Odisha Elections 2024

ମୁକୁଳାପଡ଼ିଛି ଶିମିଳିପାଳ

ବାରିପଦା,୨୧।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିକାରୀଙ୍କ ଗୁଳିରେ ମାସକ ମଧ୍ୟରେ ଦୁଇ ବନ କର୍ମଚାରୀ ନିହତ ହେବା ପରେ ସୁରକ୍ଷା ଦାବି ନେଇ ବନ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେମାନେ ପାଟ୍ରୋଲିଂ କରୁ ନ ଥିବାରୁ ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ମୁକୁଳା ହୋଇପଡ଼ିଛି। ଏହାର ଫାଇଦା ଉଠାଇ ଶିକାରୀମାନେ ନିର୍ଭୟରେ ଅଭୟାରଣ୍ୟ ମଧ୍ୟକୁ ପ୍ରବେଶ କରୁଥିବା ବେଳେ କର୍ମଚାରୀଙ୍କ ଦାବି ପୂରଣ ନେଇ କୌଣସି ବାଟ ଫିଟି ନାହିଁ ା ଡେପୁଟି ରେଞ୍ଜର ମାଥି ହଁାସଦାଙ୍କ ମୃତ୍ୟୁ ଘଟଣାରେ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ କର୍ମଚାରୀମାନେ କ୍ଷୋଭ ପ୍ରକାଶ କରିଛନ୍ତି। ବିଭାଗୀୟ ଉଚ୍ଚ ପଦସ୍ଥ ଅଧିକାରୀମାନେ ଅଭୟାରଣ୍ୟକୁ ସୁରକ୍ଷା ଦେବା ନିମନ୍ତେ ହରଡ଼ଘଣାରେ ପଡ଼ିଛନ୍ତି। ଅନ୍ୟପକ୍ଷରେ ରାଜ୍ୟ ସଂଘର କର୍ମକର୍ତ୍ତାମାନେ ମଙ୍ଗଳବାର ସନ୍ଧ୍ୟାରେ ଆରସିସିଏଫ୍‌ ପ୍ରକାଶ ଚାନ୍ଦ ଗୋଗିନେନିଙ୍କ ସହ ସଂଘ କର୍ମକର୍ତ୍ତାମାନେ ଆଲୋଚନା କରିଛନ୍ତି।
ରେଞ୍ଜର ମାଥି ହଁାସଦାଙ୍କ ମୃତ୍ୟୁ ଘଟଣାରେ ପୋଲିସ କେତେଜଣଙ୍କୁ ଅଟକ ରଖି ପଚରାଉଚୁରା ଚଳାଇଛି। ଅପରାଧିମାନେ ପୋଲିସ ଆଖିରେ ଧୂଳି ଦେଇ ଖସି ଯିବାକୁ ଉଦ୍ୟମ ଜାରି ରଖିଛନ୍ତି। ଶିକାରୀଙ୍କ ପଛରେ କାମ କରୁଥିବା ଆନ୍ତଃରାଜ୍ୟ ର଼୍ୟାକେଟକୁ ଧରିବାରେ ଉଭୟ ବନ ବିଭାଗ ଓ ପୋଲିସ ଫେଲ୍‌ ମାରିଛି। ଫଳରେ ଶିକାରୀଙ୍କ ଦୌରାତ୍ମ୍ୟରେ ଶିମିଳିପାଳ ସୁରକ୍ଷା ସହାୟକମାନେ ଭୟଭୀତ ହୋଇ ପଡ଼ିଛନ୍ତି। ଠେଙ୍ଗା ବାଡ଼ିରେ ସଶସ୍ତ୍ର ଶିକାରୀଙ୍କୁ ଅଟକାଇବା ସମ୍ଭବ ନୁହେଁ ବୋଲି ଜଣେ ସୁରକ୍ଷା ସହାୟକ କହିଛନ୍ତି। ଏ ସଂକ୍ରାନ୍ତରେ ପ୍ରାକ୍ତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଭାନୁମିତ୍ର ଆଚାର୍ଯ୍ୟ କୁହନ୍ତି, ଶିମିଳିପାଳକୁ ସୁରକ୍ଷା ଦେବା ପାଇଁ ଅଭିଜ୍ଞ ଅଧିକାରୀଙ୍କ ଆବଶ୍ୟକତା ରହିଛି। ନୂତନ ଉପାୟ ଓ କୌଶଳ ମାଧ୍ୟମରେ ଅଭୟାରଣ୍ୟକୁ ସୁରକ୍ଷା ଯୋଗାଇ ଦିଆଯାଇ ପାରିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା...

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ...

ଅଚ୍ୟୁତ ସାମନ୍ତଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ସବ୍ୟର୍ଚ୍ଚିତା

ଜି.ଉଦୟଗିରି,୧୬ା୫(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଗୁରୁବାର ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ଓ କନ୍ଧମାଳ ଏମ୍‌ପି ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ପାଇଁ...

ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍‌ ଦିଅନ୍ତୁ: ନଡ୍ଡା

ପଦ୍ମପୁର,୧୬।୫: ପଦ୍ମପୁରରେ ଭାଜପା ସଭାପତି ଜେପି ନଡ୍ଡା ବିଜେଡି ଉପରେ ବର୍ଷିଛନ୍ତି। ନଡ୍ଡା କହିଛନ୍ତି, ରତ୍ନଭଣ୍ଡାର ଚାବି ହଜିଛି, ଚାବି କୁଆଡ଼େ ଗଲା। ରତ୍ନ ଭଣ୍ଡାର...

ସାଲୁଗାଙ୍କ ପାଇଁ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା

ରାଇକିଆ,୧୬ା୫(ପ୍ରଦୀପ ବେହେରା): ଆସନ୍ତା ୨୦ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ କନ୍ଧମାଳ ଜିଲା ରାଇକିଆଠାରେ ବିଭିନ୍ନ ରାଜନୈତିକ ଦଳର ପ୍ରଚାର ଜୋର୍‌ ଧରିଛି। ଗୁରୁବାର...

ଧାରଣାସ୍ଥଳରେ ପୋଲିସର ଲାଠିଚାର୍ଜ, ଛତ୍ରଭଙ୍ଗ ଦେଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଖଲ୍ଲିକୋଟ ଥାନା ଆଗରେ ସକାଳ ୯ଟାରୁ ଭାଜପା ସମର୍ଥକଙ୍କ ଧାରଣା ଜାରି ରହିଥିଲା। ୧.୩୦ ସମୟରେ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ...

ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା: ଫୁଟିଲା ଗୁଳି, ଜଣେ ଗୁରୁତର

ପୋଲସରା,୧୬।୫: ନିର୍ବାଚନ ଭିତରେ ତେଜୁଛି ନିର୍ବାଚନୀ ହିଂସା। ଖଲ୍ଲିକୋଟ ଭଳି ପୋଲସରାରେ ବି ଦେଖିବାକୁ ମିଳିଛି ରାଜନୈତିକ ହିଂସା । ପୋଲସରାରେ ବି ଫୁଟିଛି ଗୁଳି...

ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ପଥର ମାଡ଼ କଲେ ଉତ୍ତ୍ୟକ୍ତ ଲୋକ, ଲାଠି ଚାର୍ଜ କଲା ପୋଲିସ

ଖଲ୍ଲିକୋଟ,୧୬।୫: ଗଞ୍ଜାମ ଖଲ୍ଲିକୋଟ ହିଂସାକାଣ୍ଡକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ତେବେ ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri