ଜଳୁଛି ଶିମିଳିପାଳ

ବାରିପଦା ଅଫିସ, ୫।୩: ସବୁଜ ବନାନୀରେ ଆଚ୍ଛାଦିତ ପ୍ରକୃତି ସୁନ୍ଦରୀ ଶିମିଳିପାଳ ଏବେ ନିଆଁ କବଳରେ। କ୍ରମାଗତ ମାସେ ହେଲା ଅଭୟାରଣ୍ୟର ବିଭିନ୍ନ ସ୍ଥାନରେ ନିଅଁା ଲାଗୁଥିବା ଦେଖିବାକୁ ମିଳୁଛି। ଶନିବାର ଫରେଷ୍ଟ ସର୍ଭେ ଅଫ୍‌ ଇଣ୍ଡିଆ ପକ୍ଷରୁ ମିଳିଥିବା ସାଟେଲାଇଟ ତଥ୍ୟ ଅନୁଯାୟୀ ରାଜ୍ୟର ୫୬୭ଟି ସ୍ଥାନରେ ନିଆଁ ଲାଗିଛି। ଏଥିମଧ୍ୟରେ ଶିମିଳିପାଳ ଅଭୟାରଣ୍ୟର ବିଭିନ୍ନ ରେଞ୍ଜରେ ଥିବା ଶହେରୁ ଊର୍ଦ୍ଧ୍ୱ ସ୍ଥାନ ଜଳୁଥିବା ନଜରକୁ ଆସିଛି। ଅଭୟାରଣ୍ୟର କ୍ଷେତ୍ର ନିର୍ଦ୍ଦେଶକ ଟି. ଅଶୋକ କୁମାର, ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦୁଇ ଉପନିର୍ଦ୍ଦେଶକ ଓ ୩ ବନଖଣ୍ଡ ଅଧିକାରୀ ନିଆଁକୁ ଆୟତ୍ତ କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି। ସେମାନଙ୍କୁ ବନବିଭାଗ କର୍ମଚାରୀ, ଦମକଳ ବାହିନୀ, ବନସୁରକ୍ଷା ସମିତି ଓ ଅଞ୍ଚଳବାସୀ ସହଯୋଗ କରୁଛନ୍ତି।
ସୂଚନା ଅନୁଯାୟୀ, ଶିମିଳିପାଳ ଜୈବମଣ୍ଡଳ ଅଧୀନରେ ଥିବା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର-ଦକ୍ଷିଣ ଡିଭିଜନ, ବାରିପଦା, ରାଇରଙ୍ଗପୁର ଓ କରଞ୍ଜିଆ ଡିଭିଜନରେ ନିଆଁ ବ୍ୟାପିବାରେ ଲାଗିଛି। ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳକୁ ନିଆଁ ପ୍ରବେଶ କରିସାରିଛି। ଏଥିସହ ମୟୂରଭଞ୍ଜ ଜିଲାର ଚାରିପଟେ ଥିବା ଜଙ୍ଗଲରେ ମଧ୍ୟ ବନାଗ୍ନି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ତାପମାତ୍ରା ବୃଦ୍ଧି ହେଉଥିବା ବେଳେ ନିଆଁ ଅଣାୟତ୍ତ ହୋଇପଡ଼ିଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ମଧ୍ୟରେ ଥିବା ମଣଦା, ଜାମୁଆଣି, ତମାଳବନ୍ଧ, ବୋକୁଆ, ଭାଟୁଣିଆ, ଆଶାଦଳା, ତାଳବନ୍ଧ, ବାଙ୍କିଡିହୀ, ନଟ, ବାଲିଡିହା, ଭାଟୁଣିଆ, ଡେଙ୍ଗାମ, ତାଳଡିହା, କାନଛିଣ୍ଡା, କୁସୁମବନ୍ଧ, ଭଣ୍ଡଗାଁ, ବାଉଁଶତାଳ, ଚମ୍ପାଗଡ଼, ତମାଳବନ୍ଧ, ପୋଡ଼ାଡ଼ହା, ବିଦୁଭଣ୍ଡାର, କାଳିଆଣି, ସାତକୋଶିଆ, ଚମ୍ପାଝର, କେଶଡିହା, ଶିରସା, କୁସୁମବନ୍ଧ, ମଞ୍ଚାବନ୍ଧା, ଦୁର୍ଗାପୁର, ଭାଲୁକଚୁଆ, ରାସଗୋବିନ୍ଦପୁର, ଅର୍ମଦା, ବାଦାମ ତଳିଆ, ଗୋରୁମହିଷାଣି, ଗେରଗେଡ଼ି, ତିରିଂ, ଝରାଡିହି ବାଦାମପାହାଡ଼, ବରେହିପାଣି ଆଦି ୧୦୦ରୁ ଊର୍ଦ୍ଧ୍ୱ ସ୍ଥାନରେ ନିଆଁ ଲାଗିଥିବା ଜଣାଯାଇଛି। ମାତ୍ର ଦୀର୍ଘଦିନ ଧରି ବର୍ଷା ହୋଇ ନ ଥିବାରୁ ଜଙ୍ଗଲର ଶୁଖିଲା କାଠପତ୍ର ହୁ ହୁ ହୋଇ ଜଳୁଛି। ଗୋଟିଏ ପାହାଡ଼ରୁ ଅନ୍ୟ ଏକ ପାହାଡ଼କୁ ବ୍ୟାପିବାରେ ଲାଗିଛି। ବନ୍ୟପ୍ରାଣୀମାନେ ପ୍ରାଣ ବିକଳରେ ଜନବସତିମୁହଁା ହେଉଛନ୍ତି। ଅନେକ ବନ୍ୟଜାତ ଦ୍ରବ୍ୟ ପୋଡ଼ି ପାଉଁଶ ହୋଇଯାଉଛି। ନିଆଁକୁ ସମ୍ପୂର୍ଣ୍ଣ ଆୟତ୍ତ କରିବା ପାଇଁ କେବଳ ବର୍ଷା ହିଁ ଏକମାତ୍ର ଭରସା ବୋଲି କୁହାଯାଉଛି। ଶିମିଳିପାଳକୁ ବନାଗ୍ନିରୁ ସୁରକ୍ଷା ଯୋଗାଇ ଦିଆ ନ ଗଲେ ଜୀବଜଗତ ତିଷ୍ଠିବା କଷ୍ଟକର ହୋଇପଡ଼ିବ। ଏହାକୁ ରକ୍ଷା କରିବା ପାଇଁ ବିଭିନ୍ନ ସଙ୍ଗଠନ, ଅନୁଷ୍ଠାନ ଓ ସ୍ବେଚ୍ଛାସେବୀ ସଙ୍ଗଠନ ସହଯୋଗର ହାତ ବଢ଼ାଇବାକୁ ପଡ଼ିବ ବୋଲି ପରିବେଶବିତ୍‌ମାନେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅନ୍ତୋଷ, ଟିପିଏସ୍‌ଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ ଚେତାବନୀ ତେଜିଲା

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଅଞ୍ଚଳରେ ବିଦ୍ୟୁତ୍‌ ସେବାକୁ ନେଇ ଦିନକୁ ଦିନ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବିନା ସୂଚନାରେ ପ୍ରତିଦିନ ୨ରୁ ୫…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ବଳାତ୍କାର ମାମଲାରେ ଆସିଲା ବଡ଼ ରାୟ: ପୀଡ଼ିତାଙ୍କୁ…

ନବରଙ୍ଗପୁର, ୧୨/୧୦ (ସଦାଶିବ ପ୍ରହରାଜ): ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ବାସୁଦେବ ଆଚାର୍ଯ୍ୟ ଅଭିଯୁକ୍ତ ଡେଭିଡ୍ ଗରଡ଼ାଙ୍କୁ…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?