ଆସୁଛନ୍ତି ରାଷ୍ଟ୍ରପତି: ୪ ଓ ୫ତାରିଖ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

ବାରିପଦା ଅଫିସ,୨।୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିବେ। ଆସନ୍ତା ମେ’ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ। ତେବେ ରାଷ୍ଟ୍ରପତିଙ୍କ ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କାର୍ଯ୍ୟକ୍ରମକୁ ଆଖି ଆଗରେ ରଖି ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟକୁ ଆସନ୍ତା ୪ ଓ ୫ ତାରିଖ ଦୁଇ ଦିନ ବନ୍ଦ କରିଦିଆଯାଇଛି। ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ପ୍ରକାଶ ଚାନ୍ଦ ଗୋଗିନାନୀ ସୂଚନା ଦେଇଛନ୍ତି। ଶିମିଳିପାଳ ଅଭୟାରଣ୍ୟକୁ ରାଷ୍ଟ୍ରପତି ପ୍ରଥମ ଥର ପାଇଁ ଆସୁଛନ୍ତି, ଯାହାକି ବିଶେଷ କରି ଶିମିଳିପାଳ ପାଇଁ ଗର୍ବ ଓ ଗୌରବର ବିଷୟ। ଏହାକୁ ଦୃଷ୍ଟିରେ ରଖି ଶିମିଳିପାଳ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା, ଆତିଥ୍ୟସେବା ଓ ପରିଦର୍ଶନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି ବୋଲି ଶ୍ରୀ ଗୋଗିନେନୀ କହିଛନ୍ତି। ରାଷ୍ଟ୍ରପତି ୪ତାରିଖ ପୂର୍ବାହ୍ନରେ ଯଶୀପୁର ହେଲିପ୍ୟାଡରୁ ଓହ୍ଲାଇ ସଡ଼କ ପଥରେ ସ୍ବତନ୍ତ୍ର ଗାଡିରେ ଶିମିଳିପାଳ ଗସ୍ତ କରି ଅପରାହ୍ନରେ ପୁନର୍ବାର ଯଶୀପୁର ହେଲିପ୍ୟାଡକୁ ଫେରିଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri