାଳ: ବର୍ଷା ସତ୍ତ୍ୱେ ଲିଭୁନି ନିଆଁ

ବାରିପଦା ଅଫିସ,୧୦ା୩: ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ବଢ଼ିବାରେ ଲାଗିଛି। ଗୁରୁବାର ଅଭୟାରଣ୍ୟର ଉତ୍ତର ଓ ଦକ୍ଷିଣ ଡିଭିଜନର ୬୦ଟି ପଏଣ୍ଟରେ ନିଆଁ ଜଳୁଥିବା ନେଇ ସାଟେଲାଇଟ ଚିତ୍ରରୁ ଜଣାପଡ଼ିଛି। ବୁଧବାର ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଅଧୀନରେ ଥିବା ଯଶିପୁର ଅଞ୍ଚଳରେ ୨ମିମି. ବର୍ଷା ରେକର୍ଡ କରାଯାଇଥିବା ବିଭାଗୀୟ ଅଧିକାରୀ ପ୍ରକାଶ କରିଛନ୍ତି। ଏହି ବର୍ଷା ନିଆଁକୁ ରୋକିବାରେ ସହାୟକ ହୋଇପାରୁ ନ ଥିବା ବେଳେ ଦିନକୁ ଦିନ ବନାଗ୍ନି ବୃଦ୍ଧି ପାଇବା ଚିନ୍ତାର କାରଣ ପାଲଟିଛି। ତେବେ ଅପରାହ୍ନ ସୁଦ୍ଧା ନିଆଁକୁ ସମ୍ପୂର୍ଣ୍ଣ ଭାବେ ଆୟତ୍ତ କରାଯାଇଥିବା ନେଇ ଦୁଇ ଉପ ନିର୍ଦ୍ଦେଶକ ସମାଟ ଗୌଡ଼ା ଓ ସାଇ କିରଣ ପ୍ରକାଶ କରିଛନ୍ତି।
ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉତ୍ତର ଡିଭିଜନର ୩୦ ଓ ଦକ୍ଷିଣ ଡିଭିଜନର ୩୦ଟି ସ୍ଥାନରେ ନିଆଁ ଲାଗିଛି। ନିଆଁକୁ ଆୟତ୍ତ କରିବା ପାଇଁ ବନ କର୍ମଚାରୀମାନେ ପ୍ରାଣମୁର୍ଚ୍ଛା ଉଦ୍ୟମ ଜାରି ରଖିଛନ୍ତି। ଫାୟାର ଲାଇନ ମାଧ୍ୟମରେ ନିଆଁ ଜଳୁଥିବା ସ୍ଥାନକୁ ଘେରାଉ କରି ଆୟତ୍ତ କରାଯାଉଛି। ପ୍ରତିଦିନ ବ୍ଲୋୟାର ମେଶିନ ମାଧ୍ୟମରେ ଫାୟାର ଲାଇନ ସୃଷ୍ଟି କରାଯାଉଥିବା ବେଳେ ବଫର ଅଞ୍ଚଳରେ ବସବାସ କରୁଥିବା ବନବାସୀ ଓ ଆଦିବାସୀମାନଙ୍କୁ ସଚେତନ କରାଯାଉଛି। ଅଦ୍ୟାବଧି ୯୦ପ୍ରତିଶତ ନିଆଁକୁ ରୋକିବାରେ ବନବିଭାଗ ସଫଳ ହୋଇଛି। ଆଗାମୀ ଦିନରେ ପାଟ୍ରୋଲିଂ ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରାଯାଇ ବନାଗ୍ନିକୁ ପ୍ରଶମିତ କରାଯିବ। ୨୦୨୧ରେ ହୋଇଥିବା ଶିମିଳିପାଳ ଅଭୟାରଣ୍ୟ ବନାଗ୍ନିର ଭୟାବହତା ଚଳିତ ବର୍ଷ ଦୋହରାଇବାକୁ ଦିଆଯିବ ନାହିଁ ବୋଲି ଅଧିକାରୀମାନେ ପ୍ରକାଶ କରିଛନ୍ତି ତେବେ ପ୍ରତିବର୍ଷ ଶିମିଳିପାଳରେ ନିଆଁ ଲାଗୁଥିବାରୁ ଅଭୟାରଣ୍ୟରେ ଜୀବଜନ୍ତୁଙ୍କ ସଂଖ୍ୟା କମିବାରେ ଲାଗିଛି। ଶିକାର ଓ ମହୁଲ ସଂଗ୍ରହ କରିବା ଉଦ୍ଦେଶ୍ୟରେ ଲଗାଯାଉଥିବା ନିଆଁକୁ ପ୍ରତିହତ କରିବା ପାଇଁ ବନବିଭାଗ ବିଭିନ୍ନ ଯୋଜନା ହାତକୁ ନେଇଛି। ମନ୍ଦ ଉଦ୍ଦେଶ୍ୟ ରଖି ନିଆଁ ଲଗାଉଥିବା ବ୍ୟକ୍ତିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଭାଗୀୟ ଅଧିକାରୀମାନେ ପ୍ରକାଶ କରିଛନ୍ତି। ତେବେ ବନାଗ୍ନି ଯୋଗୁ ତୃଣଭୋଜି ପ୍ରାଣୀଙ୍କ ଖାଦ୍ୟ ସଙ୍କଟ ବଢ଼ିବା ନେଇ ଆଶଙ୍କା କରାଯାଉଥିବା ବେଳେ ଏଥିପ୍ରତି ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରିବାକୁ ବନ୍ୟପ୍ରାଣୀ ପ୍ରେମୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri