ମୁକୁଳାପଡ଼ିଛି ଶିମିଳିପାଳ

ବାରିପଦା,୨୧।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିକାରୀଙ୍କ ଗୁଳିରେ ମାସକ ମଧ୍ୟରେ ଦୁଇ ବନ କର୍ମଚାରୀ ନିହତ ହେବା ପରେ ସୁରକ୍ଷା ଦାବି ନେଇ ବନ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେମାନେ ପାଟ୍ରୋଲିଂ କରୁ ନ ଥିବାରୁ ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ମୁକୁଳା ହୋଇପଡ଼ିଛି। ଏହାର ଫାଇଦା ଉଠାଇ ଶିକାରୀମାନେ ନିର୍ଭୟରେ ଅଭୟାରଣ୍ୟ ମଧ୍ୟକୁ ପ୍ରବେଶ କରୁଥିବା ବେଳେ କର୍ମଚାରୀଙ୍କ ଦାବି ପୂରଣ ନେଇ କୌଣସି ବାଟ ଫିଟି ନାହିଁ ା ଡେପୁଟି ରେଞ୍ଜର ମାଥି ହଁାସଦାଙ୍କ ମୃତ୍ୟୁ ଘଟଣାରେ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ କର୍ମଚାରୀମାନେ କ୍ଷୋଭ ପ୍ରକାଶ କରିଛନ୍ତି। ବିଭାଗୀୟ ଉଚ୍ଚ ପଦସ୍ଥ ଅଧିକାରୀମାନେ ଅଭୟାରଣ୍ୟକୁ ସୁରକ୍ଷା ଦେବା ନିମନ୍ତେ ହରଡ଼ଘଣାରେ ପଡ଼ିଛନ୍ତି। ଅନ୍ୟପକ୍ଷରେ ରାଜ୍ୟ ସଂଘର କର୍ମକର୍ତ୍ତାମାନେ ମଙ୍ଗଳବାର ସନ୍ଧ୍ୟାରେ ଆରସିସିଏଫ୍‌ ପ୍ରକାଶ ଚାନ୍ଦ ଗୋଗିନେନିଙ୍କ ସହ ସଂଘ କର୍ମକର୍ତ୍ତାମାନେ ଆଲୋଚନା କରିଛନ୍ତି।
ରେଞ୍ଜର ମାଥି ହଁାସଦାଙ୍କ ମୃତ୍ୟୁ ଘଟଣାରେ ପୋଲିସ କେତେଜଣଙ୍କୁ ଅଟକ ରଖି ପଚରାଉଚୁରା ଚଳାଇଛି। ଅପରାଧିମାନେ ପୋଲିସ ଆଖିରେ ଧୂଳି ଦେଇ ଖସି ଯିବାକୁ ଉଦ୍ୟମ ଜାରି ରଖିଛନ୍ତି। ଶିକାରୀଙ୍କ ପଛରେ କାମ କରୁଥିବା ଆନ୍ତଃରାଜ୍ୟ ର଼୍ୟାକେଟକୁ ଧରିବାରେ ଉଭୟ ବନ ବିଭାଗ ଓ ପୋଲିସ ଫେଲ୍‌ ମାରିଛି। ଫଳରେ ଶିକାରୀଙ୍କ ଦୌରାତ୍ମ୍ୟରେ ଶିମିଳିପାଳ ସୁରକ୍ଷା ସହାୟକମାନେ ଭୟଭୀତ ହୋଇ ପଡ଼ିଛନ୍ତି। ଠେଙ୍ଗା ବାଡ଼ିରେ ସଶସ୍ତ୍ର ଶିକାରୀଙ୍କୁ ଅଟକାଇବା ସମ୍ଭବ ନୁହେଁ ବୋଲି ଜଣେ ସୁରକ୍ଷା ସହାୟକ କହିଛନ୍ତି। ଏ ସଂକ୍ରାନ୍ତରେ ପ୍ରାକ୍ତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଭାନୁମିତ୍ର ଆଚାର୍ଯ୍ୟ କୁହନ୍ତି, ଶିମିଳିପାଳକୁ ସୁରକ୍ଷା ଦେବା ପାଇଁ ଅଭିଜ୍ଞ ଅଧିକାରୀଙ୍କ ଆବଶ୍ୟକତା ରହିଛି। ନୂତନ ଉପାୟ ଓ କୌଶଳ ମାଧ୍ୟମରେ ଅଭୟାରଣ୍ୟକୁ ସୁରକ୍ଷା ଯୋଗାଇ ଦିଆଯାଇ ପାରିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri